ପ୍ରମୁଖ ଖବର

ମହାକୁମ୍ଭ ବୁଲାଇବାକୁ ନେଇ ପତ୍ନୀଙ୍କୁ ହତ୍ୟା କଲେ ସ୍ୱାମୀ
ପଙ୍କଜ ଲୋଚନ ମହାନ୍ତି ହେଲେ ଓସିଏ ସଭାପତି
ମହାକୁମ୍ଭରେ ବୁଡ ପକାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ଗୁଣାବତ୍ତା ପରୀକ୍ଷାରେ ଫେଲ୍ ମାରିଲା ୮୪ଟି ମେଡିସିନ୍
ନବରଙ୍ଗପୁର ଉମରକୋଟ ସହକାରୀ କୃଷି ଅଧିକାରୀ ନୀଳକଣ୍ଠ ପରିଡ଼ା ଓ ଟେକ୍ନୋଲୋଜି ମ୍ୟାନେଜର ସୁରେନ୍ଦ୍ର ବୁନ୍ଦେଲା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରା ପଡିଲେ
ଆତିଶୀ ହେବେ ଦିଲ୍ଲୀ ବିଧାନସଭାର ପ୍ରଥମ ମହିଳା ବିରୋଧୀ ଦଳ ନେତା
ଢ଼େଙ୍କାନାଳ: ଫାର୍ମହାଉସ ମାଲିକଙ୍କୁ ଗୁଳିକରି ହତ୍ୟା

ଆସାମରେ ସାଂଙ୍ଘାତିକ ବନ୍ୟା ସ୍ଥିତି

0

ଗୈାହାଟି: ଆସାମରେ ବନ୍ୟା ଅତି ଜଟିଳ ପରିସ୍ଥିତି ସୃଷ୍ଟି କରିଛି। ବ୍ରହ୍ମପୁତ୍ର ନଦୀ ବିପଦ ସଙ୍କେତ ଉପରେ ପ୍ରଭାହିତ ହୋଇଛି । ଅନ୍ୟ ଶାଖା ନଦୀରେ ବି ଜଳସ୍ତର ବୃଦ୍ଧି ଘଟିଛି। ଲଗାଣ ବର୍ଷା ହେବା ଫଳରେ ଜଳସ୍ତର ବଢ଼ିବାରେ ଲାଗିଛ। ରାଜ୍ୟର ୧୦ ଜିଲ୍ଲାର ୩୭ ହଜାରରୁ ଅଧିକ ଲୋକ ଜଳବନ୍ଦୀ ହୋଇ ରହିଛନ୍ତି। ଗୌହାଟୀରେ ଭୂସ୍ଖଳନ ଯୋଗୁ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ସାରାରାଜ୍ୟରେ ନଦୀ ବନ୍ଧ କ୍ଷତିଗ୍ରସ୍ତ ହେବା ଆଶଙ୍କା ରହିଛି । ବର୍ଷା, ବନ୍ୟା ଯୋଗୁ ସାରାରାଜ୍ୟରେ ଅନେକ ସଡ଼କ, ସ୍କୁଲ ଆଦି କ୍ଷତିଗ୍ରସ୍ତ ହୋଇଥିବା ବେଳେ କେତେକ ବନ୍ୟାପାଣିରେ ବୁଡ଼ି ରହିଛି ।

ସେପଟେ ବାତ୍ୟା ବିପର୍ଯ୍ୟୟ ପ୍ରଭାବରେ ରାଜସ୍ଥାନରେ ପ୍ରବଳ ବର୍ଷା ପରେ ବନ୍ୟାସ୍ଥିତି ଉପୁଜିଛି । ଜଲୋର, ସିରୋହି ଓ ବାଡମେରର ଅଧିକାଂଶ ଅଞ୍ଚଳ ଜଳମଗ୍ନ । ୪ଜିଲ୍ଲାରେ ଗତ ୨୪ ଘଣ୍ଟାରେ ୨ଶହ ମିମି ବର୍ଷା ରେକର୍ଡ ହୋଇଛି । ହଜାରେରୁ ଅଧିକ ଗାଁରେ ବିଦ୍ୟୁତ୍ ସଂଯୋଗ ବିଚ୍ଛିନ୍ନ ହୋଇଛି । ତଳିଆ ଅଞ୍ଚଳଗୁଡ଼ିକ ଜଳମଗ୍ନ ହୋଇଥିବା ବେଳେ ଲୋକମାନଙ୍କୁ ସୁରକ୍ଷିତସ୍ଥାନକୁ ସ୍ଥାନାନ୍ତର କରାଯାଇଛି ।

ଏନଡିଆରଏଫ ଓ ଏସଡିଆରଏଫ୍ ଟିମ୍ ରେସ୍କ୍ୟୁ ଅପରେସନରେ ସାମିଲ ହୋଇଛନ୍ତି । ଲଗାଣ ବର୍ଷା ଯୋଗୁ ଅଜମେରସ୍ଥିତ ଜଓ୍ବାହରଲାଲ ନେହରୁ ହସ୍ପିଟାଲରେ ପାଣି ପଶିଯାଇଛି । ରୋଗୀମାନେ ହନ୍ତସନ୍ତ ହେଉଥିବା ବେଳେ ସମ୍ପର୍କୀୟମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହୋଇଛନ୍ତି । ଆଜି ବି ବିଭନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଥିବା ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

Leave A Reply

Your email address will not be published.