ପ୍ରମୁଖ ଖବର

ସ୍ବର୍ଗତଃ ମନ୍ତ୍ରୀ ନବ ଦାସଙ୍କ ପୁଅ ବିଶାଳ ଦାସଙ୍କୁ ପଚରାଉଚରା ସୂଚନା। ଆୟକର ବିଭାଗର ପଚରାଉଚରା ସୂଚନା। ପ୍ରାୟ ୪ ଘଣ୍ଟା ଧରି ପଚରାଉଚରା କରାଯାଇଥିବା ପ୍ରାଥମିକ ସୂଚନା
।ବିଜେପିରୁ ବରିଷ୍ଠ ନେତା ବିଜୟ ମହାପାତ୍ର ବହିଷ୍କୃତ, ଦଳ ବିରୋଧୀ କାର୍ଯ୍ୟ ଓ ଅନୁଶାସନ ଭଙ୍ଗ ଅଭିଯୋଗରେ ବହିଷ୍କୃତ
ବିଜେଡି କର୍ମୀଙ୍କ ଆକ୍ରମଣ ବିଜେପି କର୍ମୀଙ୍କ ମୃତ୍ୟୁ, ୩ ଜଣ ଗୁରୁତର ଆହତ
ସ୍ଥିତି ଅଣାୟତ୍ତ ହେଉଥିବା ଦେଖି ଗଞ୍ଜାମ ଜିଲ୍ଲା ପ୍ରଶାସନ ୧୪୪ ଧାରି ଜାରି, ଗଞ୍ଜାମ ଜିଲ୍ଲାରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି
ପୁରୀରେ ସଫେଇ କର୍ମଚାରୀଙ୍କ ଉପରେ ବୋମା ମାଡ଼, ଘଟଣାରେ ଦୁଇ ଜଣ ସଫେଇ କର୍ମଚାରୀ ଆହତ

ଆରବିଆଇ ମୁଖ୍ୟ ଶଶିକାନ୍ତ ‘ଗଭର୍ଣ୍ଣର ଅଫ ଦ ଇୟର’

0

ନୂଆଦିଲ୍ଲୀ: ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ଗଭର୍ଣ୍ଣର ତଥା ଓଡ଼ିଆ ପୁଅ ଶକ୍ତିକାନ୍ତ ଦାସଙ୍କୁ ୨୦୨୩ ବର୍ଷ ପାଇଁ ପ୍ରଦାନ କରାଯାଇଛି ‘ଗଭର୍ଣ୍ଣର ଅଫ ଦ ଇୟର’ ପୁରସ୍କାର। ଲଣ୍ଡନର ସେଣ୍ଟ୍ରାଲ ବ୍ୟାଙ୍କିଙ୍ଗ ପକ୍ଷରୁ ତାଙ୍କୁ ଏହି ପୁରସ୍କାର ପ୍ରଦାନ କରାଯାଇଛି। ବିଶ୍ବ ବଜାରରେ ଅସ୍ଥିରତା ସତ୍ତ୍ବେ ଦେଶରେ ଦରବୃଦ୍ଧି ନିୟନ୍ତ୍ରଣ ପାଇଁ ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ ବହୁ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଯାହାଫଳରେ ବିଶ୍ବ ଦରବାରେ ପ୍ରଶଂସିତ ହୋଇଛନ୍ତି ଓଡ଼ିଆ ପୁଅ ଶକ୍ତିକାନ୍ତ ଦାସ ।

ସୂଚନାଯୋଗ୍ୟ, ଆରବିଆଇର ମୁଖ୍ୟ ଭାବେ ଭାରତର ମୁଦ୍ରାସ୍ଫୀତି ଓ କୋଭିଡ ସମୟରେ ବ୍ୟାଙ୍କିଙ୍ଗ ବ୍ୟବସ୍ଥାକୁ ଖୁବ ଭଲ ଭାବରେ ପରିଚାଳନା କରିଥିବାରୁ ତାଙ୍କୁ ଏହି ପୁରସ୍କାର ପ୍ରଦାନ କରାଯାଇଛି। ଶକ୍ତିକାନ୍ତ ଦାସଙ୍କୁ ‘ଗଭର୍ଣ୍ଣର ଅଫ ଦ ଇୟର’ ପୁରସ୍କାର ପ୍ରଦାନ କରିଥିବା ସେଣ୍ଟ୍ରାଲ ବ୍ୟାଙ୍କିଙ୍ଗ ପକ୍ଷରୁ କୁହାଯାଇଛି ଯେ ସେ ଆରବିଆଇର ଗଭର୍ଣ୍ଣର ଭାବେ କାର୍ଯ୍ୟ କରିବା ଅବସରରେ ଅନେକ ଗୁରୁତ୍ୱପୂର୍ଣ୍ଣ ସଂସ୍କାର ଆଣିଛନ୍ତି। ଦେଶ ଓ ପୂରା ବିଶ୍ୱ ଏକ ଖରାପ ପରିସ୍ଥିତି ଦେଇ ଗତି କରୁଥିବା ବେଳେ ଆରବିଆଇ ଗଭର୍ଣ୍ଣର ଭାବେ ସେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଛନ୍ତି। ସେ ଆରବିଆଇର ସୁପରିଚାଳନା କରିବା ସହିତ ପୂରା ଦେଶର ବ୍ୟାଙ୍କିଙ୍ଗ ବ୍ୟବସ୍ଥାକୁ ଭଲ ଭାବେ ପରିଚାଳନା କରିଥିଲେ।

ଉଲ୍ଲେଖଯୋଗ୍ୟ, ୨୦୧୮ ମସିହା ଡିସେମ୍ବର ମାସରେ ଶକ୍ତିକାନ୍ତ ଦାସ ଆରବିଆଇ ଗଭର୍ଣ୍ଣର ଭାବେ ଦାୟିତ୍ୱ ଗ୍ରହଣ କରିଥିଲେ।

Leave A Reply

Your email address will not be published.