ପ୍ରମୁଖ ଖବର

ଭାରତୀୟ ପାଇଲଟ୍‌ଙ୍କ ସାହସକୁ ୟୁଏଇର ସମ୍ମାନ, ପ୍ରଦାନ କଲା ‘ଜାୟେଦ୍‌’ ପୁରସ୍କାର
କେନ୍ଦ୍ରୀୟ କର୍ମଚାରୀଙ୍କ ଡିଏ ୩% ବୃଦ୍ଧି, ଜୁଲାଇରୁ ମିଳିବ ବର୍ଦ୍ଧିତ ଭତ୍ତା
ଅପରେସନ ସିନ୍ଦୂର ପରେ ପ୍ରଥମ ଥର ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
ମଧ୍ୟପ୍ରଦେଶରୁ ରାଜ୍ୟସଭା ଉପନିର୍ବାଚନ ଲଢ଼ିବେ ହରଦୀପ ସିଂହ ପୁରୀ
ସ୍ପେନରେ ଦୁଇ ହାଇସ୍ପିଡ୍‌ ଟ୍ରେନ୍‌ ଧକ୍କା, ୩୯ ମୃତ
ଆନ୍ଧ୍ରରେ ସ୍ଥଳଭାଗ ଛୁଇଁ ଓଡ଼ିଶାମୁହାଁ ‘ଅର୍ଣ୍ଣବ’, ୨୪ ଘଣ୍ଟା ସତର୍କ ରହିବାକୁ ଏସ୍‌ଆର୍‌ସିଙ୍କ ପରାମର୍ଶ

ମନ୍ତ୍ରିମଣ୍ଡଳରୁ ବାଦ୍ ପଡ଼ିଲେ ରୋହିତ ପୂଜାରୀ

0

ଭୁବନେଶ୍ୱର: ମନ୍ତ୍ରିମଣ୍ଡଳରୁ ବାଦ୍ ପଡ଼ିଲେ ରୋହିତ ପୂଜାରୀ। ମନ୍ତ୍ରିମଣ୍ଡଳରୁ ବାଦ୍ ଦେବାକୁ ରାଜ୍ୟପାଳଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୁପାରିଶ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସୁପାରିଶ ଆଧାରରେ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ ତାଙ୍କୁ ମନ୍ତ୍ରିମଣ୍ଡଳରୁ ବାଦ୍ ଦେଇଛନ୍ତି । ଉଚ୍ଚ ଶିକ୍ଷା ବିଭାଗର ଖରାପ ପ୍ରଦର୍ଶନ ପାଇଁ ମୁଖ୍ୟମନ୍ତ୍ରୀ ତାଙ୍କୁ ବାଦ୍ ଦେଇଥିବା କୁହାଯାଉଛି। ୨୦୨୨ ଜୁନ ୫ରେ ଉଚ୍ଚଶିକ୍ଷା ମନ୍ତ୍ରୀ ଭାବରେ ଦାୟିତ୍ୱ ନେଇଥିଲେ ରୋହିତ।

ସୂଚନା ଅନୁସାରେ ରୋହିତ ପୂଜାରୀ ରେଢ଼ାଖୋଲ ବିଧାନସଭା ଆସନରୁ ବିଧାୟକ ଅଛନ୍ତି । ୨୦୧୪ରେ ବିଜେଡି ଟିକେଟରୁ ପ୍ରଥମ ଥର ପାଇଁ ବିଧାନସଭା ପାଇଁ ନିର୍ବାଚିତ ହୋଇଥିଲେ ରୋହିତ । ଏହା ପରେ ୨୦୧୯ରେ ମଧ୍ୟ ଲଗାତର ଦ୍ୱିତୀୟ ଥର ପାଇଁ ନିର୍ବାଚିତ ହୋଇଥିଲେ ସେ । ତେବେ ୨୦୨୨ ଜୁନ୍ ୫ରେ ହୋଇଥିବା ମନ୍ତ୍ରିମଣ୍ଡଳ ଅଦଳବଦଳରେ ଉଚ୍ଚଶିକ୍ଷା ବିଭାଗର ମନ୍ତ୍ରୀ ହୋଇଥିଲେ ରୋହିତ ପୂଜାରୀ ।

Leave A Reply

Your email address will not be published.