ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ଯୁବ ବିଜେଡି ଉପସଭାପତି କାହ୍ନୁ ଚରଣ ସାହୁଙ୍କୁ ଗୁଳିମାଡ଼

0

କାମାକ୍ଷାନଗର: ଢେଙ୍କାନାଳ ଜିଲ୍ଲାର ପୂର୍ବତନ ଯୁବ ବିଜେଡି ଉପସଭାପତି କାହ୍ନୁ ଚରଣ ସାହୁଙ୍କୁ ଗୁଳିମାଡ଼ । ଗତକାଲି ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ପିଛା କରି ତାଙ୍କୁ ତାଙ୍କ କାମାକ୍ଷାନଗର ବାସଭବନ ଆଗରେ ଦୁଇ ରାଉଣ୍ଡ ଗୁଳିମାଡ଼ କରିଛନ୍ତି । ଗୁଳିମାଡ ପରେ ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି ୩ ଦୁର୍ବୃତ୍ତ।

ସୂଚନାଯୋଗ୍ୟ, ବୁଧବାର (ଗତକାଲି) ରାତି ପ୍ରାୟ ୧୧ଟା ବେଳେ କାହ୍ନୁ ଚରଣ କାରରେ ଘରକୁ ଫେରୁଥିବା ବେଳେ କାମାକ୍ଷାନଗର ମେନ୍‌ରୋଡ୍ ସ୍ଥିତ ମା’ ତାରିଣୀ ଅଳଙ୍କାର ଦୋକାନ ସାମ୍ନାରେ ତାଙ୍କୁ ଗୁଳି କରାଯାଇଥିଲା। ତିନି ଜଣ ଦୁର୍ବୃତ୍ତ ବାଇକ୍‌ରେ ଆସିଥିଲେ। ସେମାନେ ପ୍ରଥମେ କାହ୍ନୁଙ୍କ କାର ଆଗରେ ବାଇକ ରଖିଥିଲେ। ତା’ପରେ କାର କାଚକୁ ଭାଙ୍ଗି ଗୁଳି କରିଥିଲେ। ସେମାନେ କାହ୍ନୁଙ୍କ ଉପରକୁ ଦୁଇ ରାଉଣ୍ଡ ଗୁଳି ଚଳାଇ ଫେରାର ହୋଇଯାଇଥିଲେ।

କାହ୍ନୁଙ୍କୁ ପ୍ରଥମେ କାମାକ୍ଷାନଗର ଡାକ୍ତରଖାନାକୁ ନିଆଯାଇଥିଲା। ସେଠାରେ ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ କଟକର ଏକ ଘରୋଇ ହସ୍‌ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା। କିଏ ଓ କାହିଁକି କାହ୍ନୁଚରଣଙ୍କ ଉପରକୁ ଗୁଳି କଲେ, ତାହା ଜଣାପଡ଼ିନାହିଁ। କାହ୍ନୁଚରଣ ଜଣେ ଠିକାଦାର ମଧ୍ୟ। ତେଣୁ ରାଜନୀତିକ ଶତ୍ରୁତାରୁ ନା ଠିକାଦାରୀକୁ ନେଇ ଏହି ଗୁଳିକାଣ୍ଡ ଘଟିଛି, ତାହା ଜଣାପଡ଼ିନାହିଁ।

କାମାକ୍ଷାନଗର ପୁଲିସ ଘଟଣାର ତଦନ୍ତ କରୁଛି। ଘଟଣାସ୍ଥଳ ଆଖପାଖରେ ଲାଗିଥିବା ସିସିଟିଭି ଫୁଟେଜ ଗୁଡ଼ିକୁ ପୁଲିସ ଯାଞ୍ଚ କରୁଛି। ତେବେ ପୂର୍ବରୁ ବି ତାଙ୍କ ଉପରେ ଆକ୍ରମଣ ହୋଇଥିଲା। ଥରେ ଘର ସାମ୍ନାରେ ଥିବା ତାଙ୍କ କାର ଉପରକୁ ବୋମାମାଡ଼ କରାଯାଇଥିଲା। ସେହିପରି ଆଉ ଥରେ ଢେଙ୍କାନାଳ ସହରରେ ତାଙ୍କ କାରକୁ ଲକ୍ଷ୍ୟ କରି ଗୁଳି କରାଯାଇଥିଲା।

Leave A Reply

Your email address will not be published.