ପ୍ରମୁଖ ଖବର

କନିଷ୍ଠ ଶିକ୍ଷକଙ୍କ ଦରମା ବଢ଼ିଲା, ମାସିକ ଦରମା ୪, ୯୦୦ ଟଙ୍କା ବୃଦ୍ଧି କଲେ ସରକାର
ଶ୍ରୀମନ୍ଦିରରେ ଜୈବିକ ଚାଉଳରେ ପ୍ରସ୍ତୁତ ହେବ ମହାପ୍ରସାଦ
ଅଯୋଧ୍ୟା ରାମ ମନ୍ଦିରର ପ୍ରଧାନ ପୂଜକ ଆଚାର୍ଯ୍ୟ ସତ୍ୟୈନ୍ଦ୍ର ଦାସଙ୍କ ପରଲୋକ
ପ୍ରଧାନମନ୍ତ୍ରୀ ମୋଦୀଙ୍କ ବିମାନ ଉପରେ ଆତଙ୍କବାଦୀ ଆକ୍ରମଣ ଧମକ
ଡିଜିଟାଲାଇଜ୍ ହେଲା ବିଧାନସଭା, ଟ୍ୟାବରୁ ପଢ଼ିବେ ବିଧାୟକ
ଶିଖ୍‌ ଦଙ୍ଗା ଘଟଣାରେ ସଜ୍ଜନ କୁମାର ଦୋଷୀ ସାବ୍ୟସ୍ତ
କାଠଯୋଡି ନଦୀ କୂଳରୁ ଯୁକ୍ତ ୨ ଛାତ୍ରଙ୍କ ମୃତଦେହ ଉଦ୍ଧାର
୧୮ରୁ +୨ ପରୀକ୍ଷା ଆରମ୍ଭ , ହବକୁ ଗଲା ପ୍ରଶ୍ନପତ୍ର

ଦିଗପହଣ୍ଡିରେ ଦୁଇ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା: ୧୨ ମୃତ୍ୟୁ

0

ବ୍ରହ୍ମପୁର: ଗଞ୍ଜାମ ଦିଗପହଣ୍ଡି ଖେମୁଣ୍ଡି କଲେଜ ସମ୍ମୁଖରେ ବଡ଼ ଧରଣର ବସ ଦୁର୍ଘଟଣା । ଦୁଇ ଘରୋଇ ଓ ସରକାରୀ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା । ଘରୋଇ ମିନି ବସ୍ ସହ ସରକାରୀ ଓଏସଆରଟିସି ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା। ଦୁର୍ଘଟଣାରେ ୧୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୦ରୁ ଅଧିକ ଲୋକ ଗୁରୁତର ହୋଇଛନ୍ତି ।

ସୂଚନା ଅନୁସାରେ, ଦିଗପହଣ୍ଡି ଖେମୁଣ୍ଡି କଲେଜ ସମ୍ମୁଖରେ ଓଏସଆରଟିସି ବସ ଓ ମିନି ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା । ଫଳରେ ଉଭୟ ବସର କିଛି ଯାତ୍ରୀଙ୍କ ମୃତ୍ୟୁ ହୋଇଥିଲା । ଦୁର୍ଘଟଣାଟି ଏତେ ଭୟଙ୍କର ଥିଲା ଯେ ଉଭୟ ବସର ସାମ୍ନାପଟ ସମ୍ପୂର୍ଣ୍ଣ ନଷ୍ଟ ହୋଇ ଚାପି ହୋଇଯାଇଛି । ସ୍ଥାନୀୟ ଲୋକେ, ପୋଲିସ ଓ ଦିଗପହଣ୍ଡି ଅଗ୍ନିଶମ ବିଭାଗର କର୍ମଚାରୀ ଦୁର୍ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ । ଆହତ ଯାତ୍ରୀଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିିଛି ।

ପ୍ରଥମେ ସ୍ଥାନୀୟ ଲୋକ ପରେ ଅଗ୍ନିଶମ ବିଭାଗ ଏବଂ ପୋଲିସ ଦ୍ଵାରା ଉଦ୍ଧାର କରାଯାଇଥିଲା । ଗୁରୁତରଙ୍କୁ ପ୍ରଥମେ ଦିଗପହଣ୍ଡି ପରେ ବ୍ରହ୍ମପୁର ଏମକେସିଜି ସ୍ଥାନାନ୍ତର କରାଯାଇଛି । ସେମାନଙ୍କ ମଧ୍ୟରୁ ଜଣଙ୍କୁ କଟକ ଏସସିବି ମେଡିକାଲରୁ ସ୍ଥାନାନ୍ତର କରାଯାଇଛି । ମୃତକଙ୍କ ଭିତରେ ଏକବର୍ଷର ଝିଅ, ୪ବର୍ଷର ପୁଅ ଅଛନ୍ତି । 

ତେବେ ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ତିନି ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି । ଏବଂ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି । ଏହି ଦୁର୍ଘଟଣାରେ ଆହତମାନଙ୍କୁ ମାଗଣାରେ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି । ଘଟଣାସ୍ଥଳକୁ ତୁରନ୍ତ ଯାଇ ବିପନ୍ନଙ୍କୁ ସହାୟତା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ଅର୍ଥମନ୍ତ୍ରୀ ଶ୍ରୀ ବିକ୍ରମ ଆରୁଖ ଓ ଗଞ୍ଜାମ ଡିପିସିସି ଅଧ୍ୟକ୍ଷ ବିଧାୟକ ବିକ୍ରମ ପଣ୍ଡାଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ସେହିପରି ଆହତଙ୍କ ଚିକିତ୍ସା ପାଇଁ ଗଞ୍ଜାମ ପ୍ରଶାସନ ୩୦ ହଜାର ଟଙ୍କା ଘୋଷଣା କରିଛି।

Leave A Reply

Your email address will not be published.