ପ୍ରମୁଖ ଖବର

୮ଟି ବିଧାନସଭା କ୍ଷେତ୍ର ପାଇଁ ବିଜେପିର ପ୍ରାର୍ଥୀ ଘୋଷଣା: ଖୋର୍ଦ୍ଧାରୁ ପ୍ରଶାନ୍ତ, ସାଲେପୁରରୁ ଲଢ଼ିବେ ଅରିନ୍ଦମ
କେନ୍ଦ୍ରାପଡ଼ାରୁ ଗୀତାଞ୍ଜଳି ସେଠୀ, ହିନ୍ଦୋଳରୁ ଲଢ଼ିବେ ସୀମାରାଣୀ ନାୟକ
କେନ୍ଦୁଝର ଜିଲ୍ଲା ତେଲକୋଇରୁ ଫକୀର ମୋହନ ନାଏକ, ଚମ୍ପୁଆରୁ ମୁରଲୀ ମନୋହର ଶର୍ମା, ବସ୍ତାରୁ ରବୀନ୍ଦ୍ର ଅଣ୍ଡିଆ ଓ ବାସୁଦେବପୁରରୁ ବାଣିକଲ୍ୟାଣ ମହାନ୍ତିଙ୍କୁ ପ୍ରାର୍ଥୀ କରାଯାଇଛି
ଅଷ୍ଟମ ପର୍ଯ୍ଯାୟ ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡି, ଆଉ ରହିଲା ୩
ଭୋଗରାଇରୁ ପ୍ରାର୍ଥୀ ହେଲେ ଗୌତମବୁଦ୍ଧ ଦାସ, ଖୋର୍ଦ୍ଧାରୁ ରାଜେନ୍ଦ୍ର ସାହୁ ଓ ବେଗୁନିଆରୁ ପ୍ରାର୍ଥୀ ହେଲେ ପ୍ରଦୀପ ସାହୁ
ଜଳୁଛି ଉତ୍ତରାଖଣ୍ଡ ଜଙ୍ଗଲ, ବାୟୂସେନାର ସାହାଯ୍ୟ ନେଲା ପ୍ରଶାସନ
ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ: କଟକ ଓ ଭୁବନେଶ୍ୱର ପାଇଁ ରେଡ୍ ଆଲର୍ଟ ଜାରି
୪୨ ଡିଗ୍ରି ଉପରେ ୫ ସହର, ଭୁବନେଶ୍ବରରେ ତାପମାତ୍ରା ୪୪.୬ଡିଗ୍ରି ରେକର୍ଡ
୫ଟି ଅଧ୍ୟକ୍ଷଙ୍କ ବିରୁଦ୍ଧରେ ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ ଅଭିଯୋଗ ଆଣିଲେ ବଳଭଦ୍ର ମାଝି
ଲୁଣା ନଦୀରେ ଅଘଟଣ; ବୁଡିଗଲେ ଦୁଇ ସାଙ୍ଗ, ଜଣେ ଉଦ୍ଧାର
ପୁରୀରେ ବ୍ୟାପିଲା ଝାଡ଼ାବାନ୍ତି, ଗଲାଣି ୨ ଜୀବନ

ସମର୍ପଣ ଭାବ ନେଇ ରଥଯାତ୍ରା କରିବା: ମୁଖ୍ୟମନ୍ତ୍ରୀ

0
  • ରଥଯାତ୍ରା ପୂର୍ବରୁ ଶେଷ ସମନ୍ବୟ କମିଟି ବୈଠକରେ ନବୀନ ସାମିଲ ହେଲେ
  • ଆଭାସୀ ଜରିଆରେ ସାମିଲ ହୋଇ ସେବାୟତ ଓ ଅଧିକାରୀଙ୍କ କାନରେ ମନ୍ତ୍ର ଫୁଙ୍କିଲେ

