ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ଉତ୍ତରାଖଣ୍ଡରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ୯ଜଣଙ୍କ ମୃତ୍ୟୁ

0

ନୂଆଦିଲ୍ଲୀ: ଉତ୍ତରାଖଣ୍ଡର ପିଥୋରାଗଡ଼ ଜିଲ୍ଲାରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ମୁନସ୍ୟାରିର ହୋକରା ଅଞ୍ଚଳରେ ଶ୍ରଦ୍ଧାଳୁ ଭର୍ତ୍ତି ଥିବା ଏକ ଜିପ ଖାଇରେ ଖସି ପଡ଼ିଛି। ଏହି ଦୁର୍ଘଟଣାରେ ଏଯାବତ ୯ଜଣ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ହୋଇଥିବା ଖବର ମିଳିଥିବା ବେଳେ ୨ଜଣ ନିଖୋଜ ରହିଥିବା ସୂଚନା ମିଳିଛି। ମୃ୍ତ୍ୟୁ ସଂଖ୍ୟା ଆହୁରି ବଢ଼ିପାରେ ବୋଲି କୁହାଯାଉଛି।

ସୂଚନାନୁସାରେ, ଏହି ଜିପ୍‌ଟି ବାଗେଶ୍ବର ଅନ୍ତର୍ଗତ ସାମାରୁ ପିଥୋରାଗଡ଼ର ମୁନ୍‌ସିୟାରି ବ୍ଲକ୍‌ରେ ଥିବା ହୋକ୍‌ରା ମନ୍ଦିରକୁ ଯାଉଥିଲା। ଏଥିରେ ସମୁଦାୟ ୧୦ଜଣ ଯାତ୍ରୀ ଥିଲେ ବୋଲି ପ୍ରାଥମିକ ରିପୋର୍ଟରୁ ଜଣାପଡ଼ିଛି। ଖବର ପାଇଲା ପରେ ନାଚନି ଥାନା ପୁଲିସ ଟିମ୍‌, ତେଜମ୍‌ର ରାଜସ୍ବ ଓ ପ୍ରାକୃତିକ ବିପର୍ଯ୍ୟୟ ରିଲିଫ୍‌ ଓ ଉଦ୍ଧାରକାରୀ ଟିମ୍‌ ଘଟଣାସ୍ଥଳକୁ ଯାଇଛନ୍ତି। ଦୁର୍ଘଟଣାସ୍ଥଳଟି ନଗରାଞ୍ଚଳଠାରୁ ଖୁବ୍‌ ଦୂର। ଜିପ୍‌ଟି ସଡ଼କରୁ ୬୦୦ ମିଟର୍‌ ତଳେ ଥିବା ଖାଇରେ ପ୍ରବାହିତ ରାମଗଙ୍ଗା ନଦୀକୁ ଖସିପଡ଼ିଥିଲା।

ଖୋୟାମ୍‌ ଗ୍ରାମର ମୁଖ୍ୟ ହୀରା ସିଂହ ମେହେଟ୍ଟା କହିଛନ୍ତି, ଗତରାତି ସାରା ବର୍ଷା ହୋଇଥିଲା। ଫଳରେ ଡ୍ରେନ୍‌ ଉଛୁଳି ରାସ୍ତା ବୁଡ଼ିଯାଇଥିଲା। ଦୁର୍ଘଟଣା ଘଟିଥିବା ଉକ୍ତ ସ୍ଥାନରେ ଆଗରୁ ବି ଦୁର୍ଘଟଣା ଘଟିଛି। ଗ୍ରାମବାସୀମାନେ ଉଦ୍ଧାର କାର୍ଯ୍ୟରେ ଲାଗିଛନ୍ତି। ବିଧାୟକ ହରିଶ ଧାମୀ ଜିଲ୍ଲା ମାଜିଷ୍ଟ୍ରେଟ୍‌ଙ୍କ ସମେତ ପଦସ୍ଥ ସରକାରୀ ଅଧିକାରୀମାନଙ୍କ ସହିତ ଦୁର୍ଘଟଣା ବିଷୟରେ ଆଲୋଚନା କରିଛନ୍ତି। ତୁରନ୍ତ ହୋକ୍‌ରାରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ତ୍ବରାନ୍ବିତ କରିବା ଲାଗି ସେ କହିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସହିତ କଥାବାର୍ତ୍ତା କରି ସେ ମୃତୁବ୍ୟକ୍ତିଙ୍କ ପରିବାରବର୍ଗଙ୍କ ପାଇଁ କ୍ଷତିପୂରଣ ବ୍ୟବସ୍ଥା କରିବେ ବୋଲି ପ୍ରତିଶ୍ରୁତି ଦେବା ସହ ଏହି ଭୟାବହ ଦୁର୍ଘଟଣା ପାଇଁ ଗଭୀର ଦୁଃଖ ବ୍ୟକ୍ତ କରିଛନ୍ତି।

Leave A Reply

Your email address will not be published.