ପ୍ରମୁଖ ଖବର

କାଲିଠୁ କ୍ଷୟକ୍ଷତି ଆକଳନ କରାଯିବ: ମନ୍ତ୍ରୀ
ଲାଞ୍ଚ ନେଇ ଧରାପଡ଼ିଲେ ସିଟି-ଜିଏସ୍‌ଟି ଅଧିକାରୀ
ଏସଆଇ ପରୀକ୍ଷା ଜାଲିଆତି: ଗିରଫ ୧୧୪ ପରୀକ୍ଷାର୍ଥୀଙ୍କୁ ମିଳିଲା ଜାମିନ
ଟ୍ରକ୍‌ ପଛରେ ପିଟି ହେଲା ବସ୍, ଡ୍ରାଇଭର ଓ ହେଲ୍‌ପର ମୃତ
ରାଫେଲରେ ଉଡିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ରାଉରକେଲା-ରାଞ୍ଚି ସେକ୍ସନରେ ଟ୍ରେନ୍ ଦୁର୍ଘଟଣାଗ୍ରସ୍ତ
ଯୁକ୍ତ ୨ ଫର୍ମ ପୂରଣ ପାଇଁ ଘୁଞ୍ଚିଲା ତାରିଖ

ଆସନ୍ତାକାଲି ଶ୍ରୀମନ୍ଦିରରେ ୪ଘଣ୍ଟା ପାଇଁ ସାଧାରଣ ଦର୍ଶନ ବନ୍ଦ

0

ପୁରୀ: ଶ୍ରୀମନ୍ଦିରରେ ଆସନ୍ତାକାଲି ଅପରାହ୍ନରେ ୪ଘଣ୍ଟା ପାଇଁ ସାଧାରଣ ଦର୍ଶନ ବନ୍ଦ ରହିବ। ଆସନ୍ତାକାଲି ୩୧ ତାରିଖ ବୁଧବାରରେ ଶ୍ରୀମନ୍ଦିରରେ ୠକ୍ମିଣୀ ହରଣ ନୀତି ଅନୁଷ୍ଠିତ ହେବ ।ତେଣୁ ଆପାତତଃ ଅପରାହ୍ନ ୧ଟା ଠାରୁ  ଅପରାହ୍ନ୫ଟା ପର୍ଯ୍ୟନ୍ତ ଶ୍ରୀବିଗ୍ରହମାନଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।

ଆସନ୍ତାକାଲି ରୁକ୍ମିଣୀ ହରଣ ଏକାଦଶୀରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବିବାହ ମହୋତ୍ସବ ଅନୁଷ୍ଠିତ ହେବ । ମା’ଲକ୍ଷ୍ମୀ ଠାକୁରାଣୀ ସାଜିବେ ଦେବୀ ରୁକ୍ମିଣୀ । ଶ୍ରୀମଦନମୋହନ ସାଜିବେ ଶ୍ରୀକୃଷ୍ଣ । ଜ୍ୟେଷ୍ଠମାସ ଶୁକ୍ଳପକ୍ଷ ଏକାଦଶୀ ତିଥିରେ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ୠକ୍ମିଣୀ ହରଣ ଏକାଦଶୀ ବିଧି । ଏହି ଅବସରରେ ଠାକୁର-ଠାକୁରାଣୀଙ୍କ ଦେବ ବିବାହ ନୀତି ସମ୍ପନ୍ନ ହେବ ।

ତେଣୁ ପରମ୍ପରା ମୁତାବକ ଶ୍ରୀମନ୍ଦିରରେ ବିଧି ମୁତାବକ ବିମଳାଙ୍କ ମନ୍ଦିରରେ ପୂଜା ସାରି ଫେରିବା ବାଟରେ ରୁକ୍ମିଣୀରୂପୀ ମା’ଲକ୍ଷ୍ମୀ ଠାକୁରାଣୀଙ୍କୁ ଶ୍ରୀକୃଷ୍ଣରୂପୀ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ମଦନମୋହନ ହରଣ କରିନେବେ । ବାଟରେ ଶିଶୁପାଳ ପ୍ରତିରୋଧ କରିବେ । ଘମାଘୋଟ ଲଢ଼େଇ ପରେ ଶିଶୁପାଳ ପରାସ୍ତ ହୋଇ ବନ୍ଦୀ ହେବେ । ସେବକମାନେ ଦେବତାଙ୍କ ପକ୍ଷରୁ ଏହି ନୀତି ସମ୍ପାଦନ କରିବେ । ରାତିରେ ମହାପ୍ରଭୁଙ୍କ ସହିତ ରୁକ୍ମିଣୀଙ୍କ ବିବାହ ଉତ୍ସବ ସମ୍ପନ୍ନ ହେବ । ଏଥି ସହିତ ଭିତର ଚନ୍ଦନ ଯାତ୍ରା ଅବସରରେ ମହାପ୍ରଭୁଙ୍କ ଜଳକ୍ରୀଡ଼ା ବିଧି ଅନୁଷ୍ଠିତ ହେବ।

Leave A Reply

Your email address will not be published.