ପ୍ରମୁଖ ଖବର

କୋଲାବ ଜଳଭଣ୍ଡାରରେ ବୁଡ଼ି ୩ ନବୋଦୟ ଛାତ୍ରଙ୍କ ମୃତ୍ୟୁ
ହାଇଦ୍ରାବାଦରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ
ପୋଖରୀରେ ବୁଡ଼ି ୨ ନାବାଳିକା ମୃତ
ଭିଜିଲାନ୍ସ ଜାଲରେ ଡେରାବିଶ ଜଳସମ୍ପଦ ବିଭାଗ ସହକାରୀ ଯନ୍ତ୍ରୀ
ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ: ହିନ୍ଦୀ ଶିକ୍ଷକ ଅଟକ

ମନ୍ତ୍ରିମଣ୍ଡଳରୁ ବାଦ୍ ପଡ଼ିଲେ ରୋହିତ ପୂଜାରୀ

0

ଭୁବନେଶ୍ୱର: ମନ୍ତ୍ରିମଣ୍ଡଳରୁ ବାଦ୍ ପଡ଼ିଲେ ରୋହିତ ପୂଜାରୀ। ମନ୍ତ୍ରିମଣ୍ଡଳରୁ ବାଦ୍ ଦେବାକୁ ରାଜ୍ୟପାଳଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୁପାରିଶ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସୁପାରିଶ ଆଧାରରେ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ ତାଙ୍କୁ ମନ୍ତ୍ରିମଣ୍ଡଳରୁ ବାଦ୍ ଦେଇଛନ୍ତି । ଉଚ୍ଚ ଶିକ୍ଷା ବିଭାଗର ଖରାପ ପ୍ରଦର୍ଶନ ପାଇଁ ମୁଖ୍ୟମନ୍ତ୍ରୀ ତାଙ୍କୁ ବାଦ୍ ଦେଇଥିବା କୁହାଯାଉଛି। ୨୦୨୨ ଜୁନ ୫ରେ ଉଚ୍ଚଶିକ୍ଷା ମନ୍ତ୍ରୀ ଭାବରେ ଦାୟିତ୍ୱ ନେଇଥିଲେ ରୋହିତ।

ସୂଚନା ଅନୁସାରେ ରୋହିତ ପୂଜାରୀ ରେଢ଼ାଖୋଲ ବିଧାନସଭା ଆସନରୁ ବିଧାୟକ ଅଛନ୍ତି । ୨୦୧୪ରେ ବିଜେଡି ଟିକେଟରୁ ପ୍ରଥମ ଥର ପାଇଁ ବିଧାନସଭା ପାଇଁ ନିର୍ବାଚିତ ହୋଇଥିଲେ ରୋହିତ । ଏହା ପରେ ୨୦୧୯ରେ ମଧ୍ୟ ଲଗାତର ଦ୍ୱିତୀୟ ଥର ପାଇଁ ନିର୍ବାଚିତ ହୋଇଥିଲେ ସେ । ତେବେ ୨୦୨୨ ଜୁନ୍ ୫ରେ ହୋଇଥିବା ମନ୍ତ୍ରିମଣ୍ଡଳ ଅଦଳବଦଳରେ ଉଚ୍ଚଶିକ୍ଷା ବିଭାଗର ମନ୍ତ୍ରୀ ହୋଇଥିଲେ ରୋହିତ ପୂଜାରୀ ।

Leave A Reply

Your email address will not be published.