ପ୍ରମୁଖ ଖବର

ଫାର୍ମା କମ୍ପାନୀ ଫ୍ୟାକ୍ଟ୍ରି ବିସ୍ଫୋରଣରେ ମୃତ୍ୟୁ ସଂଖ୍ୟା ୩୪କୁ ବୃଦ୍ଧି
ବିଏମସି କମିଶନର ଆକ୍ରମଣ ଘଟଣାରେ ସଫେଇ କର୍ମଚାରୀଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ
ଶରଧାବାଲି ଅଘଟଣ ପରେ ଆଜି ପୁରୀ ଯିବେ ମୁଖ୍ୟମନ୍ତ୍ରୀ
ଶସ୍ତା ହେଲା ଏଲପିଜି ସିଲିଣ୍ଡର
ମୃତ୍ତିକା ସଂରକ୍ଷଣ ବିଭାଗର ଯୁଗ୍ମ ନିର୍ଦ୍ଦେଶକ ଦୟାନିଧି ବାଗ୍‌ ଗିରଫ
ଅନିର୍ଦ୍ଦିଷ୍ଟ କାଳ ପାଇଁ ଛୁଟିରେ ଗଲେ ୮ ଜିଲ୍ଲାର ଓଏସ ଓ ଓଆରଏସ ଅଫିସର
ବାଣ ତିଆରି କାରଖାନାରେ ବିସ୍ଫୋରଣ; ୫ ମୃତ
୨ ଦିନିଆ ଓଡିଶା ଗସ୍ତରେ ଆସିବେ ରାଷ୍ଟ୍ରପତି
ବିଶ୍ୱ ପୋଲିସ ଏବଂ ଅଗ୍ନିଶମ କ୍ରୀଡାରେ ବାଜିମାରିଲେ ଓଡ଼ିଶା ପୋଲିସ କନଷ୍ଟେବଳ

ନବ ଦାସ ହତ୍ୟାକାଣ୍ଡ: ଆଜି ଚାର୍ଜସିଟ୍ ଦାଖଲ କରିଛି କ୍ରାଇମବ୍ରାଞ୍ଚ

0

ଝାରସୁଗୁଡା: ନବ ଦାସଙ୍କ ହତ୍ୟାକାଣ୍ଡ ଘଟଣାରେ ଆଜି ଝାରସୁଗୁଡାର ଜେଏମଏଫସି କୋର୍ଟରେ ଚାର୍ଜସିଟ ଦାଖଲ କରିଛି କ୍ରାଇମବ୍ରାଞ୍ଚ । ହତ୍ୟାକାଣ୍ଡର ୧୧୮ ଦିନ ପରେ ଚାର୍ଜସିଟ୍ ଦାଖଲ ହୋଇଛି । ତଦନ୍ତକାରୀ ଡିଏସପି ଏହାର ଚାର୍ଜସିଟ ଦାଖଲ କରିଥିବା ବେଳେ କାହିଁକି ନବ ଦାସଙ୍କୁ ପୋଲିସ ଏଏସଆଇ ଗୋପାଳ ଦାସ ହତ୍ୟା କରିଥିଲେ ତାହା ଉଲ୍ଲେଖ ରହିଛି। ମୋଟ ୫୪୩ ପୃଷ୍ଠାର ଚାର୍ଜସିଟ୍ ଦାଖଲ କରିଛି କ୍ରାଇମବ୍ରାଞ୍ଚ।

କ୍ରାଇମବ୍ରାଞ୍ଚ ପକ୍ଷରୁ ଜାରି କରାଯାଇଥିବା ପ୍ରେସ ରିଲିଜରେ କୁହାଯାଇଛି ଯେ ନବଙ୍କ ପ୍ରତି ଗୋପାଳଙ୍କ ମନରେ ବ୍ୟକ୍ତିଗତ ଆକ୍ରୋଶ ଓ ରାଗ ସୃଷ୍ଟି ହୋଇଥିଲା। ନବ ଦାସ ଓ ତାଙ୍କ ସମର୍ଥକଙ୍କ ପଟୁ ବିପଦ ଥିବା ଗୋପାଳ ଭାବୁଥିଲେ। ସେମାନେ ତାଙ୍କୁ ମାରି ଦେଇ ପାରନ୍ତି ବୋଲି ସେ ଭାବୁଥିଲେ। ତେଣୁ ସେ ନବ ଦାସଙ୍କୁ ହତ୍ୟା କରିବା ପାଇଁ ଯୋଜନା କରିଥିଲେ।  ଏପରିକି ନବକିଶୋର ଦାସ ଓ ତାଙ୍କ ସମର୍ଥକଙ୍କଠାରୁ ଜୀବନ ପ୍ରତି ଭୟ ଥିବା ଗୋପାଳ ଅନୁଭବ କରୁଥିଲା । ତେଣୁ ସେ ସୁସ୍ଥ ମସ୍ତିଷ୍କରେ ନବକିଶୋର ଦାସଙ୍କୁ ହତ୍ୟା କରିବାକୁ ଯୋଜନା କରିଥିଲା ।

