ପ୍ରମୁଖ ଖବର

ଆଜ୍ଞାମାଳ ବିଜେ ପରେ ସିଂହଦ୍ୱାର ଅଭିମୁଖେ ତିନି ରଥ, କାଲି ବିଶ୍ୱପ୍ରସିଦ୍ଧ ରଥଯାତ୍ରା
ୱାଙ୍ଗଚୁକଙ୍କ ଅନଶନକୁ ନେଇ ହାଇକୋର୍ଟରେ ପିଆଇଏଲ୍, ଜରୁରୀ ଚିକିତ୍ସା ସେବା ଦାବି
ନୋଏଡାରେ ଇ-ସ୍କୁଟରରେ ନିଆଁ, ଅଗ୍ନିକାଣ୍ଡରେ ୨ ମୃତ; ୧୦୦ରୁ ଅଧିକ ଲୋକ ଉଦ୍ଧାର
ଓଡ଼ିଶାକୁ ରେଳର ଡବଲ୍ ଉପହାର, ଦୁଇ ପ୍ରମୁଖ ପ୍ରକଳ୍ପକୁ କ୍ୟାବିନେଟ୍ ମଞ୍ଜୁରୀ
ସରକାରୀ ଡାକ୍ତରଙ୍କ ପାଇଁ କଡ଼ା ନିର୍ଦ୍ଦେଶ, ପ୍ରଥମେ ଜେନେରିକ୍ ଔଷଧ ଲେଖିବାକୁ ତାଗିଦ
ବର୍ଷା ଭିତରେ ରଥଯାତ୍ରା ପ୍ରସ୍ତୁତି: ସମୁଦ୍ର ଅଶାନ୍ତ, ପୁରୀରେ ସତର୍କତା
ଶୁଦ୍ଧ ପେଟ୍ରୋଲ ଚାହୁଁଥିଲେ ଅଧିକ ଦାମ ଦିଅନ୍ତୁ: ଗଡ଼କରୀ
ଶ୍ରୀମନ୍ଦିରରେ ଡିଜିଟାଲ ହୁଣ୍ଡି ‘ସମର୍ପଣ’ ଲୋକାର୍ପିତ, ଘରେ ବସି ଦାନ କରିପାରିବେ ଭକ୍ତ

ସୋଆରେ ଆନ୍ତର୍ଜାତିକ ଯୋଗ ଦିବସ ପାଳିତ

0

ଭୁବନେଶ୍ୱର, ଜୁନ ୨୧: ଉତମ ଛାତ୍ର ହେବା ପାଇଁ ସୁସ୍ଥ ରହିବା ଆବଶ୍ୟକ । ସୁସ୍ଥ ଓ ନିରାମୟ ଜୀବନ ପାଇଁ ଯୋଗାଭ୍ୟାସର ଅନେକ ଆବଶ୍ୟକତା ରହିଛି ବୋଲି କହିଛନ୍ତି ବିଶିଷ୍ଟ ସ୍ନାୟୁଶଲ୍ୟ ବିଶେଷଜ୍ଞ ତଥା ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ପ୍ରମୁଖ ଉପଦେଷ୍ଟା (ସ୍ୱାସ୍ଥ୍ୟ ବିଜ୍ଞାନ) ପ୍ରଫେସର ଅଶୋକ କୁମାର ମହାପାତ୍ର। ବୁଧବାର ସୋଆରେ ନବମ ଆନ୍ତର୍ଜାତିକ ଯୋଗ ଦିବସ ପାଳନ ଅବସରରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପ୍ରଫେସର ମହାପାତ୍ର କହିଛନ୍ତି ଯେ ଯୋଗ ଜୀବନର ଏକ ବିଶିଷ୍ଟ ଦର୍ଶନ । ପ୍ରାଚୀନ କାଳର ଏହି ଅଭ୍ୟାସକୁ ଆଜି ସାରା ଭାରତ ହୃଦୟଙ୍ଗମ କରି ଯୋଗ ଦିବସ ପାଳନ କରୁଛି ବୋଲି ସେ କହିଛନ୍ତି ।

