ପ୍ରମୁଖ ଖବର

ଆଜ୍ଞାମାଳ ବିଜେ ପରେ ସିଂହଦ୍ୱାର ଅଭିମୁଖେ ତିନି ରଥ, କାଲି ବିଶ୍ୱପ୍ରସିଦ୍ଧ ରଥଯାତ୍ରା
ୱାଙ୍ଗଚୁକଙ୍କ ଅନଶନକୁ ନେଇ ହାଇକୋର୍ଟରେ ପିଆଇଏଲ୍, ଜରୁରୀ ଚିକିତ୍ସା ସେବା ଦାବି
ନୋଏଡାରେ ଇ-ସ୍କୁଟରରେ ନିଆଁ, ଅଗ୍ନିକାଣ୍ଡରେ ୨ ମୃତ; ୧୦୦ରୁ ଅଧିକ ଲୋକ ଉଦ୍ଧାର
ଓଡ଼ିଶାକୁ ରେଳର ଡବଲ୍ ଉପହାର, ଦୁଇ ପ୍ରମୁଖ ପ୍ରକଳ୍ପକୁ କ୍ୟାବିନେଟ୍ ମଞ୍ଜୁରୀ
ସରକାରୀ ଡାକ୍ତରଙ୍କ ପାଇଁ କଡ଼ା ନିର୍ଦ୍ଦେଶ, ପ୍ରଥମେ ଜେନେରିକ୍ ଔଷଧ ଲେଖିବାକୁ ତାଗିଦ
ବର୍ଷା ଭିତରେ ରଥଯାତ୍ରା ପ୍ରସ୍ତୁତି: ସମୁଦ୍ର ଅଶାନ୍ତ, ପୁରୀରେ ସତର୍କତା
ଶୁଦ୍ଧ ପେଟ୍ରୋଲ ଚାହୁଁଥିଲେ ଅଧିକ ଦାମ ଦିଅନ୍ତୁ: ଗଡ଼କରୀ
ଶ୍ରୀମନ୍ଦିରରେ ଡିଜିଟାଲ ହୁଣ୍ଡି ‘ସମର୍ପଣ’ ଲୋକାର୍ପିତ, ଘରେ ବସି ଦାନ କରିପାରିବେ ଭକ୍ତ

ଆସନ୍ତା ୧୯ ତାରିଖରେ ମହାପ୍ରଭୁଙ୍କ ନବଯୈାବନ ଦର୍ଶନ

0

ପୁରୀ: ଆସନ୍ତା ୧୯ ତାରିଖରେ ମହାପ୍ରଭୁଙ୍କ ନବଯୌବନ ଦର୍ଶନ। ୨୦ ତାରିଖରେ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା।  ମହାପ୍ରଭୁଙ୍କୁ ନବଯୌବନ ବେଶରେ ଦର୍ଶନ ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମୟ ଚୂଡାନ୍ତ ହୋଇଛି। ମାତ୍ର ତିନିଘଣ୍ଟା ଭକ୍ତମାନେ ମହାପ୍ରଭୁଙ୍କ ନବଯୌବନ ବେଶକୁ ଦର୍ଶନ କରିବେ। ସକାଳ ୮ଟାରୁ ୯ଟା ପର୍ଯ୍ୟନ୍ତ ହେବ ପରିମାଣିକ ଦର୍ଶନ ବ୍ୟବସ୍ଥା। ଅର୍ଥାତ ଟିକେଟ୍ ଦେଖାଇ ଭକ୍ତମାନେ ଦର୍ଶନ କରିବେ। ପରିମାଣିକ ଟିକେଟଧାରୀ ଭକ୍ତମାନେ ଦକ୍ଷିଣଦ୍ବାର ଦେଇ ଶ୍ରୀମନ୍ଦିରରେ ପ୍ରବେଶ କରିବେ।

ଏକଘଣ୍ଟା ପରିମାଣିକ ଦର୍ଶନ ବ୍ୟବସ୍ଥା ପାଇଁ ସର୍ବମୋଟ ୭୦୦୦ ଟିକେଟର ବ୍ୟବସ୍ଥା ହୋଇଥିବା ବେଳେ ପ୍ରତି ଟିକେଟର ମୂଲ୍ୟ ୧୦୦ଟଙ୍କା ରଖାଯାଇଛି। ସେହିପରି ସକାଳ ୯ଟାରୁ ୧୧ଟା ପର୍ଯ୍ୟନ୍ତ ସର୍ବସାଧାରଣଙ୍କ ପାଇଁ ସାହାଣମେଲା ଦର୍ଶନ ଜାରି ରହିବ। ସାହାଣମେଲା ଦର୍ଶନ ପାଇଁ ଭକ୍ତମାନେ ଶ୍ରୀମନ୍ଦିର ସିଂହଦ୍ଵାର ଦେଇ ପ୍ରବେଶ କରିବେ। ସେପଟେ ରାତି ୯ଟାରୁ ସେନାପଟା ଲାଗି ନୀତି ଅନୁଷ୍ଠିତ ହେବ। ତେବେ ଦିନ ୧୧ଟାରୁ ସମ୍ପୂର୍ଣ୍ଣ ଦର୍ଶନ ବ୍ୟବସ୍ଥାକୁ ବନ୍ଦ ରଖାଯିବା ସହ ଭକ୍ତମାନେ ଶ୍ରୀମନ୍ଦିର ଭିତର ବେଢା ପରିକ୍ରମା କରିପାରିବେ ବୋଲି କୁହାଯାଇଛି।  ନବଯୌବନ ଦର୍ଶନ ଦିନ ଲକ୍ଷାଧିକ ଭକ୍ତଙ୍କ ଭିଡକୁ ଦୃଷ୍ଟିରେ ରଖି ବ୍ୟାରିକେଡର ବ୍ୟବସ୍ଥା କରାଯାଇଥିବା ବେଳେ ସୁରକ୍ଷା ଓ ଶୃଙ୍ଖଳିତ ଦର୍ଶନ ପାଇଁ ୭୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯିବ ।  

Leave A Reply

Your email address will not be published.