ପ୍ରମୁଖ ଖବର

ଭାରତୀୟ ପାଇଲଟ୍‌ଙ୍କ ସାହସକୁ ୟୁଏଇର ସମ୍ମାନ, ପ୍ରଦାନ କଲା ‘ଜାୟେଦ୍‌’ ପୁରସ୍କାର
କେନ୍ଦ୍ରୀୟ କର୍ମଚାରୀଙ୍କ ଡିଏ ୩% ବୃଦ୍ଧି, ଜୁଲାଇରୁ ମିଳିବ ବର୍ଦ୍ଧିତ ଭତ୍ତା
ଅପରେସନ ସିନ୍ଦୂର ପରେ ପ୍ରଥମ ଥର ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
ମଧ୍ୟପ୍ରଦେଶରୁ ରାଜ୍ୟସଭା ଉପନିର୍ବାଚନ ଲଢ଼ିବେ ହରଦୀପ ସିଂହ ପୁରୀ
ସ୍ପେନରେ ଦୁଇ ହାଇସ୍ପିଡ୍‌ ଟ୍ରେନ୍‌ ଧକ୍କା, ୩୯ ମୃତ
ଆନ୍ଧ୍ରରେ ସ୍ଥଳଭାଗ ଛୁଇଁ ଓଡ଼ିଶାମୁହାଁ ‘ଅର୍ଣ୍ଣବ’, ୨୪ ଘଣ୍ଟା ସତର୍କ ରହିବାକୁ ଏସ୍‌ଆର୍‌ସିଙ୍କ ପରାମର୍ଶ

ଆଜି ବି ବର୍ଷିବ: ୯ ଜିଲ୍ଲାକୁ ଅରେଞ୍ଜ ଓ ୧୧ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର

0

ଭୁବନେଶ୍ବର: ଗତ କିଛି ଦିନ ହେଲା ରାଜ୍ୟର ଅଧିକାଂଶ ଜିଲ୍ଲାରେ ଲାଗି ରହିଛି ମୌସୁମୀ ବର୍ଷା । ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ, ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁକୁ ଆହୁରି ସକ୍ରିୟ କରିଛି । ଲଘୁଚାପ ପ୍ରଭାବରେ ଆଜି ମଧ୍ୟ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି । ଲଘୁଚାପ ଯୋଗୁଁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ଲଘୁଚାପ କ୍ଷେତ୍ରଟି ଆସନ୍ତା ୨ ଦିନ ଯାଏଁ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଉତର ଓଡ଼ିଶା ଓ ଝାଡ଼ଖଣ୍ଡ ଦେଇ ଗତି କରିବାର ସମ୍ଭାବନା ରହିଛି ।

ତେବେ ଆସନ୍ତାକାଲି ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ଲାଗି ରହିବା ନେଇ ସତର୍କ କରିଛି ପାଣିପାଗ କେନ୍ଦ୍ର । ବିଶେଷକରି ଆଭ୍ୟନ୍ତରୀଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଫଳରେ ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି ।

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ବରଗଡ଼, ବଲାଙ୍ଗୀର, କଳାହାଣ୍ଡି ଓ ନୂଆପଡ଼ା ଆଦି ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ସେହିପରି ଝାରସୁଗୁଡ଼ା, ସମ୍ବଲପୁର, ସୁବର୍ଣ୍ଣପୁର, ବୌଦ୍ଧ, ନବରଙ୍ଗପୁର ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ସେଥିପାଇଁ ଏସବୁ ଜିଲ୍ଲା ପାଇଁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ।

Leave A Reply

Your email address will not be published.