ପ୍ରମୁଖ ଖବର

ୟୁଜିସି-ନେଟ୍ ପରୀକ୍ଷା ତାରିଖରେ ପରିବର୍ତ୍ତନ: ଏବେ ୟୁଜିସି-ନେଟ୍ ପରୀକ୍ଷା ଜୁନ୍ ୧୬ ରବିବାର ପରିବର୍ତ୍ତେ ଜୁନ ୧୮ ମଙ୍ଗଳବାର ଦିନ ଅନୁଷ୍ଠିତ ହେବ
ୟୁଜିସି ମୁଖ୍ୟ ଜଗଦୀଶ କୁମାର ମାଇକ୍ରୋବ୍ଲଗିଂ ସାଇଟ୍ ‘ଏକ୍ସ’ରେ ଏ ନେଇ ସୂଚନା ଦେଇଛନ୍ତି
ଇସ୍ତଫା ଦେବା ଖବରକୁ ନୀତେଶ ଗଙ୍ଗଦେବଙ୍କ ଖଣ୍ଡନ, ଫେସବୁକ୍ ଆଇଡି ହ୍ୟାକ୍ ହେଇଥିବା ନେଇ ଦେଲେ ସୂଚନା
୧୦% କର୍ମଚାରୀଙ୍କୁ ଛଟେଇ କରିବ ଓଲା, ଇସ୍ତଫା ଦେଲେ ସିଇଓ ହେମନ୍ତ ବକ୍ସି
ଆସନ୍ତାକାଲି ହିଞ୍ଜିଳି ଏବଂ ଆସନ୍ତା ୨ତାରିଖରେ କଣ୍ଟାବାଞ୍ଜି ବିଧାନସଭା ଆସନ ପାଇଁ ନିଜର ନାମାଙ୍କନ ପତ୍ର ଦାଖଲ କରିବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ
୪୪.୮ ଡିଗ୍ରୀ ସହ ବାରିପଦା ସବୁଠୁ ଉତ୍ତପ୍ତ ସହର, ଆହୁରି ୪ରୁ ୫ ଦିନ ପର୍ଯ୍ୟନ୍ତ ଜାରି ରହିବ ଗ୍ରୀଷ୍ମ ଲହରୀ

ଅଣସରରେ ଅଲାରନାଥଙ୍କ ଦର୍ଶନ ଆରମ୍ଭ

0

ବ୍ରହ୍ମଗିରି: ଆଜିଠୁ ମହାପ୍ରଭୁଙ୍କୁ ଅଣସର ଦର୍ଶନ। ଗତକାଲି ଦେବସ୍ନାନ ନୀତି ପରେ ଅଣସର ପିଣ୍ଡିରେ ଅଛନ୍ତି ଚତୁର୍ଦ୍ଧାମୂର୍ତି। ଅତ୍ୟଧିକ ସ୍ନାନ ହେତୁ ଶ୍ରୀବିଗ୍ରହମାନେ ଜ୍ବରରେ ପୀଡିତ ହୋଇଛନ୍ତି। ୧୫ ଦିନ ଧରି ଚାଲିବ ଅନବସର ଗୁପ୍ତ ନୀତି। ତେଣୁ ଶ୍ରୀମନ୍ଦିର ରତ୍ନ ସିଂହାସନରେ ତିନି ଠାକୁର ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ।

ଶ୍ରୀମନ୍ଦିରରେ ଏହି ସମୟରେ ପଟିଦିଅଁ ଦର୍ଶନ ବ୍ୟବସ୍ଥା ଥିବା ବେଳେ ଭକ୍ତମାନେ ଏହି ସମୟରେ ବ୍ରହ୍ମଗିରିର ଅଲାରନାଥଙ୍କୁ ଦର୍ଶନ କରୁଛନ୍ତି। ଆଜିଠାରୁ ବ୍ରହ୍ମଗିରିସ୍ଥିତ ଶ୍ରୀଅଲାରନାଥଙ୍କ ପୀଠରେ ଦର୍ଶନ କରିପାରିବେ ଶ୍ରଦ୍ଧାଳୁ। ଏଥିପାଇଁ ଶ୍ରୀଅଲାରନାଥ ପୀଠରେ ସବୁ ପ୍ରସ୍ତୁତି ଶେଷ ହୋଇଛି। ଆଜି ଭୋରୁ ଶ୍ରୀଅଲାରନାଥଙ୍କ ମନ୍ଦିର ଦ୍ୱାରଫିଟା ପରେ ମଙ୍ଗଳଆରତି, ଅବକାଶ, ବେଶ, ଚନ୍ଦନ ତୁଳସୀ ଲାଗି, ଦ୍ୱାରପାଳ ପୂଜା, ସୂର୍ଯ୍ୟ ପୂଜା ଶେଷ ହୋଇଛି। ଏହି ଦର୍ଶନ ଚତୁର୍ଦ୍ଧାମୂର୍ତ୍ତିଙ୍କ ନବ ଯୌବନ ଦର୍ଶନ ପର୍ଯ୍ୟନ୍ତ ଚାଲିବ। ଅଣସର ସମୟରେ ଅଲାରନାଥଙ୍କୁ ଦର୍ଶନ କଲେ କୋଟି ପୂର୍ଣ୍ୟ ପ୍ରାପ୍ତି ହୁଏ ବୋଲି ବିଶ୍ବାସ ରହିଛି।

ସକାଳ ୬ଟାରୁ ସର୍ବସାଧାରଣଙ୍କ ଦର୍ଶନ ଆରମ୍ଭ ହୋଇଛି। ଦର୍ଶନକୁ ଦୃଷ୍ଟିରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି। ମନ୍ଦିର ଆଗରେ ଏକ ଅସ୍ଥାୟୀ ଫାଣ୍ଡି ଖୋଲାଯାଇଛି। ୬ ପ୍ଲାଟୁର୍ନ ଫୋସ ମୁତୟକ ରାଯାଇଛି।

Leave A Reply

Your email address will not be published.