ପ୍ରମୁଖ ଖବର

୫ରୁ ୧୭ ବର୍ଷ ପିଲାଙ୍କ ଆଧାର ବାୟୋମେଟ୍ରିକ୍‌ ଅପଡେଟ୍‌ ମାଗଣା
‘ଚଳିବ’ ମାନସିକତା ବଦଳାଇ ସମୟାନୁବର୍ତ୍ତିତାକୁ ଗୁରୁତ୍ୱ: ମୋଦୀଙ୍କ ଆହ୍ୱାନ
ଏନ୍‌ଟିପିସି ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ, ୫ ଶ୍ରମିକ ଆହତ
ରାଜ୍ୟ ସହିବ ୧ ଲକ୍ଷ କୋଟିର କ୍ଷତି: ଏମ୍‌ଏମ୍‌ଡିଆର୍‌ ବିଲ୍‌କୁ କଂଗ୍ରେସର ବିରୋଧ, ସ୍ୱତନ୍ତ୍ର ଅଧିବେଶନ ଦାବି
ୟୁପିର ୫୨ ନେତାଙ୍କୁ ମିଳିବ ବୁଲେଟ୍‌ପ୍ରୁଫ୍‌ ଜାକେଟ୍‌
୪ ବର୍ଷରୁ କମ୍ ପିଲାଙ୍କ ପାଇଁ କାଶ-ଥଣ୍ଡା ଔଷଧ ଉପରେ କେନ୍ଦ୍ରର କଟକଣା
ଚିନି ଦରରେ ରେକର୍ଡ ବୃଦ୍ଧି
ନେତାନ୍ୟାହୁଙ୍କ ବିରୋଧରେ ତୁର୍କୀର ଗିରଫ ପରୱାନା

ମେ ୩୧ରେ ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷାଫଳ

0

କଟକ: ମେ’ ୩୧ ରେ ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ। ୩୧ ସୁଦ୍ଧା ପ୍ରକାଶ ପାଇବ +୨ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ। ସିଏଚଏସଇ ପରୀକ୍ଷା ନିୟନ୍ତ୍ରକ ସୂଚନା ଦେଇଛନ୍ତି। ଏହାପରେ +୨ କଳାର ରେଜଲ୍ଟ ପ୍ରକାଶ ପାଇବ। ଏଥର ପ୍ରାୟ ସାଢେ ୩ ଲକ୍ଷ ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି।

ସୂଚନାଯୋଗ୍ୟ, ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ଦ୍ବାରା ପରିଚାଳିତ ଯୁକ୍ତ ୨ ପରୀକ୍ଷା ଖାତା ମୂଲ୍ୟାୟନ ଗତ ଏପ୍ରିଲ୍ ୧୦ ତାରିଖରୁ ଆରମ୍ଭ ହୋ‌ଇଥିଲା। ପ୍ରଥମ ପର୍ଯ୍ୟାୟ ମୂଲ୍ୟାୟନର ଅନ୍‌ଲାଇନ୍‌ ଖାତା ଦେଖାରେ ପ୍ରାୟ ୩ ହଜାର ଓ ଅଫ୍‌ଲାଇନ୍‌ରେ ୫ ହଜାର ମୂଲ୍ୟାୟନକାରୀ ନିୟୋଜିତ ହୋଇଥିଲେ। ବିଜ୍ଞାନ ଓ ବାଣିଜ୍ୟ ବିଭାଗ ବିଷୟଗୁଡ଼ିକର ଇ-ମୂଲ୍ୟାୟନ ଲାଗି ୩୯ଟି ଓ ମାନୁଆଲ୍‌ ମୂଲ୍ୟାୟନ ହେବାକୁ ଥିବା କଳା ଓ ଧନ୍ଦାମୂଳକ ବିଷୟଗୁଡ଼ିକ ଲାଗି ୬୫ଟି କେନ୍ଦ୍ର ହୋଇଥିଲା।

ପରବର୍ତ୍ତୀ ପର୍ଯ୍ୟାୟରେ ଉଭୟ ଅନଲାଇନ୍ ଓ ଅଫଲାଇନ୍  ଖାତା ଦେଖା ହୋଇଥିଲା। ତାପରେ ଅନ୍ୟାନ୍ୟ ଆନୁସଙ୍ଗିକ କାର୍ଯ୍ୟ ଶେଷ ହୋଇଥିଲା। ଏବେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ)  ଯୁକ୍ତ ୨ ପରୀକ୍ଷା ଫଳ ପ୍ରକାଶ କରିବାକୁ ସଂପୂର୍ଣ୍ଣ ପ୍ରସ୍ତୁତ ଥିବା ଜଣାଯାଇଛି। ଏଥର ଯୁକ୍ତ ୨ ପରୀକ୍ଷା ଫଳ ଗତ ବର୍ଷ ତୁଳନାରେ ଭଲ ହେବ ବୋଲି ଆଶା କରାଯାଉଛି।

Leave A Reply

Your email address will not be published.