ପୁରୀ: ପବିତ୍ର ଘୋଷଯାତ୍ରା ପୂର୍ବରୁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ରଥଯାତ୍ରା ସମନ୍ବୟ କମିଟିର ଚୂଡ଼ାନ୍ତ ବୈଠକ ଅନୁଷ୍ଠିତ ହୋଇଯାଇଛି। ଭର୍ଚୁଆଲରେ ମୁଖ୍ୟମନ୍ତ୍ରୀ ଏହି କାର୍ଯ୍ୟକ୍ରମରେ ଯୋଡ଼ି ହୋଇ ସମସ୍ତଙ୍କୁ ସ୍ବାଗତ କରିବା ସହିତ କହିଥିଲେ ଯେ ମହାପ୍ରଭୁ ଓଡିଆ ଜାତିର ଶ୍ରେଷ୍ଠ ପରିଚୟ। ମହାପ୍ରଭୁଙ୍କ ରଥଯାତ୍ରାକୁ ସାରା ବିଶ୍ୱ ଚାହିଁ ରହିଥାଏ। ମହାପ୍ରଭୂଙ୍କ ରଥଯାତ୍ରା ସୁରୁଖୁରୁରେ ଶେଷ କରିବା ଆମ ସମସ୍ତଙ୍କ ଦାୟିତ୍ୱ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଠିକ୍ ସମୟରେ ମହାପ୍ରଭୁଙ୍କ ନୀତି ପାଳନ କରାଯିବା ସବୁଠାରୁ ଗୁରୁତ୍ୱପୂର୍ଣ୍ଣ। ପୁରୀକୁ ଆସୁଥିବା ଭକ୍ତମାନଙ୍କ ସୁରକ୍ଷା ଓ ଅନ୍ୟ ସୁବିଧା ପାଇଁ ସ୍ୱତନ୍ତ୍ର ଧ୍ୟାନ ଦିଆଯିବା ଦରକାର। ଏ ବର୍ଷ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସ୍ୱତନ୍ତ୍ର ବ୍ୟବସ୍ଥା କରାଯିବା ଦରକାର। ବିଶେଷକରି ଦେଶ ,ବିଦେଶରୁ ଆସୁଥିବା ଭକ୍ତମାନେ ଯେପରି ଭଲ ଅନୁଭବ ନେଇ ଫେରିବେ ସେଥିପ୍ରତି ଆମେ ବିଶେଷ ଧ୍ୟାନ ଦେବା ଦରକାର। ପୁରୀର ଜନସାଧାରଣ, ମହାପ୍ରଭୁଙ୍କ ସେବାୟତ, ପ୍ରଶାସନ ପୁଲିସ ସମସ୍ତେ ସେବା ଓ ସମର୍ପଣ ମନୋଭାବ ମହାପ୍ରଭୂଙ୍କ ଏ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରାକୁ ସଫଳ କରିବ ବୋଲି ଶ୍ରୀ ପଟ୍ଟନାୟକ କହିଥିଲେ। ମହାପ୍ରଭୁଙ୍କ ଆଶୀର୍ବାଦ ସବୁବେଳେ ଆମ ସାଥୀରେ ରହିଛି ବୋଲି କହିଥିଲେ ନବୀନ।

ଏହି କାର୍ଯ୍ୟକ୍ରମରେ ଶକ୍ତି, ଜଙ୍ଗଲ ଓପରିବେଶ ବିଭାଗ, ଖାଦ୍ୟ ଯୋଗାଣ ଓଖାଉଟି କଲ୍ୟାଣ ବିଭାଗ ଠାରୁ ଆରମ୍ଭ କରି ଅନେକ ବିଭାଗର ମନ୍ତ୍ରୀ, ମୁଖ୍ୟଶାସନ ସଚିବ ଏବଂ ବିଭିନ୍ନ ବିଭାଗର ସଚିବ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ପ୍ରମୁଖ ଉପସ୍ଥିତ ଥିଲେ। ରଥଯାତ୍ରାକୁ କିଭଳି ଶୃଙ୍ଖଳିତ ଭାବେ କରାଯିବ, ସେ ନେଇ ବ୍ୟାପକ ଆଲୋଚନା ହୋଇଥିଲା। ବିଭିନ୍ନ ବର୍ଗର ସେବାୟତ ଓ ବୁଦ୍ଧିଜୀବୀ ଏବଂ ଅଧିକାରୀମାନେ ଏହି ବୈଠକରେ ଯୋଗ ଦେଇଥିଲେ।

Leave A Reply

Your email address will not be published.