ସେହିପରି ମାନସିକ ଭାବେ ସଂପୂର୍ଣ୍ଣ ସୁସ୍ଥ ଥିଲା ଗୋପାଳ । ତା’ର ପରିବାର ଲୋକେ ଗୋପାଳ ବାଇପୋଲାର ଡିଜଅର୍ଡରରେ ପୀଡ଼ିତ ଥିବା ନେଇ ଅଭିଯୋଗ କରିବା ପରେ ଡିଏମଇଟିଙ୍କ ଦ୍ବାରା ଏକ ସ୍ବତନ୍ତ୍ର ମେଡିକାଲ୍ ବୋର୍ଡ ଗଠନ କରାଯାଇଥିଲା । ତେବେ ଯାଞ୍ଚରୁ ଗୋପାଳଠାରେ ସେପରି କୌଣସି ମାନସିକ ରୋଗ ନଥିବା ଜଣାପଡିଥିଲା । ଏହାପରେ ଗୋପାଳର ସହକର୍ମୀ ଓ ସ୍ଥାନୀୟ ଲୋକଙ୍କୁ ପଚରାଉଚରା କରି ତା’ର ମାନସିକ ସ୍ଥିତି ସ୍ବାଭାବିକ ଥିବା ଜଣାପଡିଥିଲା । ତଦନ୍ତ ବେଳେ ମଧ୍ୟ ଗୋପାଳ ସହଯୋଗ କରିବା ସହ ପଚରା ଯାଇଥିବା ସମସ୍ତ ପ୍ରଶ୍ନର ସ୍ବାଭାବିକ ଭାବେ ଉତ୍ତର ଦେଇଥିଲା । ତେଣୁ ଗୋପାଳର ମାନସିକ ସ୍ଥିତି ସ୍ବାଭାବିକ ଥିବା ତଦନ୍ତ ବେଳେ ଜଣାପଡିଛି।

ସୂଚନାଯୋଗ୍ୟ, ଗତ ଜାନୁଆରୀ ୨୯ ତାରିଖରେ ମନ୍ତ୍ରୀ ନବ ଦାସଙ୍କୁ ଗୁଳି କରି ହତ୍ୟା କରାଯାଇଥିଲା। ତତ୍‌କାଳୀନ ପୁଲିସ ଏଏସଆଇ ଗୋପାଳ ଦାସ ନବଙ୍କୁ ଗୁଳି କରି ହତ୍ୟା କରିଥିଲେ। ଗିରଫ କରାଯିବା ପରେ ପ୍ରଥମେ ଗୋପାଳଙ୍କୁ ଝାରସୁଗୁଡ଼ା ଜେଲରେ ରଖିଯାଇଥିଲା। ପରେ ତାଙ୍କୁ ଚୌଦ୍ୱାର ଜେଲକୁ ସ୍ଥାନାନ୍ତର କରାଯାଇଥିଲା। ନବ ଦାସ ହତ୍ୟାକାଣ୍ଡକୁ ନେଇ ରାଜ୍ୟ ରାଜନୀତି ବେଶ ସରଗରମ ହୋଇଥିଲା। ଘଟଣାର ଗୁରୁତ୍ୱକୁ ଦୃଷ୍ଟିରେ ରଖି ଏହାର ତଦନ୍ତଭାର କ୍ରାଇମବ୍ରାଞ୍ଚକୁ ଦେଇଥିଲେ ରାଜ୍ୟ ସରକାର।

 

Leave A Reply

Your email address will not be published.