ପ୍ରମୁଖ ଖବର

ଏସିଆନ୍ ଗେମ୍ସରେ ଭାରତକୁ ୫ ପଦକ, ମୋଟ ସଂଖ୍ୟା ୧୭
‘ମେକ୍ ଇନ୍ ଇଣ୍ଡିଆ’ରେ ଶିଳ୍ପ ଉତ୍ପାଦନରେ ବଡ଼ ବୃଦ୍ଧି
ହରିୟାଣାରେ ତୀର୍ଥଯାତ୍ରୀଙ୍କ ଟ୍ରାକ୍ଟର-ଟ୍ରଲି ଦୁର୍ଘଟଣା, ୬ ମୃତ
ବିଜେପିର ସାଂଗଠନିକ ନିଯୁକ୍ତି, ଓଡ଼ିଶା ଦାୟିତ୍ୱରେ ମାନସ ମହାନ୍ତି
କାବେରୀ ଜଳ ବିବାଦ: କୋର୍ଟ ନିର୍ଦ୍ଦେଶ ବିରୋଧରେ ଅପିଲ୍‌ କରିବ କର୍ଣ୍ଣାଟକ
ଜାମସେଦପୁରରେ ଭୟଙ୍କର ଦୁର୍ଘଟଣା, ମନ୍ତ୍ରୀଙ୍କ ଝିଅ ସମେତ ୪ ମୃତ
ଆମେରିକାର ଚାପରେ ରୁଷ ତୈଳ କିଣା ବନ୍ଦ କରିବନି ଭାରତ: ନିର୍ମଳା
ଯମୁନା ଏକ୍ସପ୍ରେସ୍‌ୱେରେ ଜଳିଗଲା ସ୍ଲିପର ବସ୍‌, ୯ ଜୀବନ୍ତ ଦଗ୍ଧ
ଏମ୍ସରେ ବାଚସ୍ପତି ସୁରମା ପାଢ଼ୀ, ଭେଟିଲେ ମୁଖ୍ୟମନ୍ତ୍ରୀ
ଓଡ଼ିଶାରେ ୨.୪୭ ଲକ୍ଷ କୋଟିର ଶିଳ୍ପ ନିବେଶକୁ ମଞ୍ଜୁରୀ

ଶପଥ ନେଲେ ତିନି ମନ୍ତ୍ରୀ

0

ଭୁବନେଶ୍ବର: ରାଜ୍ୟର ତିନି ଜଣ ନୂଆ ମନ୍ତ୍ରୀ ଶପଥ ନେଇଛନ୍ତି । ରାଜ୍ୟ କ୍ୟାବିନେଟରେ ନୂଆ ମନ୍ତ୍ରୀଙ୍କ ଶପଥ ଗ୍ରହଣ କାର୍ଯ୍ୟକ୍ରମ ସରିଯାଇଛି। ପଦ ଓ ଗୋପନୀୟତାର ପାଠ ପଢ଼ାଇଲେ ରାଜ୍ୟପାଳ। ଲୋକସେବା ଭବନର ସମ୍ମିଳନୀ କକ୍ଷରେ ଶପଥ ଗ୍ରହଣ ଚାଲିଥିଲା ।

ସୂଚନାଯୋଗ୍ୟ, ଲୋକସେବା ଭବନର ସମ୍ମିଳନୀ କକ୍ଷରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ବିକ୍ରମ କେଶରୀ ଆରୁଖ, ସୁଦାମ ମାର୍ଣ୍ଡି ଓ ଶାରଦା ନାୟକଙ୍କୁ ଶପଥ ପାଠ କରାଇଛନ୍ତି । ବିକ୍ରମ କେଶରୀ ଆରୁଖ, ସୁଦାମ ମାର୍ଣ୍ଡି ଓ ଶାରଦା ନାୟକ ମନ୍ତ୍ରିମଣ୍ଡଳରେ ସାମିଲ ହୋଇଛନ୍ତି । ଶପଥ ସମାରୋହରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉପସ୍ଥିତ ଥିଲେ ।

ଉଲ୍ଲେଖ ଥାଉ କି ଗତ ୧୨ ତାରିଖରେ ବାଚସ୍ପତି ବିକ୍ରମ କେଶରୀ ଆରୁଖ, ଦୁଇ ମନ୍ତ୍ରୀ ସମୀର ଦାଶ ଓ ଶ୍ରୀକାନ୍ତ ସାହୁ ଇସ୍ତଫା ଦେବା ପରେ ନୂଆ ମନ୍ତ୍ରୀ କିଏ ହେବେ, ତାହାକୁ ନେଇ କଳ୍ପନାଜଳ୍ପନା ଆରମ୍ଭ ହୋଇଥିଲା। ଆଉ ଗତକାଲି ହିଁ ଏହି ତିନି ଜଣ ବରିଷ୍ଠ ବିଧାୟକ ହିଁ ମନ୍ତ୍ରୀ ହେବେ ବୋଲି ସ୍ପଷ୍ଟ ହୋଇଥିଲା।

Leave A Reply

Your email address will not be published.