ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

ଯୋରନ୍ଦା ମହିମା ଗାଦି ପୀଠର ହେବ ସମ୍ପୂର୍ଣ୍ଣ ନବକଳେବର

0

ଭୁବନେଶ୍ବର: ଢେଙ୍କାନାଳ ଜିଲ୍ଲା ଯୋରନ୍ଦା ମହିମା ଗାଦି ପୀଠର ହେବ ସମ୍ପୂର୍ଣ୍ଣ ରୁପାନ୍ତର। ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ନିମନ୍ତେ ଜିଲ୍ଲାପାଳ ଦେଲେ ୧୧୨ କୋଟି ଟଙ୍କାର ପ୍ରକଳ୍ପ ପ୍ରସ୍ତାବ। ଗତ ମେ ୨୯ରେ ୫-ଟି ସଚିବ ଭି କେ ପାଣ୍ଡିଆନ୍ ମହିମା ପୀଠ ପରିଦର୍ଶନ କରି ସାଧୁ ସନ୍ଥ ଓ ଭକ୍ତମାନଙ୍କ ସହ ପୀଠର ସମ୍ପୂର୍ଣ୍ଣ ରୂପାନ୍ତରଣ ନେଇ ଆଲୋଚନା କରିଥିଲେ।

ଏହି ପରାମର୍ଶ ଅନୁସାରେ ଜିଲ୍ଲାପାଳ ଆଜି ୧୧୨ କୋଟି ଟଙ୍କାର ପ୍ରକଳ୍ପ ପ୍ରସ୍ତାବ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ ନିମନ୍ତେ ଉପସ୍ଥାପନ କରିଛନ୍ତି । ଏଥିରେ ପୀଠର ସର୍ବାଙ୍ଗୀନ ବିକାଶ ସହିତ ଭକ୍ତ ମାନଙ୍କ ପାଇଁ ବିଭିନ୍ନ ସୁବିଧା ଉପରେ ଗୁରୁତ୍ଵ ଦିଆଯାଇଛି । ଏଥିରେ ସମାଧି ମନ୍ଦିରର ପୁନଃ ନିର୍ମାଣ, ପ୍ରାର୍ଥନା ଗୃହ, ପାଚେରୀ, ପୁଷ୍କରିଣୀ ପୁନରୁଦ୍ଧାର, ବସ ଷ୍ଟାଣ୍ଡ, କୌପୀନ ଧାରି ମହିମା ସମାଜ ପୀଠ ପୁନଃନିର୍ମାଣ, ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର ଆଦି ନିର୍ମାଣ କରାଯିବ।ପୀଠ ଭିତରେ ଆଭ୍ୟନ୍ତରୀଣ ସଡ଼କ ସହିତ ପୁରା ସ୍ଥାନର ଆଲୋକୀକରଣ କରାଯିବ। ଜଗନ୍ନାଥ ମନ୍ଦିର ଠାରୁ ସ୍କୁଲ ପଡିଆ ପର୍ଯ୍ୟନ୍ତ ରାସ୍ତା ନିର୍ମାଣ କରାଯିବ।

ଅନ୍ୟପଟେ ସୌନ୍ଦର୍ଯ୍ୟ କରଣ ପାଇଁ ପୂର୍ବ ପଟ ବଡ ପୋଖରୀର ପୁନରୁଦ୍ଧାର ସହିତ ୨୦୦ ତାଳ ଗଛ ଓ ୨୦୦ ବର ଗଛ ଲଗାଯିବ। ଆଲୋକିକରଣ ସହିତ ପ୍ରମନେଡ ତିଆରି କରାଯିବ। ସାଧୁ ଓ ଭକ୍ତ ମାନଙ୍କ ପାଇଁ ୨୦୦ ଟଏଲେଟ ନିର୍ମାଣ କରାଯିବ। ପୁରା ପ୍ରକଳ୍ପରେ ସାଧୁ ସନ୍ଥ, ଭକ୍ତ, ଓ ଅତିଥି ମାନଙ୍କ ପାଇଁ ସବୁ ପ୍ରକାର ସୁବିଧା ସୁଯୋଗ ରହିବ। ସୌନ୍ଦର୍ଯ୍ୟକରଣ ସହିତ ଏହା ଜିଲ୍ଲାର ଏକ ପ୍ରମୁଖ ତୀର୍ଥସ୍ଥଳୀ ଓ ପର୍ଯ୍ୟଟନ କେନ୍ଦ୍ର ହେବା ପାଇଁ ସବୁ ପଦକ୍ଷେପ ନିଆଯିବ।

Leave A Reply

Your email address will not be published.