ପ୍ରମୁଖ ଖବର

ଆଇଏମ୍‌ଏସ୍ ଆଣ୍ଡ ସମ ହସ୍ପିଟାଲ୍ କ୍ୟାମ୍ପସ-୨ରେ ଏଆରଟି ସେଂଟର ଉଦ୍‌ଘାଟିତ
ପଞ୍ଚମ ଏବଂ ଅଷ୍ଟମ ଶ୍ରେଣୀ ପାଇଁ ୧୭ଟି ନୂତନ ପାଠ୍ୟପୁସ୍ତକକୁ ମିଳିଲା ଅନୁମୋଦନ
କ୍ୟାବିନେଟରେ ୫ବିଭାଗର ୬ପ୍ରସ୍ତାବକୁ ମଞ୍ଜୁରୀ
ବିନା ଅନୁମତିରେ ବିଡିଓ ଓ ତହସିଲଦାର ଛୁଟିରେ ରହିଲେ ନିଆଯିବ କାର୍ଯ୍ୟାନୁଷ୍ଠାନ
ଯାତ୍ରୀଙ୍କ ପାଇଁ ଆଡଭାଇଜରି ଜାରି କଲା ଦିଲ୍ଲୀ ବିମାନବନ୍ଦର
ବାଲେଶ୍ବର ଜିଲ୍ଲା ମୁଖ୍ୟ ହସ୍ପିଟାଲରେ ଅଗ୍ନିକାଣ୍ଡ

ଶପଥ ନେଲେ ତିନି ମନ୍ତ୍ରୀ

0

ଭୁବନେଶ୍ବର: ରାଜ୍ୟର ତିନି ଜଣ ନୂଆ ମନ୍ତ୍ରୀ ଶପଥ ନେଇଛନ୍ତି । ରାଜ୍ୟ କ୍ୟାବିନେଟରେ ନୂଆ ମନ୍ତ୍ରୀଙ୍କ ଶପଥ ଗ୍ରହଣ କାର୍ଯ୍ୟକ୍ରମ ସରିଯାଇଛି। ପଦ ଓ ଗୋପନୀୟତାର ପାଠ ପଢ଼ାଇଲେ ରାଜ୍ୟପାଳ। ଲୋକସେବା ଭବନର ସମ୍ମିଳନୀ କକ୍ଷରେ ଶପଥ ଗ୍ରହଣ ଚାଲିଥିଲା ।

ସୂଚନାଯୋଗ୍ୟ, ଲୋକସେବା ଭବନର ସମ୍ମିଳନୀ କକ୍ଷରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ବିକ୍ରମ କେଶରୀ ଆରୁଖ, ସୁଦାମ ମାର୍ଣ୍ଡି ଓ ଶାରଦା ନାୟକଙ୍କୁ ଶପଥ ପାଠ କରାଇଛନ୍ତି । ବିକ୍ରମ କେଶରୀ ଆରୁଖ, ସୁଦାମ ମାର୍ଣ୍ଡି ଓ ଶାରଦା ନାୟକ ମନ୍ତ୍ରିମଣ୍ଡଳରେ ସାମିଲ ହୋଇଛନ୍ତି । ଶପଥ ସମାରୋହରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉପସ୍ଥିତ ଥିଲେ ।

ଉଲ୍ଲେଖ ଥାଉ କି ଗତ ୧୨ ତାରିଖରେ ବାଚସ୍ପତି ବିକ୍ରମ କେଶରୀ ଆରୁଖ, ଦୁଇ ମନ୍ତ୍ରୀ ସମୀର ଦାଶ ଓ ଶ୍ରୀକାନ୍ତ ସାହୁ ଇସ୍ତଫା ଦେବା ପରେ ନୂଆ ମନ୍ତ୍ରୀ କିଏ ହେବେ, ତାହାକୁ ନେଇ କଳ୍ପନାଜଳ୍ପନା ଆରମ୍ଭ ହୋଇଥିଲା। ଆଉ ଗତକାଲି ହିଁ ଏହି ତିନି ଜଣ ବରିଷ୍ଠ ବିଧାୟକ ହିଁ ମନ୍ତ୍ରୀ ହେବେ ବୋଲି ସ୍ପଷ୍ଟ ହୋଇଥିଲା।

Leave A Reply

Your email address will not be published.