ପ୍ରମୁଖ ଖବର

ପ୍ରଚାର ବେଳେ ପୁରୀ କଂଗ୍ରେସ ବିଧାୟକ ପ୍ରାର୍ଥୀ ଉମାବଲ୍ଲଭ ରଥଙ୍କୁ ସଂଘବଦ୍ଧ ଆକ୍ରମଣ, ମୁଣ୍ଡରେ ଲାଗିଛି ଆଘାତ
୫ଟି ସ୍ଥାନରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ: ଜଳେଶ୍ୱର ସହ ବରୀ, ଆଠମଲ୍ଲିକ, ଆଠଗଡ଼ ଓ ପୁରୀରେ ବଦଳିଲେ କଂଗ୍ରେସ ପ୍ରାର୍ଥୀ
ଭୁବନେଶ୍ବରରେ ପ୍ରଧାନମନ୍ତ୍ରୀ: ରାଜଭବନରେ କରିବେ ରାତ୍ରିଯାପନ, କାଲି ବ୍ରହ୍ମପୁରରେ ଦେବେ ଉଦ୍‌ବୋଧନ, ନବରଙ୍ଗପୁରରେ ବିଜୟ ସଂକଳ୍ପ ସମାବେଶରେ ହେବେ ସାମିଲ

ଦୁର୍ଘଟଣାସ୍ଥଳରେ ପହଞ୍ଚି ସ୍ଥିତିର ସମୀକ୍ଷା କରିଛନ୍ତି ମୋଦୀ

0

ଭୁବନେଶ୍ବର: କରମଣ୍ଡଳ ଏକ୍ସପ୍ରେସ ଦୁର୍ଘଟଣାସ୍ଥଳରେ ପହଞ୍ଚି ସ୍ଥିତିର ସମୀକ୍ଷା କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ । ପ୍ରଧାନମନ୍ତ୍ରୀଙ୍କୁ ଘଟଣା ବାବଦରେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଅବଗତ କରାଇଥିବା ବେଳେ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ରହିଥିଲେ । ପ୍ରଧାନମନ୍ତ୍ରୀ ସ୍ଥିତି ଅନୁଧ୍ୟାନ ପରେ ବାଲେଶ୍ୱର ମେଡିକାଲ ଅଭିମୁଖେ ଯାଇ ସେଠାରେ ସେ ଆହତଙ୍କୁ ଭେଟିଛନ୍ତି । ପରେ କଟକ ଆସି ସେଠାରେ ଆହତଙ୍କୁ ଭେଟିଛନ୍ତି ।

ଘଟଣାସ୍ଥଳ ବୁଲି ଦେଖିବା ପରେ ଓ ବାଲେଶ୍ୱର ଡାକ୍ତରଖାନାରେ ଆହତମାନଙ୍କୁ ଭେଟିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି, ସରକାର ଏହି ଘଟଣାକୁ ଗମ୍ଭୀରତାର ସହିତ ନେଇଛନ୍ତି। ଏହା ଏକ ବିଚଳିତ କରି ଦେଲା ଭଳି ଘଟଣା। ଅନେକ ଲୋକ ଏଥିରେ ପ୍ରାଣ ହରାଇଛନ୍ତି। ଏଭଳି ଏକ ଦୁଃଖଦ ଘଟଣାକୁ ପ୍ରକାଶ କରିବାକୁ ଭାଷା ନାହିଁ। ଏହି ଘଟଣା ଆମକୁ ଅନେକ ଶିକ୍ଷା ଦେଇଛି। ନାଗରିକଙ୍କ ସୁରକ୍ଷାକୁ ଅଧିକ ସଶକ୍ତ କରାଯିବ। ବ୍ୟବସ୍ଥାକୁ ଅଧିକ ସୁଦୃଢ଼ କରି ଲୋକଙ୍କ ସୁରକ୍ଷାକୁ ପ୍ରାଥମିକତା ଦେବୁ।

ଏହି ଦୁର୍ଘଟଣାରେ ଯେଉଁମାନେ ଆହତ ହୋଇଛନ୍ତି, ସେମାନଙ୍କୁ ଉତ୍ତମ ଚିକିତ୍ସା ଯୋଗାଇ ଦିଆଯିବ। ଯେଉଁମାନେ ଏହି ଦୁର୍ଘଟଣାରେ ପ୍ରାଣ ହରାଇଛନ୍ତି, ସେମାନଙ୍କ ପରିବାରର ଲୋକଙ୍କ ଏହି ଦୁଃଖଦ ସମୟରେ ସରକାର ସେମାନଙ୍କ ସହିତ ଅଛନ୍ତି ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।

ସୂଚନା ଅନୁସାରେ ଗତକାଲି ସନ୍ଧ୍ୟାରେ କରମଣ୍ଡଳ ଏକ୍ସପ୍ରେସ – ବେଙ୍ଗଲୁରୁ ହାୱଡା ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ବାହାନଗା ନିକଟରେ ପ୍ରଥମେ ଲାଇନଚ୍ୟୁତ ହୋଇଥିଲା କରମଣ୍ଡଳ । ପରେ ସେହିବାଟେ ଆସୁଥିବା ବେଙ୍ଗଲୁରୁ ହାୱଡ଼ା ଏକ୍ସପ୍ରେସ କରମଣ୍ଡଳକୁ ଧକ୍କା ଦେଇଥିଲା । ମୋଟ୍ ୧୭ଟି ବଗି ଲାଇନଚ୍ୟୁତ ହୋଇଥିଲା । ଦୁର୍ଘଟଣାରେ ୨୮୮ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ପ୍ରାୟ ୯ ଶହ ଲୋକ ଆହତ ହୋଇ ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।

Leave A Reply

Your email address will not be published.