ସୋଆ କ୍ୟାମ୍ପସ ୫ ର ଷ୍ଟାଡିୟମ ଠାରେ ଆୟୋଜିତ ଏହି ଯୋଗ ଦିବସ କାର୍ଯ୍ୟକ୍ରମରେ ବିଭିନ୍ନ ଅନୁଷ୍ଠାନର ଶତାଧିକ ଛାତ୍ରଛାତ୍ରୀ ଯୋଗ ଦେଇଥିଲେ । ଏହି ଅବସରରେ ସୋଆର ଯୋଗ ପ୍ରଶିକ୍ଷକ ଶ୍ରୀ ଅଖିଳ କୁମାର ରଣା ଛାତ୍ରଛାତ୍ରୀମାନଙ୍କୁ ବିଭିନ୍ନ ପ୍ରକାର ଯୋଗାଭ୍ୟାସ କରାଇଥିଲେ । ପ୍ରାତଃ ସମୟରେ ଛାତ୍ରଛାତ୍ରୀମାନଙ୍କ ଯୋଗାଭ୍ୟାସ ଏକ ଭିନ୍ନ ପରିବେଶ ସୃଷ୍ଟି କରିଥିଲା ।

ଆନ୍ତର୍ଜାତିକ ଯୋଗ ଦିବସ ପୂର୍ବରୁ ଇତି ମଧ୍ୟରେ ଆରମ୍ଭ ହୋଇଥିବା ୧୪ ଦିନିଆ ଯୋଗ ଶିବିର ବୁଧବାର ଉଦ୍‌ଯାପିତ ହୋଇଯାଇଛି । ଚଳିତ ବର୍ଷ ଆନ୍ତର୍ଜାତିକ ଯୋଗ ଦିବସର ଥିମ ରହିଛି “ ୟୋଗା ଫର୍ ବସୁଧୈବ କୁଟୁମ୍ବକମ୍‌” । ବିଶ୍ୱର ୧୯୩ଟି ଦେଶରେ ଏହି ଯୋଗ ଦିବସ ପାଳିତ ହେଉଛି । ଯୋଗ ଦ୍ୱାରା ମନ ଶାନ୍ତ ଓ ଶରୀର ସୁସ୍ଥ ରହିଥାଏ । ଶରୀରର ସୁରକ୍ଷା କବଚ ହେଉଛି ଯୋଗ । ଏହା ମାନସିକ ଓ ଆଧ୍ୟାତ୍ମିକ ଅଭିବୃଦ୍ଧିରେ ସହାୟକ ହୋଇଥାଏ । ଏହାର ଉପାଦେୟତାକୁ ଦୃଷ୍ଟିରେ ରଖି ପ୍ରତ୍ୟେକ ବର୍ଷ ଜୁନ ୨୧ ତାରିଖରେ ଆନ୍ତର୍ଜାତିକ ଯୋଗ ଦିବସ ପାଳନ କରାଯାଉଛି ।

ସୋଆରେ ଆୟୋଜିତ ଯୋଗ ଦିବସରରେ ଇନ୍‌ଷ୍ଟିଚ୍ୟୁଟ ଅଫ୍ ଏଗ୍ରିକଲଚରାଲ ସାଇନ୍‌ସେସ୍‌ର ଡିନ୍ ପ୍ରଫେସର ବିଜୟ କୁମାର ସାହୁ, ଛାତ୍ରମଙ୍ଗଳ ଡିନ୍ପ୍ର ଫେସର ଜ୍ୟୋତି ରଞ୍ଜନ ଦାସ, ୟୁନିଭର୍ସିଟି ଆଉଟରିଚ୍ ପ୍ରୋଗ୍ରାମର ନିର୍ଦ୍ଦେଶକ ପ୍ରଫେସର ନଚିକେତା ଶର୍ମା ପ୍ରମୁଖ ଉପସ୍ଥିତ ଥିଲେ ।

Leave A Reply

Your email address will not be published.