ପ୍ରମୁଖ ଖବର

ଆଇଏମ୍ଏସ୍ ଆଣ୍ଡ ସମ ହସପିଟାଲ- ୨ ନିମନ୍ତେ ୫୦ ସିଟ ବୃଦ୍ଧି କଲା ଏନ୍ ଏମ୍ ସି
ରାଜ୍ୟରେ କୌଣସି ନଦୀରେ ବନ୍ୟା ନାହିଁ : ସର୍ବୋଚ୍ଚ ଯନ୍ତ୍ରୀଙ୍କ ପ୍ରତିକ୍ରିୟା
ବ୍ୟାପିଲାଣି ବାର୍ଡ ଫ୍ଲୁ, ମଲେଣି ୩୦୦ରୁ ଅଧିକ କୁକୁଡ଼ା
ଶ୍ରୀମନ୍ଦିର ନାଟମଣ୍ଡପରୁ ହେବ ଧାଡି ଦର୍ଶନ : ମିଳିଲା ଅନୁମୋଦନ
ଅର୍ଚ୍ଚନା ଓ ପୁଅଙ୍କୁ ମାରିବାକୁ ଉଦ୍ୟମ, ସ୍ବାମୀ ଜଗବନ୍ଧୁଙ୍କୁ ଉଠାଇନେଲା ପୋଲିସ
ସୁରକ୍ଷାକର୍ମୀଙ୍କୁ ବଡ ସଫଳତା:୧୬ ହାର୍ଡକୋର ମାଓବାଦୀ ଗିରଫ
ବିଆରଏସରୁ ନିଲମ୍ବିତ ହେବାର ଦିନକ ପରେ ଦଳ ଛାଡିଲେ କବିତା
ବ୍ୟବସାୟୀଙ୍କୁ ଲୁଟ୍ ଘଟଣାରେ ୩ ହୋମଗାର୍ଡଙ୍କ ସହ ୭ ଗିରଫ

ଆଜିଠୁ ବନ୍ଦ ରହିବ ହାଇକୋର୍ଟ

0

ଭୁବନେଶ୍ବର: ଆଜିଠୁ ଜୁନ ୨୦ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ହାଇକୋର୍ଟର ଗ୍ରୀଷ୍ମକାଳୀନ ଛୁଟି । ତେବେ ଛୁଟି ମଧ୍ୟରେ ଜରୁରୀ ମାମଲାର ଶୁଣାଣି ନିମନ୍ତେ ହାଇକୋର୍ଟଙ୍କ ଅବକାଶକାଳୀନ ଖଣ୍ଡପୀଠ କାର୍ଯ୍ୟ କରିବେ । ଛୁଟି ଦିନରେ ଅବକାଶକାଳୀନ ଖଣ୍ଡପୀଠ କାଲି ସମେତ ୨୫,୩୦ ଓ ଜୁନ୍ ୧,୬,୮,୧୨ ଓ ୧୩ତାରିଖରେ ଜରୁରୀମାମଲାର ଶୁଣାଣି କରିବେ । କାଲି ଓ ୨୫ତାରିଖରେ ଜଷ୍ଟିସ କେଆର ମହାପାତ୍ର ଓ ଜଷ୍ଟିସ ଏମଏସ ସାହୁଙ୍କ ଦୁଇଜଣିଆ ଖଣ୍ଡପୀଠ ସମେତ ଜଷ୍ଟିସ ଭି ନରସିଂହ ଓ ଜଷ୍ଟିସ ଚିତ୍ତରଞ୍ଜନ ଦାଶଙ୍କ ଜଣକିଆ ଖଣ୍ଡପୀଠରେ ଜରୁରୀ ମାମଲାର ଶୁଣାଣି ହୋଇପାରିବ ।

ସେହିପରି ମେ’ ୩୦ତାରିଖରେ ଦୁଇଜଣିଆ ଖଣ୍ଡପୀଠ ଜଷ୍ଟିସ କେଆର ମହାପାତ୍ର ଓ ଜଷ୍ଟିସ ଏମଏସ୍ ସାହୁ ଏବଂ ଜଷ୍ଟିସ ଭି ନରସିଂହ ଓ ଜଷ୍ଟିସ ଗୌରୀଶଙ୍କର ଶତପଥୀଙ୍କ ଜଣିକିଆ ଖଣ୍ଡପୀଠରେ ମାମଲାର ଶୁଣାଣି ହେବ । ସେହିପରି ଜୁନ୍ ୧ରେ ଜଷ୍ଟିସ ଏସକେ ସାହୁ ଓ ଜଷ୍ଟିସ ଏମଏସ ରମଣଙ୍କ ଦୁଇଜଣିଆ ଖଣ୍ଡପୀଠ ଏବଂ ଜଷ୍ଟିସ ବିପି ରାଉତରାୟ ଓ ଜଷ୍ଟିସ ଗୌରୀଶଙ୍କର ଶତପଥୀଙ୍କ ଜଣିକିଆ ଖଣ୍ଡପୀଠ ମାମଲାର ଶୁଣାଣି କରିବେ ।

ସେପଟେ ଜୁନ୍ ୬ ଓ ୮ରେ ଜଷ୍ଟିସ ଏସକେ ସାହୁ ଓ ଜଷ୍ଟିସ ଏମଏସ ରମଣଙ୍କ ଦୁଇଜଣିଆ ଖଣ୍ଡପୀଠ, ଜଷ୍ଟିସ ଶଶୀକାନ୍ତ ମିଶ୍ର ଓ ଜଷ୍ଟିସ ବିପି ଶତପଥୀଙ୍କ ଜଣିକିଆ ଖଣ୍ଡପୀଠ ମାମଲାର ଶୁଣାଣି କରିବେ । ଜୁନ୍ ୧୨ ଓ ୧୩ରେ ଜଷ୍ଟିସ ଶଶୀକାନ୍ତ ମିଶ୍ର ଓ ଜଷ୍ଟିସ ଏସକେ ମିଶ୍ରଙ୍କ ଦୁଇଜଣିଆ ଖଣ୍ଡପୀଠ ଏବଂ ଜଷ୍ଟିସ ଆଦିତ୍ୟ କୁମାର ମହାପାତ୍ର ଓ ଜଷ୍ଟିସ ବିପି ଶତପଥୀଙ୍କ ଜଣିକିଆ ଖଣ୍ଡପୀଠ ମାମଲାର ଶୁଣାଣି କରିବେ  ବୋଲି ବିଜ୍ଞପ୍ତି ପ୍ରକାଶ ପାଇଛି  ।

ଯେଉଁ ଜରୁରୀ ମାମଲା ଗୁଡ଼ିକ ଗ୍ରୀଷ୍ମ ଅବକାଶ ଶେଷ ପରେ କୋର୍ଟ ଖୋଲିବା ପର୍ଯ୍ୟନ୍ତ ଅପେକ୍ଷା କରି ନପାରିବ ସେଗୁଡ଼ିକ କାର୍ଯ୍ୟ ଦିବସର ଦିନ ୧୧ଟାରୁ ୧୨ ମଧ୍ୟରେ କମ୍ପ୍ୟୁଟର ଫାଇଲିଂ କାଉଣ୍ଟରରେ ଦାୟର କରାଯିବ  । ସେଗୁଡ଼ିକୁ ଅବକାଶକାଳୀନ ଖଣ୍ଡପୀଠଙ୍କ ନିକଟରେ ଶୁଣାଣି ପାଇଁ ତାଲିକା ଭୁକ୍ତ କରାଯିବ ।

Leave A Reply

Your email address will not be published.