ପ୍ରମୁଖ ଖବର

୧୯ ତାରିଖରୁ ଆରମ୍ଭ ହେବ ହବିଷ୍ୟାଳୀ ପଞ୍ଜିକରଣ
ମୟୁରଭଞ୍ଜ: ୩୧ ଛାତ୍ରଛାତ୍ରୀଙ୍କୁ ମାଡ଼ ମାରିବା ଅଭିଯୋଗରେ ଶିକ୍ଷୟିତ୍ରୀ ନିଲମ୍ବିତ
ଗୁମା ଘାଟି ନିକଟରେ ତଳକୁ ଖସିଲା ବସ୍, ୮ ଯାତ୍ରୀ ଆହତ
ଶୁଭାରମ୍ଭ ହେଲା ସୁଭଦ୍ରା ଅଭିଯୋଗ ସମାଧାନ ମଡ୍ୟୁଲ
ନେପାଳରୁ ଯାଜପୁର ଫେରିଲେ ଓଡ଼ିଆ ପର୍ଯ୍ୟଟକ
ପୋଲିସ ଏନକାଉଣ୍ଟରରେ କୁଖ୍ୟାତ ମାଓବାଦୀ ନିହତ

ରଜଭେଟି ଦେଲେ ନବୀନ; ମହଙ୍ଗା ଭତ୍ତା ୪% ବଢ଼ିଲା

0

ଭୁବନେଶ୍ବର: ଆସନ୍ତାକାଲି ପହଲି ରଜର ଅବ୍ୟବହିତ ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସରକାରୀ କର୍ମଚାରୀଙ୍କୁ ଭେଟି ଦେଇଛନ୍ତି। ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାକୁ ୪ ପ୍ରତିଶତ ବୃଦ୍ଧି କରାଯାଇଛି। ପେନସନଧାରୀ ମଧ୍ୟ ଏହି ସୁବିଧା ପାଇପାରିବେ। ଏଥିସହିତ ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୩୮ ପ୍ରତିଶତରୁ ବୃଦ୍ଧି ପାଇ ୪୨ ପ୍ରତିଶତରେ ପହଞ୍ଚିଛି। ଏହିଭଳି ମୋଟ ୭ଲକ୍ଷ ସରକାରୀ କର୍ମଚାରୀ ଏବଂ ପେନସନ ଭୋଗୀଙ୍କୁ ଏହି ସୁବିଧା ମିଳିବ।

ରାଜ୍ୟ ସରକାର ଏକ ପ୍ରେସ ଇସ୍ତାହାରରେ କହିଛନ୍ତି ଯେ ୨୦୨୩ ଜାନୁଆରି ପହିଲାରୁ ସରକାରୀ କର୍ମଚାରୀମାନେ ପିଛିଲା ଭାବେ ଏହି ମହଙ୍ଗା ଭତ୍ତା ପାଇବେ। ଏହି ବର୍ଧିତ ମହଙ୍ଗା ଭତ୍ତା ଚଳିତ ଜୁନ୍ ମାସ ଦରମାରେ ନଗଦ ଆକାରରେ ମିଳିବ।

Leave A Reply

Your email address will not be published.