ପ୍ରମୁଖ ଖବର

ଭାରତୀୟ ଷ୍ଟକବଜାରରେ ଉତ୍ସାହ ଫେରିଲା, ସେନସେକ୍ସ ୬୦୦ ପଏଣ୍ଟ ବୃଦ୍ଧି
ହୀରାକୁଦ ଜଳଭଣ୍ଡାରରେ ଅଘଟଣ: ଡଙ୍ଗା ବୁଡ଼ି ୧୦ରୁ ଅଧିକ ନିଖୋଜ
ଲଖନପୁର ଡଙ୍ଗାବୁଡି ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, ମୃତକଙ୍କ ଆତ୍ମୀୟଙ୍କୁ ମିଳିବ ୪ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି
ଭୋଟିଂ ସମୟରେ ବସ୍ତରରେ ବିସ୍ଫୋରଣ, ମଣିପୁରରେ ଗୁଳିମାଡ, ସିଆରପିଏଫ୍ ଯବାନ ଆହତ
ଜ୍ୟରେ ଅଂଶୁଘାତରେ ଜଣଙ୍କର ମୃତ୍ୟୁ ଘଟିଛି,ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ଵରର, ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି ସୂଚନା ଦେଇଛନ୍ତି
ଗାନ୍ଧୀନଗର ଲୋକସଭା ଆସନରୁ ମନୋନୟନ ପତ୍ର ଦାଖଲ କଲେ ଅମିତ ଶାହା
ଗେଷ୍ଟହାଉସରୁ ମିଳିଲା ଶିଳ୍ପପତିଙ୍କ ଶବ, କର୍ପୋରେଟ୍‌ ମିଟିଂ ପାଇଁ ଭୁବନେଶ୍ବର ଆସିଥିଲେ
ମୃତକ ହେଲେ ତପନ ପ୍ରସାଦ ଆଚାର୍ଯ୍ୟ, ଶୁଭମ ବାୟୋ ସିଏନଜି ପ୍ରାଇଭେଟ ଲିମିଟେଡର ମାଲିକ ଥିବା ଜଣାପଡିଛି

ରାଜ୍ୟ କ୍ୟାବିନେଟରେ ୧୮ ପ୍ରସ୍ତାବ ଉପରେ ଲାଗିଲା ମୋହର

0

ଭୁବନେଶ୍ୱର: ରାଜ୍ୟ କ୍ୟାବିନେଟରେ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ଲାଗିଛି। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଥିଲା। ଏଥିରେ ‘ମୋ ଘର’ ଯୋଜନା ଅନୁମୋଦିତ ହୋଇଥିବା ଜଣାଯାଇଛି। ମୋ ଘର ନୂଆ ଯୋଜନାର ଶୁଭାରମ୍ଭ କରିଛନ୍ତି ରାଜ୍ୟ ସରକାର। ଏହି ଯୋଜନାରେ ଗ୍ରାମୀଣ ଲୋକଙ୍କୁ ଘର ତିଆରି ପାଇଁ ସହାୟତା ଦେବେ ସରକାର। ଯେଉଁମାନେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର ପାଇନାହାନ୍ତି, ସେମାନଙ୍କୁ ରାଜ୍ୟ ସରକାର ଏହି ‘ମୋ ଘର’ ଯୋଜନାରେ ଲୋକଙ୍କୁ ଘର ଯୋଗାଇଦେବ

ଏହାଛଡା ରାଜ୍ୟରେ ଗୁଣାତ୍ମକ ସ୍ବାସ୍ଥ୍ୟସେବା ଓ ପ୍ରଗତିଶୀଳ ଡାକ୍ତରୀ ଶିକ୍ଷା ଯୋଗାଇବା ପାଇଁ ‘ଓଡ଼ିଶା ସ୍ୱାସ୍ଥ୍ୟବିଜ୍ଞାନ ବିଶ୍ୱବିଦ୍ୟାଳୟ’ ପ୍ରତିଷ୍ଠା ହେବାକୁ ଯାଉଛି। ଏଥିପାଇଁ ୩୩୦.୧୭ କୋଟିର ପ୍ରସ୍ତାବ ଆଗତ ହୋଇଥିବାବେଳେ ଏହା ରାଜ୍ୟର ସରକାରୀ ଡାକ୍ତରଖାନାରେ ଡାକ୍ତର ଏବଂ ପାରାମେଡିକଙ୍କ ନିଯୁକ୍ତି ସୁନିଶ୍ଚିତ କରିବ।

ସେହିପରି ଲୋକଙ୍କ ପାଇଁ ବିଶୁଦ୍ଧ ପାନୀୟ ଜଳର ଆବଶ୍ୟକତାକୁ ଦୃଷ୍ଟିରେ ରଖି ବଲାଙ୍ଗିର ଜିଲ୍ଲା ପାଇଁ ୬ଟି ଗ୍ରାମ୍ୟ ପାନୀୟଜଳ ଯୋଗାଣ ପ୍ରକଳ୍ପକୁ ମଞ୍ଜୁରୀ ମିଳିଛି। ଏହାଦ୍ୱାରା ୨୨୨ଟି ଗାଁର ୧.୬୧  ଲକ୍ଷରୁ ଅଧିକ ବାସିନ୍ଦା ଉପକୃତ ହେବେ। ଏହାସହ ଗଜପତି ଜିଲ୍ଲା ପାଇଁ ୨ଟି ଗ୍ରାମ୍ୟ ପାନୀୟଜଳ ଯୋଗାଣ ପ୍ରକଳ୍ପକୁ ମଞ୍ଜୁରୀ ମିଳିଛି। ଏହାଦ୍ୱାରା ୩୪୬ଟି ଗାଁର ୧ ଲକ୍ଷ ୩୧ ହଜାରରୁ ଅଧିକ ବାସିନ୍ଦା ଉପକୃତ ହେବେ।

ସେହିଭଳି ଉଭୟ ଖରିଫ ଓ ରବି ଫସଲ ଋତୁରେ ଚାଷ ଜମିକୁ ଜଳ ସୁନିଶ୍ଚିତ କରିବା ପାଇଁ ‘ଜଳକ୍ଳିଷ୍ଟ ଅଞ୍ଚଳରେ ଭୂତଳ ଜଳର ପୋଷଣୀୟ ବିନିଯୋଗ’ ଯୋଜନାରେ ୩୬୪.୪୦ କୋଟିର ଖର୍ଚ୍ଚକୁ ମଞ୍ଜୁରୀ ମିଳିଛି।

Leave A Reply

Your email address will not be published.