ପ୍ରମୁଖ ଖବର

ୟୁଜିସି-ନେଟ୍ ପରୀକ୍ଷା ତାରିଖରେ ପରିବର୍ତ୍ତନ: ଏବେ ୟୁଜିସି-ନେଟ୍ ପରୀକ୍ଷା ଜୁନ୍ ୧୬ ରବିବାର ପରିବର୍ତ୍ତେ ଜୁନ ୧୮ ମଙ୍ଗଳବାର ଦିନ ଅନୁଷ୍ଠିତ ହେବ
ୟୁଜିସି ମୁଖ୍ୟ ଜଗଦୀଶ କୁମାର ମାଇକ୍ରୋବ୍ଲଗିଂ ସାଇଟ୍ ‘ଏକ୍ସ’ରେ ଏ ନେଇ ସୂଚନା ଦେଇଛନ୍ତି
ଇସ୍ତଫା ଦେବା ଖବରକୁ ନୀତେଶ ଗଙ୍ଗଦେବଙ୍କ ଖଣ୍ଡନ, ଫେସବୁକ୍ ଆଇଡି ହ୍ୟାକ୍ ହେଇଥିବା ନେଇ ଦେଲେ ସୂଚନା
୧୦% କର୍ମଚାରୀଙ୍କୁ ଛଟେଇ କରିବ ଓଲା, ଇସ୍ତଫା ଦେଲେ ସିଇଓ ହେମନ୍ତ ବକ୍ସି
ଆସନ୍ତାକାଲି ହିଞ୍ଜିଳି ଏବଂ ଆସନ୍ତା ୨ତାରିଖରେ କଣ୍ଟାବାଞ୍ଜି ବିଧାନସଭା ଆସନ ପାଇଁ ନିଜର ନାମାଙ୍କନ ପତ୍ର ଦାଖଲ କରିବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ
୪୪.୮ ଡିଗ୍ରୀ ସହ ବାରିପଦା ସବୁଠୁ ଉତ୍ତପ୍ତ ସହର, ଆହୁରି ୪ରୁ ୫ ଦିନ ପର୍ଯ୍ୟନ୍ତ ଜାରି ରହିବ ଗ୍ରୀଷ୍ମ ଲହରୀ

ଆସନ୍ତା ୧୯ ତାରିଖରେ ମହାପ୍ରଭୁଙ୍କ ନବଯୈାବନ ଦର୍ଶନ

0

ପୁରୀ: ଆସନ୍ତା ୧୯ ତାରିଖରେ ମହାପ୍ରଭୁଙ୍କ ନବଯୌବନ ଦର୍ଶନ। ୨୦ ତାରିଖରେ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା।  ମହାପ୍ରଭୁଙ୍କୁ ନବଯୌବନ ବେଶରେ ଦର୍ଶନ ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମୟ ଚୂଡାନ୍ତ ହୋଇଛି। ମାତ୍ର ତିନିଘଣ୍ଟା ଭକ୍ତମାନେ ମହାପ୍ରଭୁଙ୍କ ନବଯୌବନ ବେଶକୁ ଦର୍ଶନ କରିବେ। ସକାଳ ୮ଟାରୁ ୯ଟା ପର୍ଯ୍ୟନ୍ତ ହେବ ପରିମାଣିକ ଦର୍ଶନ ବ୍ୟବସ୍ଥା। ଅର୍ଥାତ ଟିକେଟ୍ ଦେଖାଇ ଭକ୍ତମାନେ ଦର୍ଶନ କରିବେ। ପରିମାଣିକ ଟିକେଟଧାରୀ ଭକ୍ତମାନେ ଦକ୍ଷିଣଦ୍ବାର ଦେଇ ଶ୍ରୀମନ୍ଦିରରେ ପ୍ରବେଶ କରିବେ।

ଏକଘଣ୍ଟା ପରିମାଣିକ ଦର୍ଶନ ବ୍ୟବସ୍ଥା ପାଇଁ ସର୍ବମୋଟ ୭୦୦୦ ଟିକେଟର ବ୍ୟବସ୍ଥା ହୋଇଥିବା ବେଳେ ପ୍ରତି ଟିକେଟର ମୂଲ୍ୟ ୧୦୦ଟଙ୍କା ରଖାଯାଇଛି। ସେହିପରି ସକାଳ ୯ଟାରୁ ୧୧ଟା ପର୍ଯ୍ୟନ୍ତ ସର୍ବସାଧାରଣଙ୍କ ପାଇଁ ସାହାଣମେଲା ଦର୍ଶନ ଜାରି ରହିବ। ସାହାଣମେଲା ଦର୍ଶନ ପାଇଁ ଭକ୍ତମାନେ ଶ୍ରୀମନ୍ଦିର ସିଂହଦ୍ଵାର ଦେଇ ପ୍ରବେଶ କରିବେ। ସେପଟେ ରାତି ୯ଟାରୁ ସେନାପଟା ଲାଗି ନୀତି ଅନୁଷ୍ଠିତ ହେବ। ତେବେ ଦିନ ୧୧ଟାରୁ ସମ୍ପୂର୍ଣ୍ଣ ଦର୍ଶନ ବ୍ୟବସ୍ଥାକୁ ବନ୍ଦ ରଖାଯିବା ସହ ଭକ୍ତମାନେ ଶ୍ରୀମନ୍ଦିର ଭିତର ବେଢା ପରିକ୍ରମା କରିପାରିବେ ବୋଲି କୁହାଯାଇଛି।  ନବଯୌବନ ଦର୍ଶନ ଦିନ ଲକ୍ଷାଧିକ ଭକ୍ତଙ୍କ ଭିଡକୁ ଦୃଷ୍ଟିରେ ରଖି ବ୍ୟାରିକେଡର ବ୍ୟବସ୍ଥା କରାଯାଇଥିବା ବେଳେ ସୁରକ୍ଷା ଓ ଶୃଙ୍ଖଳିତ ଦର୍ଶନ ପାଇଁ ୭୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯିବ ।  

Leave A Reply

Your email address will not be published.