ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡ଼ିଶାରେ ନିବେଶ ଓ ବାଣିଜ୍ୟିକ ସହଯୋଗ ବୃଦ୍ଧି ନେଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
ଭୋଟର ତାଲିକାରେ ନାମର ବନାନ ତ୍ରୁଟି; ଭାରତ ରତ୍ନ ବୈଜ୍ଞାନିକ ସିଏନଆର ରାଓଙ୍କୁ ନୋଟିସ୍‌
ଫାୟାର ସେଫ୍ଟି ନିୟମ ଭାଙ୍ଗିଲେ ବନ୍ଦ ହେବ କୋଚିଂ ସେଣ୍ଟର; ସେପ୍ଟେମ୍ବର ୧୫ରୁ ସ୍ୱତନ୍ତ୍ର ଯାଞ୍ଚ
ଇରାନ-ଆମେରିକା ମୁହାଁମୁହିଁ; ଖାର୍ଗ ଦ୍ୱୀପ ନିକଟରେ ୫ ତୈଳ ଟ୍ୟାଙ୍କର ଧ୍ୱଂସ
୧୧ରେ ମୋଦୀ-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା
୭ଟି ହାଇ-ଡେନ୍ସିଟି ରେଳ କରିଡୋରକୁ ଫୋର୍‌-ଲେନ୍‌ କରିବାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୩ ଦିନ ଯାଏଁ ବର୍ଷା ସମ୍ଭାବନା
ସମ୍ ରେ ପଂଚମ ମଲ୍‌ଟିପଲ୍ କ୍ୟାଡାଭେରିକ୍ ଅର୍ଗାନ୍ ରିଟ୍ରିଭାଲ୍‌

ବଦଳିବ ରାଜ୍ୟ ପାଠାଗାରର ରୂପରେଖ

0

ଭୁବନେଶ୍ୱର: ରାଜ୍ୟ ପାଠଗାର ବୁଲିଲେ ୫-ଟି ସଚିବ ଭି କେ ପାଣ୍ଡିଆନ । ପିଲାଙ୍କ ସହ ଆଲୋଚନା କରିବା ପରେ ନେବା ସମସ୍ୟାର ତତ୍କାଳ ସମାଧାନ କରାଯାଇଛି । ଖୁବଶୀଘ୍ର ରାଜ୍ୟ ପାଠାଗାରର ରୂପାନ୍ତରଣ କରାଯିବ ବୋଲି କହିଛନ୍ତି ୫-ଟି ସଚିବ । ପିଲାଙ୍କ ପାଇଁ କ୍ୟାଣ୍ଟିନ ବ୍ୟବସ୍ଥା କରାଯିବା ସହ ଓ୍ବାଇଫାଇ ସୁବିଧା ମଧ୍ୟ ଦିଆଯିବ । ଏଣିକି ଶନିବାର ଓ ରବିବାର ଖୋଲା ରହିବ ଲାଇବ୍ରେରୀ । ସୋମବାର ପାଠାଗାର ବନ୍ଦ ରହିବ ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଭିକେ ପାଣ୍ଡିଆନ ଶୁକ୍ରବାର ଭୁବନେଶ୍ବରର ହରେକୃଷ୍ଣ ମହତାବ ରାଜ୍ୟ ପାଠାଗାର ପରିଦର୍ଶନରେ ଯାଇଥିଲେ। ସେଠାରେ ସେ ଛାତ୍ରଛାତ୍ରୀମାନଙ୍କ ସହିତ ସେମାନଙ୍କର ସୁବିଧା ଅସୁବିଧା ସଂପର୍କରେ ଆଲୋଚନା କରିଥିଲେ। ଏହି ପାଠାଗାରଟି ପୂରୁଣା ହୋଇଯାଇଥିବାରୁ, ଏହାର ପୁନରୁଦ୍ଧାର କରାଯାଇ ଚୌକି, ଟେବୁଲ ଓ ଅନ୍ୟ   ଆସବାବପତ୍ରର ନବୀକରଣ ସହ ଚଟାଣ ଓ ବିଭିନ୍ନ ସିଭିଲ ଷ୍ଟ୍ରକଚରର ମଧ୍ୟ ଉନ୍ନତି କରାଯିବ। ତା ସହିତ ପୁସ୍ତକ ଗୁଡିକ ଅତ୍ୟାଧୁନିକ ପଦ୍ଧତିରେ ସଂରକ୍ଷଣ ସହ ସଂପୂର୍ଣ୍ଣ ପାଠାଗାରକୁ ବାତାନୁକୂଳିତ କରାଯିବ। ପାଠାଗାର ପରିସରରେ ଥିବା ନୂତନ କୋଠାରେ ଆସବାବପତ୍ର ଓ ବାତାନୁକୂଳ ବ୍ୟବସ୍ଥା କରାଯାଇ ଅଧିକ ସଂଖ୍ୟକ ଛାତ୍ରଛାତ୍ରୀ ଓ ଜନସାଧାରଣ ଯେଭଳି ସୁବିଧାରେ ଅଧ୍ୟୟନ କରିପାରିବେ, ସେଥିପାଇଁ ପଦକ୍ଷେପ ନିଆଯିବ।

