ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡ଼ିଶାରେ ନିବେଶ ଓ ବାଣିଜ୍ୟିକ ସହଯୋଗ ବୃଦ୍ଧି ନେଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
ଭୋଟର ତାଲିକାରେ ନାମର ବନାନ ତ୍ରୁଟି; ଭାରତ ରତ୍ନ ବୈଜ୍ଞାନିକ ସିଏନଆର ରାଓଙ୍କୁ ନୋଟିସ୍‌
ଫାୟାର ସେଫ୍ଟି ନିୟମ ଭାଙ୍ଗିଲେ ବନ୍ଦ ହେବ କୋଚିଂ ସେଣ୍ଟର; ସେପ୍ଟେମ୍ବର ୧୫ରୁ ସ୍ୱତନ୍ତ୍ର ଯାଞ୍ଚ
ଇରାନ-ଆମେରିକା ମୁହାଁମୁହିଁ; ଖାର୍ଗ ଦ୍ୱୀପ ନିକଟରେ ୫ ତୈଳ ଟ୍ୟାଙ୍କର ଧ୍ୱଂସ
୧୧ରେ ମୋଦୀ-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା
୭ଟି ହାଇ-ଡେନ୍ସିଟି ରେଳ କରିଡୋରକୁ ଫୋର୍‌-ଲେନ୍‌ କରିବାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୩ ଦିନ ଯାଏଁ ବର୍ଷା ସମ୍ଭାବନା
ସମ୍ ରେ ପଂଚମ ମଲ୍‌ଟିପଲ୍ କ୍ୟାଡାଭେରିକ୍ ଅର୍ଗାନ୍ ରିଟ୍ରିଭାଲ୍‌

ରାଜ୍ୟ କ୍ୟାବିନେଟରେ ୧୮ ପ୍ରସ୍ତାବ ଉପରେ ଲାଗିଲା ମୋହର

0

ଭୁବନେଶ୍ୱର: ରାଜ୍ୟ କ୍ୟାବିନେଟରେ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ଲାଗିଛି। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଥିଲା। ଏଥିରେ ‘ମୋ ଘର’ ଯୋଜନା ଅନୁମୋଦିତ ହୋଇଥିବା ଜଣାଯାଇଛି। ମୋ ଘର ନୂଆ ଯୋଜନାର ଶୁଭାରମ୍ଭ କରିଛନ୍ତି ରାଜ୍ୟ ସରକାର। ଏହି ଯୋଜନାରେ ଗ୍ରାମୀଣ ଲୋକଙ୍କୁ ଘର ତିଆରି ପାଇଁ ସହାୟତା ଦେବେ ସରକାର। ଯେଉଁମାନେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର ପାଇନାହାନ୍ତି, ସେମାନଙ୍କୁ ରାଜ୍ୟ ସରକାର ଏହି ‘ମୋ ଘର’ ଯୋଜନାରେ ଲୋକଙ୍କୁ ଘର ଯୋଗାଇଦେବ

ଏହାଛଡା ରାଜ୍ୟରେ ଗୁଣାତ୍ମକ ସ୍ବାସ୍ଥ୍ୟସେବା ଓ ପ୍ରଗତିଶୀଳ ଡାକ୍ତରୀ ଶିକ୍ଷା ଯୋଗାଇବା ପାଇଁ ‘ଓଡ଼ିଶା ସ୍ୱାସ୍ଥ୍ୟବିଜ୍ଞାନ ବିଶ୍ୱବିଦ୍ୟାଳୟ’ ପ୍ରତିଷ୍ଠା ହେବାକୁ ଯାଉଛି। ଏଥିପାଇଁ ୩୩୦.୧୭ କୋଟିର ପ୍ରସ୍ତାବ ଆଗତ ହୋଇଥିବାବେଳେ ଏହା ରାଜ୍ୟର ସରକାରୀ ଡାକ୍ତରଖାନାରେ ଡାକ୍ତର ଏବଂ ପାରାମେଡିକଙ୍କ ନିଯୁକ୍ତି ସୁନିଶ୍ଚିତ କରିବ।

ସେହିପରି ଲୋକଙ୍କ ପାଇଁ ବିଶୁଦ୍ଧ ପାନୀୟ ଜଳର ଆବଶ୍ୟକତାକୁ ଦୃଷ୍ଟିରେ ରଖି ବଲାଙ୍ଗିର ଜିଲ୍ଲା ପାଇଁ ୬ଟି ଗ୍ରାମ୍ୟ ପାନୀୟଜଳ ଯୋଗାଣ ପ୍ରକଳ୍ପକୁ ମଞ୍ଜୁରୀ ମିଳିଛି। ଏହାଦ୍ୱାରା ୨୨୨ଟି ଗାଁର ୧.୬୧  ଲକ୍ଷରୁ ଅଧିକ ବାସିନ୍ଦା ଉପକୃତ ହେବେ। ଏହାସହ ଗଜପତି ଜିଲ୍ଲା ପାଇଁ ୨ଟି ଗ୍ରାମ୍ୟ ପାନୀୟଜଳ ଯୋଗାଣ ପ୍ରକଳ୍ପକୁ ମଞ୍ଜୁରୀ ମିଳିଛି। ଏହାଦ୍ୱାରା ୩୪୬ଟି ଗାଁର ୧ ଲକ୍ଷ ୩୧ ହଜାରରୁ ଅଧିକ ବାସିନ୍ଦା ଉପକୃତ ହେବେ।

ସେହିଭଳି ଉଭୟ ଖରିଫ ଓ ରବି ଫସଲ ଋତୁରେ ଚାଷ ଜମିକୁ ଜଳ ସୁନିଶ୍ଚିତ କରିବା ପାଇଁ ‘ଜଳକ୍ଳିଷ୍ଟ ଅଞ୍ଚଳରେ ଭୂତଳ ଜଳର ପୋଷଣୀୟ ବିନିଯୋଗ’ ଯୋଜନାରେ ୩୬୪.୪୦ କୋଟିର ଖର୍ଚ୍ଚକୁ ମଞ୍ଜୁରୀ ମିଳିଛି।

Leave A Reply

Your email address will not be published.