ପ୍ରମୁଖ ଖବର

କାଲି ସକାଳ ୬ଟାରୁ ଦିନ ୨ଟା ପର୍ଯ୍ୟନ୍ତ ବାଲେଶ୍ୱର ବନ୍ଦ
ସୌମ୍ୟାଶ୍ରୀଙ୍କ ମୃତ୍ୟୁର ‘କଠୋର ପଦକ୍ଷେପ ନିଆଯିବ, ସଂପୃକ୍ତ ବ୍ୟକ୍ତିଙ୍କୁ ଦଣ୍ଡ ମିଳିବ’ : ରାଜ୍ୟପାଳ
ମହାକାଶରୁ ଫେରିଲେ ଶୁଭାଂଶୁ ଶୁକ୍କା
୩ ମାସରେ ଇ-କେୱାଇସି ନ କଲେ କଟାଯିବ କାର୍ଡ
ବାଲେଶ୍ୱର ଘଟଣାକୁ ବିରୋଧ କରି ଜୁଲାଇ ୧୭ରେ ଓଡ଼ିଶା ବନ୍ଦ
ରେଭେନ୍ସା କେବଳ ଇଟା ସିମେଣ୍ଠରେ ଗଢା ନୁହେଁ ,ଏହା ଏକ ଶାଳ ଗ୍ରାମ :ରାଷ୍ଟ୍ରପତି
ଗାଁ ଶ୍ମଶାନରେ ସୌମ୍ୟାଶ୍ରୀଙ୍କ ଶେଷକୃତ୍ୟ ସମ୍ପନ୍ନ

ନୂଆ କ୍ୟାବିନେଟ୍ ମନ୍ତ୍ରୀ ଭାବେ ବିକ୍ରମ ଆରୁଖ, ସାରଦା ନାୟକ, ସୁଦାମ ମାରଣ୍ଡି ଶପଥ ନେବେ

0

ଭୁବନେଶ୍ୱର: ନବୀନଙ୍କ ଟିମ୍ ରେ କିଏ ହବ ସାମିଲ ଅର୍ଥାତ କିଏ ହେବ ନୂଆ ମନ୍ତ୍ରୀ ସେ ନେଇ ବେଶ୍ କିଛି ଦିନ ହେବ ଚର୍ଚ୍ଚା ଜୋର୍ ଧରିଥିଲା। ତେବେ ଆଜି ତିନି ବରିଷ୍ଠ ବିଜେଡି ବିଧାୟକଙ୍କ ନାଁରେ ବାଜିଛି ମୋହର । ନୂଆ ମନ୍ତ୍ରୀ ଭାବେ  ବିକ୍ରମ କେଶରୀ ଆରୁଖ, ସାରଦା ନାୟକ, ସୁଦାମ ମାରଣ୍ଡି ଶପଥ ନେବେ । ସ୍ବାସ୍ଥ୍ୟ, ଶିକ୍ଷା ଓ ଶ୍ରମ ମନ୍ତ୍ରୀ ଭାବେ ତିନି ଜଣ ବିଧାୟକଙ୍କୁ ଦାୟିତ୍ବ ମିଳିବ। ୩ଜଣ ବିଧାୟକ ବିକ୍ରମ କେଶରୀ ଆରୁଖ, ସୁଦାମ ମାରାଣ୍ଡି ଓ ସାରଦା ପ୍ରସନ୍ନ ନାୟକଙ୍କୁ ଆଜି ସନ୍ଧ୍ୟାରେ ଫୋନ୍‌ କଲ ଯାଇଥିବା ବିଶ୍ବସ୍ତ ସୂତ୍ରରୁ ସୂଚନା ମିଳିଛି।

ଆସନ୍ତାକାଲି କ୍ୟାବିନେଟ ମନ୍ତ୍ରୀ ଭାବେ ନେବେ ଶପଥ । ତେବେ କିଏ କେଉଁ ବିଭାଗ ପାଇବେ ସେନେଇ କିଛି ସ୍ପଷ୍ଟ ହୋଇନାହିଁ । ଆସନ୍ତାକାଲି ସକାଳେ ଲୋକସେବା ଭବନର କନଭେନସନ ହଲରେ ଗୋପନୀୟତାର ଶପଥପାଠ କରାଇବେ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ ।

ସୂଚନାଥାଉକି ନିକଟରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ମନ୍ତ୍ରୀ ପଦରୁ ସମୀର ଦାଶ ଓ  ଶ୍ରମ ବିଭାଗ ମନ୍ତ୍ରୀ ପଦରୁ ଶ୍ରୀକାନ୍ତ ସାହୁ ଇସ୍ତଫା ଦେଇଥିଲେ । ସେହିପରି ନବ ଦାସଙ୍କ ମୃତ୍ୟୁ ପରେ ଖାଲିପଡ଼ିଥିଲା ସ୍ୱାସ୍ଥ୍ୟ ବିଭାଗ । ବିଧାନସଭା ବାଚସ୍ପତି ପଦରୁ ବିକ୍ରମ କେଶରୀ ଆରୁଖ ଇସ୍ତପା ଦେଇଥିଲେ । ବର୍ତ୍ତମାନ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ସ୍ୱାସ୍ଥ୍ଯ ବିଭାଗର ଅତିରିକ୍ତ ଦାୟିତ୍ୱରେ ଅଛନ୍ତି । ସେହିପରି ଶ୍ରମ ଓ ଗଣଶିକ୍ଷା ବିଭାଗର ଅତିରିକ୍ତ ଦାୟିତ୍ୱରେ ଅଛନ୍ତି ରାଜସ୍ବ ମନ୍ତ୍ରୀ ପ୍ରମିଳା ମଲ୍ଲିକ ।

Leave A Reply

Your email address will not be published.