ପ୍ରମୁଖ ଖବର

ଯୁକ୍ତ ଦୁଇ ଫର୍ମପୂରଣ ଅବଧି ବୃଦ୍ଧି
ସୁଦାନରେ ଓଡ଼ିଆ ଯୁବକଙ୍କୁ ଉଦ୍ଧାର ପାଇଁ ବୈଦେଶିକ ମନ୍ତ୍ରଣାଳୟକୁ ଅନୁରୋଧ କଲେ ନବୀନ
ଏସ୍‌ଆଇ ଜାଲିଆତି ମାମଲା: ୫ ଦିନିଆ ରିମାଣ୍ଡରେ ଯିବେ ଶଙ୍କର ଓ ସୁରେଶ
ମାଲବାହୀ ଟ୍ରେନ୍କୁ ଧକ୍କା ଦେଲା ଯାତ୍ରୀବାହୀ ଟ୍ରେନ୍, ୧୦ ମୃତ, ଅନେକ ଆହତ
୬୦ ହଜାର ଲାଞ୍ଚ ନେଇ ବନ୍ଧା ହେଲେ ଆରଆଇ
ଉତ୍କଳ ବିଲ୍‌ଡର୍ସରେ ଆୟକର ଚଢ଼ାଉ
କାର୍ତ୍ତିକ ପୂର୍ଣ୍ଣିମା ପାଇଁ ଶ୍ରୀକ୍ଷେତ୍ରକୁ ଗଡ଼ିବ ୩ ସ୍ପେଶାଲ ଟ୍ରେନ୍‌
ବରମୁଣ୍ଡା ବସଷ୍ଟାଣ୍ଡରେ ମା’-ଝିଅଙ୍କୁ ଦୁଷ୍କର୍ମ ଉଦ୍ୟମ, ଅଭିଯୁକ୍ତ ଗିରଫ
୭ରେ ସ୍କୁଲ, କଲେଜରେ ଛାତ୍ରୀଛାତ୍ରୀ ଗାଇବେ ’ବନ୍ଦେ ମାତରମ’

ବଦଳିବ ରାଜ୍ୟ ପାଠାଗାରର ରୂପରେଖ

0

ଭୁବନେଶ୍ୱର: ରାଜ୍ୟ ପାଠଗାର ବୁଲିଲେ ୫-ଟି ସଚିବ ଭି କେ ପାଣ୍ଡିଆନ । ପିଲାଙ୍କ ସହ ଆଲୋଚନା କରିବା ପରେ ନେବା ସମସ୍ୟାର ତତ୍କାଳ ସମାଧାନ କରାଯାଇଛି । ଖୁବଶୀଘ୍ର ରାଜ୍ୟ ପାଠାଗାରର ରୂପାନ୍ତରଣ କରାଯିବ ବୋଲି କହିଛନ୍ତି ୫-ଟି ସଚିବ । ପିଲାଙ୍କ ପାଇଁ କ୍ୟାଣ୍ଟିନ ବ୍ୟବସ୍ଥା କରାଯିବା ସହ ଓ୍ବାଇଫାଇ ସୁବିଧା ମଧ୍ୟ ଦିଆଯିବ । ଏଣିକି ଶନିବାର ଓ ରବିବାର ଖୋଲା ରହିବ ଲାଇବ୍ରେରୀ । ସୋମବାର ପାଠାଗାର ବନ୍ଦ ରହିବ ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଭିକେ ପାଣ୍ଡିଆନ ଶୁକ୍ରବାର ଭୁବନେଶ୍ବରର ହରେକୃଷ୍ଣ ମହତାବ ରାଜ୍ୟ ପାଠାଗାର ପରିଦର୍ଶନରେ ଯାଇଥିଲେ। ସେଠାରେ ସେ ଛାତ୍ରଛାତ୍ରୀମାନଙ୍କ ସହିତ ସେମାନଙ୍କର ସୁବିଧା ଅସୁବିଧା ସଂପର୍କରେ ଆଲୋଚନା କରିଥିଲେ। ଏହି ପାଠାଗାରଟି ପୂରୁଣା ହୋଇଯାଇଥିବାରୁ, ଏହାର ପୁନରୁଦ୍ଧାର କରାଯାଇ ଚୌକି, ଟେବୁଲ ଓ ଅନ୍ୟ   ଆସବାବପତ୍ରର ନବୀକରଣ ସହ ଚଟାଣ ଓ ବିଭିନ୍ନ ସିଭିଲ ଷ୍ଟ୍ରକଚରର ମଧ୍ୟ ଉନ୍ନତି କରାଯିବ। ତା ସହିତ ପୁସ୍ତକ ଗୁଡିକ ଅତ୍ୟାଧୁନିକ ପଦ୍ଧତିରେ ସଂରକ୍ଷଣ ସହ ସଂପୂର୍ଣ୍ଣ ପାଠାଗାରକୁ ବାତାନୁକୂଳିତ କରାଯିବ। ପାଠାଗାର ପରିସରରେ ଥିବା ନୂତନ କୋଠାରେ ଆସବାବପତ୍ର ଓ ବାତାନୁକୂଳ ବ୍ୟବସ୍ଥା କରାଯାଇ ଅଧିକ ସଂଖ୍ୟକ ଛାତ୍ରଛାତ୍ରୀ ଓ ଜନସାଧାରଣ ଯେଭଳି ସୁବିଧାରେ ଅଧ୍ୟୟନ କରିପାରିବେ, ସେଥିପାଇଁ ପଦକ୍ଷେପ ନିଆଯିବ।

