ପ୍ରମୁଖ ଖବର

ଭୂଦାନ ଜମିର ପଞ୍ଜିକରଣ-ମ୍ୟୁଟେସନ୍‌ରେ ରୋକ, ଡିଜିଟାଲ ଡାଟାବେସ୍‌ ପ୍ରସ୍ତୁତି
ୟୁରୋପକୁ ଅଶୋଧିତ ତୈଳ ଯୋଗାଣ ବନ୍ଦ କଲା ସାଉଦି
NISER ହଷ୍ଟେଲ ଛାତରୁ ପଡ଼ି ଛାତ୍ର ମୃତ
ପ୍ରତ୍ୟାହାର ନିଷ୍ପତ୍ତି ବଦଳାଇଲେ ମମତାଙ୍କ ପ୍ରାର୍ଥୀ
ମଧ୍ୟପ୍ରଦେଶରେ ନାଳରେ ଭାସିଗଲା କାର, ୭ ଓଡ଼ିଆଙ୍କ ସମେତ ୮ ମୃତ
ଘରୋଇ ବିଶ୍ୱବିଦ୍ୟାଳୟ ଲାଭ ପାଇଁ ଚାଲିପାରିବ ନାହିଁ: ସୁପ୍ରିମକୋର୍ଟ
ଟିଏମ୍‌ସିର ନାମ-ଚିହ୍ନ ଫ୍ରିଜ୍, ସୁପ୍ରିମକୋର୍ଟରେ ମମତା

’ର’ ର ମୁଖ୍ୟ ହେବେ ବରିଷ୍ଠ ଆଇପିଏସ୍ ଅଫିସର ରବି ସିହ୍ନା

0

ନୂଆଦିଲ୍ଲୀ: ଭାରତର ଗୁଇନ୍ଦା ଏଜେନ୍ସି ’ର’ ର ନୂଆ ମୁଖ୍ୟ ହେବେ ବରିଷ୍ଠ ଆଇପିଏସ୍ ଅଫିସର ରବି ସିହ୍ନା । ରବି ସିହ୍ନା ହେଉଛନ୍ତି ଛତିଶଗଡ କ୍ୟାଡରର ଆଇପିଏସ୍ ଅଫିସର। କେନ୍ଦ୍ର ସରକାର ଏହି ନୂଆ ନିଯୁକ୍ତି ଦେଇଛନ୍ତି । ତେବେ ଜୁନ୍ ୩୦ ତାରିଖରେ ବର୍ତ୍ତମାନ ର’ର ମୁଖ୍ୟ ଥିବା ସାମନ୍ତ କୁମାର ଗୋୟଲଙ୍କ କାର୍ଯ୍ୟକାଳ ଶେଷ ହେବାକୁ ଯାଉଛି । ଯାହା ପରେ ତାଙ୍କ ସ୍ଥାନରେ ବରିଷ୍ଠ ଆଇପିଏସ୍ ଅଫିସର ରବି ସିହ୍ନା ଏହାର ଦାୟିତ୍ୱ ସମ୍ଭାଳିବେ ।

ସୂଚନାଯୋଗ୍ୟ, ରବି ସିହ୍ନା ବର୍ତ୍ତମାନ ସମୟରେ କ୍ୟାବିନେଟ୍ ସଚିବାଳୟର ବିଶେଷ ସଚିବ ଭାବେ କାର୍ଯ୍ୟ କରୁଛନ୍ତି । ଆଉ କ୍ୟାବିନେଟ୍ ନିଯୁକ୍ତି କମିଟି ତାଙ୍କର ଏହି ନୂଆ ନିଯୁକ୍ତିକୁ ମଞ୍ଜୁରୀ ଦେଇ ଦେଇଛି। ବର୍ତ୍ତମାନ ର’ ମୁଖ୍ୟ ଥିବା ସାମନ୍ତ କୁମାର ଗୋୟଲଙ୍କ କାର୍ଯ୍ୟକାଳ ଅତ୍ୟନ୍ତ ଭଲ ଥିଲା । ସେ ପଞ୍ଜାବ କ୍ୟାଡରର ଆଇପିଏସ୍ ଅଫିସର ଥିଲେ। ତାଙ୍କରି ସମୟରେ ହିଁ ବାଲାକୋଟ୍ ଏୟାରଷ୍ଟ୍ରାଇକ୍, କାଶ୍ମୀରରୁ ୩୭୦ ଉଚ୍ଛେଦ କରାଯାଇଥିଲା ।

Leave A Reply

Your email address will not be published.