ପ୍ରମୁଖ ଖବର

ଲୋକସଭା ନିର୍ବାଚନ ୨୦୨୪ର ପଞ୍ଚମ ପର୍ଯ୍ୟାୟରେ ସୋମବାର ଅପରାହ୍ନ ୫ଟା ସୁଦ୍ଧା ୪୯ଟି ଆସନରେ ୫୬.୬୮% ମତଦାନ
ଓଡିଶା ରାଜ୍ୟରେ ଅପରାହ୍ଣ ୫ଟା ସୁଦ୍ଧା ୬୦.୫୪ ପ୍ରତିଶତ ମତଦାନ
ଦ୍ୱିତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜଧାନୀରେ ରୋଡ ସୋ’ କରିଛନ୍ତି
ଛତିଶଗଡ଼ରେ ୨୦ଫୁଟ ତଳକୁ ଓଲଟିଲା ପିକଅପ ଭ୍ୟାନ, ୧୭ମୃତ, ୧୨ ଆହତ

କୋଲକାତାକୁ ମାଗଣା ବସ୍ ସେବା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ବର: ବାହାନଗା ଟ୍ରେନ ଦୁର୍ଘଟଣା ପରେ ରେଳ ସେବା ବାଧାପ୍ରାପ୍ତ ହୋଇଥିବାରୁ କୋଲକାତାକୁ ମାଗଣା ବସ୍ ସେବା ଆରମ୍ଭ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁରୀ, ଭୁବନେଶ୍ୱର ଏବଂ କଟକରୁ କୋଲକାତା ମାଗଣା ବସ ସେବା ଯୋଗାଇଦେବା ପାଇଁ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ବାଲେଶ୍ୱର ରୁଟରେ ଟ୍ରେନ୍ ଚଳାଚଳ ସ୍ୱାଭାବିକ୍ ହେବା ପର୍ଯ୍ୟନ୍ତ ଏହି ବସ୍ ସେବା ଜାରି ରହିବ ।ଏନେଇ ହେବାକୁ ଥିବା ଖର୍ଚ୍ଚ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ବହନ କରାଯିବ ।

ସୂଚନାଯୋଗ୍ୟ: ବାହାନଗାରେ ଟ୍ରେନ୍ ଦୁର୍ଘଟଣା କାରଣରୁ କୋଲକତାର ସାଧାରଣ ଟ୍ରେନ୍ ସେବା ବ୍ୟାହାତ ହୋଇଛି । ଅନେକ ଲୋକ ସମସ୍ୟାର ସମ୍ମୁଖୀନ ହେଉଥିଲେ । ତେଣୁ ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁରୀ, ଭୁବନେଶ୍ୱର ଏବଂ କଟକରୁ କୋଲକାତା ମାଗଣା ବସ୍ ସେବା ଘୋଷଣା କରିଛନ୍ତି । ପ୍ରତିଦିନ ପାଖାପାଖି ୫୦ଟି ବସ୍ ପୁରୀ, ଭୁବନେଶ୍ୱର ଓ କଟକରୁ ଯାତାୟତ କରିବ ବୋଲି ସୂଚନା ଦିଆଯାଇଛି।

Leave A Reply

Your email address will not be published.