ଲାଇବ୍ରେରୀ ପ୍ରାଙ୍ଗଣର ଲ୍ୟାଣ୍ଡ ସ୍କେପିଂ କରାଯିବ। ତା ସହିତ ଲାଇବ୍ରେରୀକୁ ଆସୁଥିବା ଛାତ୍ରଛାତ୍ରୀ ଓ ଜନସାଧାରଣଙ୍କ ପାଇଁ ଫୁଡକୋର୍ଟ ଖୋଲାଯିବ ଓ ମିଶନ ଶକ୍ତି ପକ୍ଷରୁ କାଫେଟେରିଆ ମଧ୍ୟ କରାଯିବ। ଏତ୍‌ଦବ୍ୟତୀତ ଛାତ୍ରଛାତ୍ରୀ ମାନଙ୍କ ସୁବିଧା ପାଇଁ ଆହାର କେନ୍ଦ୍ର ମଧ୍ୟ ଖୋଲାଯିବ। ଲାଇବ୍ରେରୀକୁ ଆସୁଥିବା ଛାତ୍ରଛାତ୍ରୀମାନେ, ମୁଖ୍ୟତଃ ବିଭିନ୍ନ ପ୍ରତିଯୋଗୀତାମୂଳକ ପରୀକ୍ଷା ପାଇଁ ପ୍ରସ୍ତୁତ ହେଉଥିବାରୁ ଲାଇବ୍ରେରୀରେ ପର୍ଯ୍ୟାପ୍ତ ପ୍ରତିଯୋଗିତାମୂଳକ ପତ୍ରିକା ରଖାଯିବ ଏବଂ ସଂପୂର୍ଣ୍ଣ ଲାଇବ୍ରେରୀକୁ ଡିଜିଟାଲ ଦ୍ବାରା ପରିଚାଳିତ କରାଯିବ

ଏତ୍‌ଦବ୍ୟତୀତ କ୍ୟାରିୟର କାଉନସିଲିଂ ପାଇଁ ବିଭିନ୍ନ କ୍ଷେତ୍ରରେ କୃତୀତ୍ବ ଅର୍ଜନ କରିଥିବା ବ୍ୟକ୍ତିତ୍ବ ମାନଙ୍କ ଦ୍ବାରା ମୋଟିଭେସନାଲ ଟକ୍‌ର ଆୟୋଜନ ମଧ୍ୟ ନିୟମିତ ଭାବରେ କରାଯିବ। ବିଭିନ୍ନ ପ୍ରତିଯୋଗିତାମୂଳକ ପରୀକ୍ଷା ନିମନ୍ତେ ପ୍ରସ୍ତୁତ ହେଉଥିବା ଛାତ୍ରଛାତ୍ରୀଙ୍କ ପାଇଁ ଏହା ବିଶେଷ ସହାୟକ ହେବ।ହରେକୃଷ୍ଣ ମହତାବ ରାଜ୍ୟ ଲାଇବ୍ରେରୀରେ ୱାଇଫାଇ ବ୍ୟବସ୍ଥା ଉପଲ୍‌ବଧ କରାଯିବ। ରାଜ୍ୟ ପାଠାଗାରରେ ଭିଡ କମାଇବା ପାଇଁ ବାପୁଜୀ ନଗରରେ ଜନ ଲାଇବ୍ରେରୀ ଖୋଲାଯିବ। ସେଠାରେ  ଅତ୍ୟାଧୁନିକ ସୁବିଧା ସୁଯୋଗର ବିକାଶ କରାଯିବ।

ସେଠାରେ ମଧ୍ୟ ଫୁଡକୋର୍ଟର ବ୍ୟବସ୍ଥା ରଖାଯିବ। ଏହି କାର୍ଯ୍ୟକ୍ରମଟି ୫-ଟି ଉପକ୍ରମରେ ଓଡ଼ିଶା ଖଣି ନିଗମ (ଓଏମ୍‌ସି) ଦ୍ବାରା କାର୍ଯ୍ୟକାରୀ କରାଯିବ। ୫-ଟି ସଚିବଙ୍କ ଗସ୍ତ ସମୟରେ ଓଏମ୍‌ସିର ପରିଚାଳନା ନିର୍ଦ୍ଦେଶକ, ସଂସ୍କୃତି ବିଭାଗର ନିର୍ଦ୍ଦେଶକ ଓ ଅନ୍ୟାନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ।

Leave A Reply

Your email address will not be published.