ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡ଼ିଶାରେ ନିବେଶ ଓ ବାଣିଜ୍ୟିକ ସହଯୋଗ ବୃଦ୍ଧି ନେଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
ଭୋଟର ତାଲିକାରେ ନାମର ବନାନ ତ୍ରୁଟି; ଭାରତ ରତ୍ନ ବୈଜ୍ଞାନିକ ସିଏନଆର ରାଓଙ୍କୁ ନୋଟିସ୍‌
ଫାୟାର ସେଫ୍ଟି ନିୟମ ଭାଙ୍ଗିଲେ ବନ୍ଦ ହେବ କୋଚିଂ ସେଣ୍ଟର; ସେପ୍ଟେମ୍ବର ୧୫ରୁ ସ୍ୱତନ୍ତ୍ର ଯାଞ୍ଚ
ଇରାନ-ଆମେରିକା ମୁହାଁମୁହିଁ; ଖାର୍ଗ ଦ୍ୱୀପ ନିକଟରେ ୫ ତୈଳ ଟ୍ୟାଙ୍କର ଧ୍ୱଂସ
୧୧ରେ ମୋଦୀ-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା
୭ଟି ହାଇ-ଡେନ୍ସିଟି ରେଳ କରିଡୋରକୁ ଫୋର୍‌-ଲେନ୍‌ କରିବାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୩ ଦିନ ଯାଏଁ ବର୍ଷା ସମ୍ଭାବନା
ସମ୍ ରେ ପଂଚମ ମଲ୍‌ଟିପଲ୍ କ୍ୟାଡାଭେରିକ୍ ଅର୍ଗାନ୍ ରିଟ୍ରିଭାଲ୍‌

ଆସନ୍ତାକାଲି ଶ୍ରୀମନ୍ଦିରରେ ୪ଘଣ୍ଟା ପାଇଁ ସାଧାରଣ ଦର୍ଶନ ବନ୍ଦ

0

ପୁରୀ: ଶ୍ରୀମନ୍ଦିରରେ ଆସନ୍ତାକାଲି ଅପରାହ୍ନରେ ୪ଘଣ୍ଟା ପାଇଁ ସାଧାରଣ ଦର୍ଶନ ବନ୍ଦ ରହିବ। ଆସନ୍ତାକାଲି ୩୧ ତାରିଖ ବୁଧବାରରେ ଶ୍ରୀମନ୍ଦିରରେ ୠକ୍ମିଣୀ ହରଣ ନୀତି ଅନୁଷ୍ଠିତ ହେବ ।ତେଣୁ ଆପାତତଃ ଅପରାହ୍ନ ୧ଟା ଠାରୁ  ଅପରାହ୍ନ୫ଟା ପର୍ଯ୍ୟନ୍ତ ଶ୍ରୀବିଗ୍ରହମାନଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।

ଆସନ୍ତାକାଲି ରୁକ୍ମିଣୀ ହରଣ ଏକାଦଶୀରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବିବାହ ମହୋତ୍ସବ ଅନୁଷ୍ଠିତ ହେବ । ମା’ଲକ୍ଷ୍ମୀ ଠାକୁରାଣୀ ସାଜିବେ ଦେବୀ ରୁକ୍ମିଣୀ । ଶ୍ରୀମଦନମୋହନ ସାଜିବେ ଶ୍ରୀକୃଷ୍ଣ । ଜ୍ୟେଷ୍ଠମାସ ଶୁକ୍ଳପକ୍ଷ ଏକାଦଶୀ ତିଥିରେ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ୠକ୍ମିଣୀ ହରଣ ଏକାଦଶୀ ବିଧି । ଏହି ଅବସରରେ ଠାକୁର-ଠାକୁରାଣୀଙ୍କ ଦେବ ବିବାହ ନୀତି ସମ୍ପନ୍ନ ହେବ ।

ତେଣୁ ପରମ୍ପରା ମୁତାବକ ଶ୍ରୀମନ୍ଦିରରେ ବିଧି ମୁତାବକ ବିମଳାଙ୍କ ମନ୍ଦିରରେ ପୂଜା ସାରି ଫେରିବା ବାଟରେ ରୁକ୍ମିଣୀରୂପୀ ମା’ଲକ୍ଷ୍ମୀ ଠାକୁରାଣୀଙ୍କୁ ଶ୍ରୀକୃଷ୍ଣରୂପୀ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ମଦନମୋହନ ହରଣ କରିନେବେ । ବାଟରେ ଶିଶୁପାଳ ପ୍ରତିରୋଧ କରିବେ । ଘମାଘୋଟ ଲଢ଼େଇ ପରେ ଶିଶୁପାଳ ପରାସ୍ତ ହୋଇ ବନ୍ଦୀ ହେବେ । ସେବକମାନେ ଦେବତାଙ୍କ ପକ୍ଷରୁ ଏହି ନୀତି ସମ୍ପାଦନ କରିବେ । ରାତିରେ ମହାପ୍ରଭୁଙ୍କ ସହିତ ରୁକ୍ମିଣୀଙ୍କ ବିବାହ ଉତ୍ସବ ସମ୍ପନ୍ନ ହେବ । ଏଥି ସହିତ ଭିତର ଚନ୍ଦନ ଯାତ୍ରା ଅବସରରେ ମହାପ୍ରଭୁଙ୍କ ଜଳକ୍ରୀଡ଼ା ବିଧି ଅନୁଷ୍ଠିତ ହେବ।

Leave A Reply

Your email address will not be published.