ପ୍ରମୁଖ ଖବର

ବନ୍ୟା ପରିଚାଳନା ପାଇଁ ୩ ବରିଷ୍ଠ ଆଇଏଏସ ଅଧିକାରୀ ନିୟୋଜିତ
ହର୍ମୁଜ୍ ପ୍ରଣାଳୀରେ ଜାହାଜ ଚଳାଚଳ ନେଇ ଇରାନ-ଓମାନ ମଧ୍ୟରେ ସହମତି
ଅଟଳ ବିହାରୀ ବାଜପେୟୀଙ୍କ ପୁଣ୍ୟତିଥି: ‘ସଦୈବ ଅଟଳ’ରେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି
ଲଘୁଚାପ ପ୍ରଭାବ: ହାଇ ଆଲର୍ଟରେ ସହରାଞ୍ଚଳ, ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ
ଲଘୁଚାପ ପ୍ରଭାବ: ହାଇ ଆଲର୍ଟରେ ସହରାଞ୍ଚଳ, ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ
ଟିଏମ୍‌ସି କାର୍ଯ୍ୟାଳୟରୁ ପୂର୍ବତନ ଉପବାଚସ୍ପତି ଆଶିଷ ବାନାର୍ଜୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ଟିଏମ୍‌ସି କାର୍ଯ୍ୟାଳୟରୁ ପୂର୍ବତନ ଉପବାଚସ୍ପତି ଆଶିଷ ବାନାର୍ଜୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ସମ୍ଭାବ୍ୟ ବନ୍ୟା ପାଇଁ ଭଦ୍ରକରେ ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ୍

ସମର୍ପଣ ଭାବ ନେଇ ରଥଯାତ୍ରା କରିବା: ମୁଖ୍ୟମନ୍ତ୍ରୀ

0
  • ରଥଯାତ୍ରା ପୂର୍ବରୁ ଶେଷ ସମନ୍ବୟ କମିଟି ବୈଠକରେ ନବୀନ ସାମିଲ ହେଲେ
  • ଆଭାସୀ ଜରିଆରେ ସାମିଲ ହୋଇ ସେବାୟତ ଓ ଅଧିକାରୀଙ୍କ କାନରେ ମନ୍ତ୍ର ଫୁଙ୍କିଲେ

ପୁରୀ: ପବିତ୍ର ଘୋଷଯାତ୍ରା ପୂର୍ବରୁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ରଥଯାତ୍ରା ସମନ୍ବୟ କମିଟିର ଚୂଡ଼ାନ୍ତ ବୈଠକ ଅନୁଷ୍ଠିତ ହୋଇଯାଇଛି। ଭର୍ଚୁଆଲରେ ମୁଖ୍ୟମନ୍ତ୍ରୀ ଏହି କାର୍ଯ୍ୟକ୍ରମରେ ଯୋଡ଼ି ହୋଇ ସମସ୍ତଙ୍କୁ ସ୍ବାଗତ କରିବା ସହିତ କହିଥିଲେ ଯେ ମହାପ୍ରଭୁ ଓଡିଆ ଜାତିର ଶ୍ରେଷ୍ଠ ପରିଚୟ। ମହାପ୍ରଭୁଙ୍କ ରଥଯାତ୍ରାକୁ ସାରା ବିଶ୍ୱ ଚାହିଁ ରହିଥାଏ। ମହାପ୍ରଭୂଙ୍କ ରଥଯାତ୍ରା ସୁରୁଖୁରୁରେ ଶେଷ କରିବା ଆମ ସମସ୍ତଙ୍କ ଦାୟିତ୍ୱ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଠିକ୍ ସମୟରେ ମହାପ୍ରଭୁଙ୍କ ନୀତି ପାଳନ କରାଯିବା ସବୁଠାରୁ ଗୁରୁତ୍ୱପୂର୍ଣ୍ଣ। ପୁରୀକୁ ଆସୁଥିବା ଭକ୍ତମାନଙ୍କ ସୁରକ୍ଷା ଓ ଅନ୍ୟ ସୁବିଧା ପାଇଁ ସ୍ୱତନ୍ତ୍ର ଧ୍ୟାନ ଦିଆଯିବା ଦରକାର। ଏ ବର୍ଷ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସ୍ୱତନ୍ତ୍ର ବ୍ୟବସ୍ଥା କରାଯିବା ଦରକାର। ବିଶେଷକରି ଦେଶ ,ବିଦେଶରୁ ଆସୁଥିବା ଭକ୍ତମାନେ ଯେପରି ଭଲ ଅନୁଭବ ନେଇ ଫେରିବେ ସେଥିପ୍ରତି ଆମେ ବିଶେଷ ଧ୍ୟାନ ଦେବା ଦରକାର। ପୁରୀର ଜନସାଧାରଣ, ମହାପ୍ରଭୁଙ୍କ ସେବାୟତ, ପ୍ରଶାସନ ପୁଲିସ ସମସ୍ତେ ସେବା ଓ ସମର୍ପଣ ମନୋଭାବ ମହାପ୍ରଭୂଙ୍କ ଏ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରାକୁ ସଫଳ କରିବ ବୋଲି ଶ୍ରୀ ପଟ୍ଟନାୟକ କହିଥିଲେ। ମହାପ୍ରଭୁଙ୍କ ଆଶୀର୍ବାଦ ସବୁବେଳେ ଆମ ସାଥୀରେ ରହିଛି ବୋଲି କହିଥିଲେ ନବୀନ।

ଏହି କାର୍ଯ୍ୟକ୍ରମରେ ଶକ୍ତି, ଜଙ୍ଗଲ ଓପରିବେଶ ବିଭାଗ, ଖାଦ୍ୟ ଯୋଗାଣ ଓଖାଉଟି କଲ୍ୟାଣ ବିଭାଗ ଠାରୁ ଆରମ୍ଭ କରି ଅନେକ ବିଭାଗର ମନ୍ତ୍ରୀ, ମୁଖ୍ୟଶାସନ ସଚିବ ଏବଂ ବିଭିନ୍ନ ବିଭାଗର ସଚିବ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ପ୍ରମୁଖ ଉପସ୍ଥିତ ଥିଲେ। ରଥଯାତ୍ରାକୁ କିଭଳି ଶୃଙ୍ଖଳିତ ଭାବେ କରାଯିବ, ସେ ନେଇ ବ୍ୟାପକ ଆଲୋଚନା ହୋଇଥିଲା। ବିଭିନ୍ନ ବର୍ଗର ସେବାୟତ ଓ ବୁଦ୍ଧିଜୀବୀ ଏବଂ ଅଧିକାରୀମାନେ ଏହି ବୈଠକରେ ଯୋଗ ଦେଇଥିଲେ।

Leave A Reply

Your email address will not be published.