ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ଆଜି କ୍ୟାବିନେଟ୍ ବୈଠକରେ ୧୫ ଟି ପ୍ରସ୍ତାବ ପାରିତ

0

ଭୁବନେଶ୍ବର: ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ବପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ୧୫ଟି ପ୍ରସ୍ତାବ ପାରିତ ହୋଇଛି। ମୁଖ୍ୟମନ୍ତ୍ରୀ ସମ୍ପୂର୍ଣ୍ଣ ପୁଷ୍ଟି ଯୋଜନାକୁ ଅନୁମୋଦନ ମିଳିଛି। ସେହିଭଳି ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନାରେ ସବୁ ଗାଁକୁ ରାସ୍ତା ନିର୍ମାଣକୁ ଅନୁମୋଦନ ମିଳିଛି। ଦୁର୍ଗମ ପାର୍ବତ୍ୟ ଅଞ୍ଚଳ, ନକ୍ସଲ ପ୍ରଭାବିତ ଅଞ୍ଚଳକୁ ସଂଯୋଗୀକରଣ, ଅପହଞ୍ଚ ଓ ଅସଂଯୋଜିତ ଗ୍ରାମାଞ୍ଚଳକୁ ମୁଖ୍ୟ ସଡ଼କ ସହ ଯୋଡ଼ିବା ଏହି ଯୋଜନାର ଲକ୍ଷ୍ୟ। ଏହି ଯୋଜନାରେ ୩୬୧ କିମି ରାସ୍ତା ହେବ। ମୋଟ ୯୭୬ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି। ରାଜ୍ୟ କ୍ୟାବିନେଟ୍‌ ବୈଠକ ପରେ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି।

ଶ୍ରୀ ଜେନା କହିଛନ୍ତି ଯେ, ପୁରୀକୁ ଐତିହ୍ୟ ସହରରେ ପରିଣତ କରିବା ପାଇଁ ‘ଅବଢ଼ା’ ଯୋଜନା ଲାଗୁ ହୋଇଛି। ଏହି ଯୋଜନାର ଅଟକଳ ବୃଦ୍ଧି ପ୍ରସ୍ତାବକୁ କ୍ୟାବିନେଟ୍‌ ମଂଜୁରୀ ମିଳିଛି। ୩୨୦୮ କୋଟିର ବ୍ୟୟବରାଦକୁ ୪୨୨୪.୨୨ କୋଟିକୁ ବୃଦ୍ଧି ନିଷ୍ପତ୍ତି ହୋଇଛି। ସେହିପରି ଗଂଜାମ ଶୀତଳାପଲ୍ଲୀରେ ହସ୍ପିଟାଲ ପାଇଁ ଟାଟାକୁ ୪୩ ଏକର ଜମି ଦିଆଯିବ। ନାମମାତ୍ର ଅର୍ଥରେ ଟାଟା ଷ୍ଟିଲକୁ ମିଳିବ ଜମି। ରାୟଗଡ଼ା ମଝିଘରିଆଣି ମନ୍ଦିର ବିକାଶ ପାଇଁ ୬ ଏକର ଜମି ଦିଆଯିବ।

କ୍ୟାବିନେଟ୍‌ ବୈଠକରେ ସଉରା ଭାଷାକୁ ସମ୍ବିଧାନର ଅଷ୍ଟମ ଅନୁଚ୍ଛେଦରେ ଅନ୍ତର୍ଭୁକ୍ତ କରିବା ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟରେ ଅନୁମୋଦନ । ପ୍ରସ୍ତାବରେ ମୋହର ମାରିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଧନ୍ୟବାଦ ଜଣାଇଛନ୍ତି ଶତାଧିକ ଆଦିବାସୀ। ଭାରତୀୟ ସମ୍ବିଧାନରେ ଅନ୍ତର୍ଭୁକ୍ତ ହେଲେ ସଉରା ଭାଷା ଓ ସଂସ୍କୃତିର ବିକାଶ ହେବ।‌ ସେହିପରି ସଉରା ଭାଷାର ସଂରକ୍ଷଣ ଓ ପ୍ରଚାରପ୍ରସାର ହୋଇପାରିବ। ବିଭିନ୍ନ ପ୍ରସଙ୍ଗରେ ଲେଖା ପ୍ରକାଶନ ହୋଇପାରିବ। ଏହି ନିଷ୍ପତ୍ତିରେ ୫ ଲକ୍ଷ ସଉରାଭାଷାଭାଷୀ ଲୋକ ଉପକୃତ ହେବେ। ୧୯୩୦ ମସିହାରେ ସଉରା ଲିପି ଆରମ୍ଭ ହୋଇଥିଲା। ଭାରତ ସରକାରଙ୍କୁ ରାଜ୍ୟ ସରକାର ଅନେକ ଥର ବିଭିନ୍ନ ଆଦିବାସୀ ଭାଷା ଯଥା ‘ହୋ, ମୁଣ୍ଡାରି ଓ ଭୂମିଜ’କୁ ଅଷ୍ଟମ ଅନୁଚ୍ଛେଦରେ ସାମିଲ କରିବା ପାଇଁ ଅନୁରୋଧ କରିଛନ୍ତି। କିନ୍ତୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଏ ବାବଦରେ କୌଣସି ପଦକ୍ଷେପ ନିଆଯାଇ ନାହିଁ।

Leave A Reply

Your email address will not be published.