ଲାଇବ୍ରେରୀ ପ୍ରାଙ୍ଗଣର ଲ୍ୟାଣ୍ଡ ସ୍କେପିଂ କରାଯିବ। ତା ସହିତ ଲାଇବ୍ରେରୀକୁ ଆସୁଥିବା ଛାତ୍ରଛାତ୍ରୀ ଓ ଜନସାଧାରଣଙ୍କ ପାଇଁ ଫୁଡକୋର୍ଟ ଖୋଲାଯିବ ଓ ମିଶନ ଶକ୍ତି ପକ୍ଷରୁ କାଫେଟେରିଆ ମଧ୍ୟ କରାଯିବ। ଏତ୍‌ଦବ୍ୟତୀତ ଛାତ୍ରଛାତ୍ରୀ ମାନଙ୍କ ସୁବିଧା ପାଇଁ ଆହାର କେନ୍ଦ୍ର ମଧ୍ୟ ଖୋଲାଯିବ। ଲାଇବ୍ରେରୀକୁ ଆସୁଥିବା ଛାତ୍ରଛାତ୍ରୀମାନେ, ମୁଖ୍ୟତଃ ବିଭିନ୍ନ ପ୍ରତିଯୋଗୀତାମୂଳକ ପରୀକ୍ଷା ପାଇଁ ପ୍ରସ୍ତୁତ ହେଉଥିବାରୁ ଲାଇବ୍ରେରୀରେ ପର୍ଯ୍ୟାପ୍ତ ପ୍ରତିଯୋଗିତାମୂଳକ ପତ୍ରିକା ରଖାଯିବ ଏବଂ ସଂପୂର୍ଣ୍ଣ ଲାଇବ୍ରେରୀକୁ ଡିଜିଟାଲ ଦ୍ବାରା ପରିଚାଳିତ କରାଯିବ

ଏତ୍‌ଦବ୍ୟତୀତ କ୍ୟାରିୟର କାଉନସିଲିଂ ପାଇଁ ବିଭିନ୍ନ କ୍ଷେତ୍ରରେ କୃତୀତ୍ବ ଅର୍ଜନ କରିଥିବା ବ୍ୟକ୍ତିତ୍ବ ମାନଙ୍କ ଦ୍ବାରା ମୋଟିଭେସନାଲ ଟକ୍‌ର ଆୟୋଜନ ମଧ୍ୟ ନିୟମିତ ଭାବରେ କରାଯିବ। ବିଭିନ୍ନ ପ୍ରତିଯୋଗିତାମୂଳକ ପରୀକ୍ଷା ନିମନ୍ତେ ପ୍ରସ୍ତୁତ ହେଉଥିବା ଛାତ୍ରଛାତ୍ରୀଙ୍କ ପାଇଁ ଏହା ବିଶେଷ ସହାୟକ ହେବ।ହରେକୃଷ୍ଣ ମହତାବ ରାଜ୍ୟ ଲାଇବ୍ରେରୀରେ ୱାଇଫାଇ ବ୍ୟବସ୍ଥା ଉପଲ୍‌ବଧ କରାଯିବ। ରାଜ୍ୟ ପାଠାଗାରରେ ଭିଡ କମାଇବା ପାଇଁ ବାପୁଜୀ ନଗରରେ ଜନ ଲାଇବ୍ରେରୀ ଖୋଲାଯିବ। ସେଠାରେ  ଅତ୍ୟାଧୁନିକ ସୁବିଧା ସୁଯୋଗର ବିକାଶ କରାଯିବ।

ସେଠାରେ ମଧ୍ୟ ଫୁଡକୋର୍ଟର ବ୍ୟବସ୍ଥା ରଖାଯିବ। ଏହି କାର୍ଯ୍ୟକ୍ରମଟି ୫-ଟି ଉପକ୍ରମରେ ଓଡ଼ିଶା ଖଣି ନିଗମ (ଓଏମ୍‌ସି) ଦ୍ବାରା କାର୍ଯ୍ୟକାରୀ କରାଯିବ। ୫-ଟି ସଚିବଙ୍କ ଗସ୍ତ ସମୟରେ ଓଏମ୍‌ସିର ପରିଚାଳନା ନିର୍ଦ୍ଦେଶକ, ସଂସ୍କୃତି ବିଭାଗର ନିର୍ଦ୍ଦେଶକ ଓ ଅନ୍ୟାନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ।

Leave A Reply

Your email address will not be published.