ପ୍ରମୁଖ ଖବର

ଭାରତୀୟ ପାଇଲଟ୍‌ଙ୍କ ସାହସକୁ ୟୁଏଇର ସମ୍ମାନ, ପ୍ରଦାନ କଲା ‘ଜାୟେଦ୍‌’ ପୁରସ୍କାର
କେନ୍ଦ୍ରୀୟ କର୍ମଚାରୀଙ୍କ ଡିଏ ୩% ବୃଦ୍ଧି, ଜୁଲାଇରୁ ମିଳିବ ବର୍ଦ୍ଧିତ ଭତ୍ତା
ଅପରେସନ ସିନ୍ଦୂର ପରେ ପ୍ରଥମ ଥର ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
ମଧ୍ୟପ୍ରଦେଶରୁ ରାଜ୍ୟସଭା ଉପନିର୍ବାଚନ ଲଢ଼ିବେ ହରଦୀପ ସିଂହ ପୁରୀ
ସ୍ପେନରେ ଦୁଇ ହାଇସ୍ପିଡ୍‌ ଟ୍ରେନ୍‌ ଧକ୍କା, ୩୯ ମୃତ
ଆନ୍ଧ୍ରରେ ସ୍ଥଳଭାଗ ଛୁଇଁ ଓଡ଼ିଶାମୁହାଁ ‘ଅର୍ଣ୍ଣବ’, ୨୪ ଘଣ୍ଟା ସତର୍କ ରହିବାକୁ ଏସ୍‌ଆର୍‌ସିଙ୍କ ପରାମର୍ଶ

ମେ ୩୧ରେ ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷାଫଳ

0

କଟକ: ମେ’ ୩୧ ରେ ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ। ୩୧ ସୁଦ୍ଧା ପ୍ରକାଶ ପାଇବ +୨ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ। ସିଏଚଏସଇ ପରୀକ୍ଷା ନିୟନ୍ତ୍ରକ ସୂଚନା ଦେଇଛନ୍ତି। ଏହାପରେ +୨ କଳାର ରେଜଲ୍ଟ ପ୍ରକାଶ ପାଇବ। ଏଥର ପ୍ରାୟ ସାଢେ ୩ ଲକ୍ଷ ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି।

ସୂଚନାଯୋଗ୍ୟ, ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ଦ୍ବାରା ପରିଚାଳିତ ଯୁକ୍ତ ୨ ପରୀକ୍ଷା ଖାତା ମୂଲ୍ୟାୟନ ଗତ ଏପ୍ରିଲ୍ ୧୦ ତାରିଖରୁ ଆରମ୍ଭ ହୋ‌ଇଥିଲା। ପ୍ରଥମ ପର୍ଯ୍ୟାୟ ମୂଲ୍ୟାୟନର ଅନ୍‌ଲାଇନ୍‌ ଖାତା ଦେଖାରେ ପ୍ରାୟ ୩ ହଜାର ଓ ଅଫ୍‌ଲାଇନ୍‌ରେ ୫ ହଜାର ମୂଲ୍ୟାୟନକାରୀ ନିୟୋଜିତ ହୋଇଥିଲେ। ବିଜ୍ଞାନ ଓ ବାଣିଜ୍ୟ ବିଭାଗ ବିଷୟଗୁଡ଼ିକର ଇ-ମୂଲ୍ୟାୟନ ଲାଗି ୩୯ଟି ଓ ମାନୁଆଲ୍‌ ମୂଲ୍ୟାୟନ ହେବାକୁ ଥିବା କଳା ଓ ଧନ୍ଦାମୂଳକ ବିଷୟଗୁଡ଼ିକ ଲାଗି ୬୫ଟି କେନ୍ଦ୍ର ହୋଇଥିଲା।

ପରବର୍ତ୍ତୀ ପର୍ଯ୍ୟାୟରେ ଉଭୟ ଅନଲାଇନ୍ ଓ ଅଫଲାଇନ୍  ଖାତା ଦେଖା ହୋଇଥିଲା। ତାପରେ ଅନ୍ୟାନ୍ୟ ଆନୁସଙ୍ଗିକ କାର୍ଯ୍ୟ ଶେଷ ହୋଇଥିଲା। ଏବେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ)  ଯୁକ୍ତ ୨ ପରୀକ୍ଷା ଫଳ ପ୍ରକାଶ କରିବାକୁ ସଂପୂର୍ଣ୍ଣ ପ୍ରସ୍ତୁତ ଥିବା ଜଣାଯାଇଛି। ଏଥର ଯୁକ୍ତ ୨ ପରୀକ୍ଷା ଫଳ ଗତ ବର୍ଷ ତୁଳନାରେ ଭଲ ହେବ ବୋଲି ଆଶା କରାଯାଉଛି।

Leave A Reply

Your email address will not be published.