ପ୍ରମୁଖ ଖବର

ସୋଆର ୨୦ତମ ପ୍ରତିଷ୍ଠା ଦିବସରେ ବିଶ୍ୱବିଦ୍ୟାଳୟର ସଫଳତା, ଉତ୍କର୍ଷତା ଓ ଅଗ୍ରଗତିର ସ୍ମୃତିଚାରଣ
ପାଠ୍ୟପୁସ୍ତକ ତ୍ରୁଟି ମାମଲା: ଓସେପା ଅଫିସ୍‌ରେ କ୍ରାଇମବ୍ରାଞ୍ଚର ତଦନ୍ତ ଆରମ୍ଭ
ନିଟ୍‌ ପରୀକ୍ଷାରେ ବିଫଳ ପରେ ଛାତ୍ରୀଙ୍କ ଆତ୍ମହତ୍ୟା
ଜଳନ୍ଧରରୁ ୬,୬୦୦ କୋଟିରୁ ଅଧିକ ଟଙ୍କାର ପ୍ରକଳ୍ପ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ
ସରିଲା ପ୍ରଥମ ପର୍ଯ୍ୟାୟ +୨ ନାମଲେଖା; ଏବେ ବି ଖାଲି ୨.୧୮ ଲକ୍ଷ ଆସନ
ଆର୍ଯ୍ୟନ୍‌ ଓ ପାଂଶୁଲ ନିଟ୍‌-ୟୁଜି ୨୦୨୬ର ଯୁଗ୍ମ ଟପ୍ପର୍‌, ଓଡ଼ିଶାର ସାତ୍ତ୍ୱିକ ପଟ୍ଟନାୟକଙ୍କ ଅଲ୍ ଇଣ୍ଡିଆ ରାଙ୍କ ୪୦
ଶରଧାବାଲିରେ ଲାଗିଲା ତିନି ରଥ; ଆସନ୍ତାକାଲି ଆଡ଼ପ ମଣ୍ଡପ ବିଜେ କରିବେ ଚତୁର୍ଦ୍ଧା ମୂର୍ତ୍ତି

ବାଲେଶ୍ୱର ବାହାନଗା ହାଇସ୍କୁଲର ନବକଳେବର

0

ଭୁବନେଶ୍ବର: ବଦଳିବ ବାଲେଶ୍ୱର ବାହାନଗା ହାଇସ୍କୁଲ। ଭଙ୍ଗାଯିବ ସ୍କୁଲ ପରିସରରେ ଥିବା ପ୍ରାଥମିକ ବିଦ୍ୟାଳୟ। ୫ଟି ଉପକ୍ରମରେ ମଡେଲ ସ୍କଲ ଭାବେ ଗଢା ହେବ । ଏନେଇ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ କହିଛନ୍ତି, ଏକ ଆଦର୍ଶ ବିଦ୍ୟାଳୟ ବାହାନଗା ହାଇସ୍କୁଲକୁ ଭାବେ ଗଢି ତୋଳାଯିବ ।

ସୂଚନାନୁସାରେ, ବାହାନଗା ହାଇସ୍କୁଲର ପୁନଃନିର୍ମାଣ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଛନ୍ତି। ୫-ଟି ଉପକ୍ରମରେ ଏହାକୁ ଏକ ମଡେଲ ସ୍କୁଲ କରାଯିବ । ‍ବାଲେଶ୍ୱର ଜିଲ୍ଲା ବାହନଗା ହାଇସ୍କୁଲ ତଥା ଏହାର ପରିସରରେ ଥିବା ପ୍ରାଥମିକ ଓ ଏଲିମେଣ୍ଟାରୀ ସ୍କୁଲ ଘରକୁ ସମ୍ପୂର୍ଣ୍ଣ ଭଙ୍ଗାଯିବ। ୫-ଟି ଉପକ୍ରମରେ ଏହାର ପୁନଃନିର୍ମାଣ କରାଯିବା ସହିତ ଏହାକୁ ଏକ ଆଦର୍ଶ ସ୍କୁଲ ଭାବରେ ଗଢ଼ି ତୋଳିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି।

ଗତ ୨ ତାରିଖରେ ବାହାନଗା ରେଳ ଷ୍ଟେସନରେ ଭୟାବହ ରେଳ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଲୋକଙ୍କ ମୃତଦେହ ସାମୟିକ ଭାବରେ ବାହନଗା ହାଇସ୍କୁଲରେ ରଖାଯାଇଥିଲା। ପରବର୍ତ୍ତୀ ସମୟରେ ମୃତଦେଗୁଡ଼ିକୁ ଅନ୍ୟତ୍ର ନିଆଯାଇ ସ୍କୁଲ ବିଶୋଧନ କରାଯାଇଥିଲେ ମଧ୍ୟ ଛାତ୍ରଛାତ୍ରୀ, ଶିକ୍ଷକ, ଜନସାଧାରଣଙ୍କ ମଧ୍ୟରେ ଭୟ ରହିଛି। ତେଣୁ ସ୍କୁଲଘର ଭାଙ୍ଗି ଏହାର ପୁନଃନିର୍ମାଣ ପାଇଁ ବିଭିନ୍ନ ମହଲରେ ଦାବି ହୋଇଥିଲା ।

ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା, ୫ଟି ସଚିବ ଭିକେ ପାଣ୍ଡିଆନ, ସ୍କୁଲ ଓ ଗଣଶିକ୍ଷା ସଚିବ ଏସ୍. ଅଶ୍ୱଥୀ ଭିଡିଓ କନଫରେନ୍ସିଂ ଜରିଆରେ ବାଲେଶ୍ୱର ଜିଲ୍ଲାପାଳ, ସ୍କୁଲ ପରିଚାଳନା କମିଟିର ସଦସ୍ୟ, ପଞ୍ଚାୟତ ପ୍ରତିନିଧି, ଶିକ୍ଷକ ଶିକ୍ଷୟିତ୍ରୀ, ଛାତ୍ରଛାତ୍ରୀ ଓ ପୁରାତନ ଛାତ୍ରଛାତ୍ରୀଙ୍କ ସହ ଆଲୋଚନା କରିଥିଲେ । ସମସ୍ତଙ୍କର ମତାମତ ନିଆଯାଇ ବାହାନଗା ହାଇସ୍କୁଲ ଓ ଏହାର ପରିସରରେ ଥିବା ପ୍ରାଥମିକ ଓ  ଏଲିମେଣ୍ଟାରୀ ସ୍କୁଲଘର ଭାଙ୍ଗି ପୁନଃନିର୍ମାଣ କରିବା ପାଇଁ ବୈଠକରେ ଆଲୋଚନା କରାଯାଇଥିଲା । ଏହା ପରେ ସ୍କୁଲ ପୁନଃନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଛନ୍ତି ।

Leave A Reply

Your email address will not be published.