ପ୍ରମୁଖ ଖବର

ଆଜ୍ଞାମାଳ ବିଜେ ପରେ ସିଂହଦ୍ୱାର ଅଭିମୁଖେ ତିନି ରଥ, କାଲି ବିଶ୍ୱପ୍ରସିଦ୍ଧ ରଥଯାତ୍ରା
ୱାଙ୍ଗଚୁକଙ୍କ ଅନଶନକୁ ନେଇ ହାଇକୋର୍ଟରେ ପିଆଇଏଲ୍, ଜରୁରୀ ଚିକିତ୍ସା ସେବା ଦାବି
ନୋଏଡାରେ ଇ-ସ୍କୁଟରରେ ନିଆଁ, ଅଗ୍ନିକାଣ୍ଡରେ ୨ ମୃତ; ୧୦୦ରୁ ଅଧିକ ଲୋକ ଉଦ୍ଧାର
ଓଡ଼ିଶାକୁ ରେଳର ଡବଲ୍ ଉପହାର, ଦୁଇ ପ୍ରମୁଖ ପ୍ରକଳ୍ପକୁ କ୍ୟାବିନେଟ୍ ମଞ୍ଜୁରୀ
ସରକାରୀ ଡାକ୍ତରଙ୍କ ପାଇଁ କଡ଼ା ନିର୍ଦ୍ଦେଶ, ପ୍ରଥମେ ଜେନେରିକ୍ ଔଷଧ ଲେଖିବାକୁ ତାଗିଦ
ବର୍ଷା ଭିତରେ ରଥଯାତ୍ରା ପ୍ରସ୍ତୁତି: ସମୁଦ୍ର ଅଶାନ୍ତ, ପୁରୀରେ ସତର୍କତା
ଶୁଦ୍ଧ ପେଟ୍ରୋଲ ଚାହୁଁଥିଲେ ଅଧିକ ଦାମ ଦିଅନ୍ତୁ: ଗଡ଼କରୀ
ଶ୍ରୀମନ୍ଦିରରେ ଡିଜିଟାଲ ହୁଣ୍ଡି ‘ସମର୍ପଣ’ ଲୋକାର୍ପିତ, ଘରେ ବସି ଦାନ କରିପାରିବେ ଭକ୍ତ

ଆରବିଆଇ ମୁଖ୍ୟ ଶଶିକାନ୍ତ ‘ଗଭର୍ଣ୍ଣର ଅଫ ଦ ଇୟର’

0

ନୂଆଦିଲ୍ଲୀ: ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ଗଭର୍ଣ୍ଣର ତଥା ଓଡ଼ିଆ ପୁଅ ଶକ୍ତିକାନ୍ତ ଦାସଙ୍କୁ ୨୦୨୩ ବର୍ଷ ପାଇଁ ପ୍ରଦାନ କରାଯାଇଛି ‘ଗଭର୍ଣ୍ଣର ଅଫ ଦ ଇୟର’ ପୁରସ୍କାର। ଲଣ୍ଡନର ସେଣ୍ଟ୍ରାଲ ବ୍ୟାଙ୍କିଙ୍ଗ ପକ୍ଷରୁ ତାଙ୍କୁ ଏହି ପୁରସ୍କାର ପ୍ରଦାନ କରାଯାଇଛି। ବିଶ୍ବ ବଜାରରେ ଅସ୍ଥିରତା ସତ୍ତ୍ବେ ଦେଶରେ ଦରବୃଦ୍ଧି ନିୟନ୍ତ୍ରଣ ପାଇଁ ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ ବହୁ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଯାହାଫଳରେ ବିଶ୍ବ ଦରବାରେ ପ୍ରଶଂସିତ ହୋଇଛନ୍ତି ଓଡ଼ିଆ ପୁଅ ଶକ୍ତିକାନ୍ତ ଦାସ ।

ସୂଚନାଯୋଗ୍ୟ, ଆରବିଆଇର ମୁଖ୍ୟ ଭାବେ ଭାରତର ମୁଦ୍ରାସ୍ଫୀତି ଓ କୋଭିଡ ସମୟରେ ବ୍ୟାଙ୍କିଙ୍ଗ ବ୍ୟବସ୍ଥାକୁ ଖୁବ ଭଲ ଭାବରେ ପରିଚାଳନା କରିଥିବାରୁ ତାଙ୍କୁ ଏହି ପୁରସ୍କାର ପ୍ରଦାନ କରାଯାଇଛି। ଶକ୍ତିକାନ୍ତ ଦାସଙ୍କୁ ‘ଗଭର୍ଣ୍ଣର ଅଫ ଦ ଇୟର’ ପୁରସ୍କାର ପ୍ରଦାନ କରିଥିବା ସେଣ୍ଟ୍ରାଲ ବ୍ୟାଙ୍କିଙ୍ଗ ପକ୍ଷରୁ କୁହାଯାଇଛି ଯେ ସେ ଆରବିଆଇର ଗଭର୍ଣ୍ଣର ଭାବେ କାର୍ଯ୍ୟ କରିବା ଅବସରରେ ଅନେକ ଗୁରୁତ୍ୱପୂର୍ଣ୍ଣ ସଂସ୍କାର ଆଣିଛନ୍ତି। ଦେଶ ଓ ପୂରା ବିଶ୍ୱ ଏକ ଖରାପ ପରିସ୍ଥିତି ଦେଇ ଗତି କରୁଥିବା ବେଳେ ଆରବିଆଇ ଗଭର୍ଣ୍ଣର ଭାବେ ସେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଛନ୍ତି। ସେ ଆରବିଆଇର ସୁପରିଚାଳନା କରିବା ସହିତ ପୂରା ଦେଶର ବ୍ୟାଙ୍କିଙ୍ଗ ବ୍ୟବସ୍ଥାକୁ ଭଲ ଭାବେ ପରିଚାଳନା କରିଥିଲେ।

ଉଲ୍ଲେଖଯୋଗ୍ୟ, ୨୦୧୮ ମସିହା ଡିସେମ୍ବର ମାସରେ ଶକ୍ତିକାନ୍ତ ଦାସ ଆରବିଆଇ ଗଭର୍ଣ୍ଣର ଭାବେ ଦାୟିତ୍ୱ ଗ୍ରହଣ କରିଥିଲେ।

Leave A Reply

Your email address will not be published.