ପ୍ରମୁଖ ଖବର

ଶିଶୁ ଫର୍ମୁଲା ଫୁଡ୍‌କୁ ନେଇ ନେସଲେ ବିରୋଧରେ ୩ ମାମଲା
କ୍ରସ୍‌ ଭୋଟିଂ ମାମଲା: ୮ ବିଜେଡି ବିଧାୟକଙ୍କ ସଭ୍ୟପଦ ରଦ୍ଦ ମାମଲା ଗ୍ରହଣ କଲେ ହାଇକୋର୍ଟ
ନିଠାରୀ ଗଣହତ୍ୟା ମାମଲା: ଦୋଷମୁକ୍ତ ସୁରେନ୍ଦ୍ର କୋଲିଙ୍କ ଆତ୍ମହତ୍ୟା
ପାକିସ୍ତାନରେ ଭୟଙ୍କର ବିସ୍ଫୋରଣ, ୧୫ ମୃତ
ପୌର ନିର୍ବାଚନ: ୱାର୍ଡ ସୀମା ନିର୍ଦ୍ଧାରଣ ପାଇଁ ସଂଶୋଧିତ ସମୟସୂଚୀ ଜାରି
୮ ଲକ୍ଷ ଲାଞ୍ଚ ନେବାବେଳେ ଧରାପଡ଼ିଲେ କେନ୍ଦ୍ରୀୟ ଜିଏସ୍‌ଟି ସୁପରିନଟେଣ୍ଡଣ୍ଟ

ଦୁର୍ନୀତି ଅଭିଯୋଗରେ ବରିଷ୍ଠ ଓ.ଏ.ଏସ୍‌ ଅଧିକାରୀ ପ୍ରଶାନ୍ତ ରାଉତଙ୍କୁ ବାଧ୍ୟତାମୂଳକ ଅବସର

0

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ବରିଷ୍ଠ ଓଡିଶା ପ୍ରଶାସନିକ ସେବା ଅଧିକାରୀ ନବରଙ୍ଗପୁରର ପୂର୍ବତନ ସହକାରୀ ଉପ- ଜିଲ୍ଲାପାଳ ଶ୍ରୀ ପ୍ରଶାନ୍ତ କୁମାର ରାଉତଙ୍କୁ ସରକାରୀ ଚାକିରୀରୁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ବିଭିନ୍ନ ଦୁର୍ନୀତିରେ ଅଭିଯୋଗରେ ଜଡିତ ଥିବା କାରଣରୁ ମୁଖ୍ୟମନ୍ତ୍ରୀ ଏହି ପଦକ୍ଷେପ ନେଇଛନ୍ତି। ଦୁର୍ନୀତି କ୍ଷେତ୍ରରେ ଶୂନ୍ୟ ସହିଷ୍ଣୁତା ନୀତି ଅବଲମ୍ବନ କରି ମୁଖ୍ୟମନ୍ତ୍ରୀ ସବୁବେଳେ ଏ କ୍ଷେତ୍ରରେ କଡା ପଦକ୍ଷେପ ନେଇଆସିଛନ୍ତି।

ସୂଚନାଯୋଗ୍ୟ ଯେ ଶ୍ରୀ ରାଉତଙ୍କ ନାଁରେ ୪ଟି ଦୁର୍ନୀତି ଅଭିଯୋଗ ସହିତ ବିଭାଗୀୟ ତଦନ୍ତ ମଧ୍ୟ ଜାରି ରହିଛି । ପ୍ରକାଶ ଥାଉ କି ବର୍ତ୍ତମାନ ସୁଦ୍ଧା ଏହାକୁ ମିଶାଇ ୧୮୮ ଜଣ ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ଏହି ଅଧିକାରୀ ମାନଙ୍କୁ କାର୍ଯ୍ୟରୁ ବହିଷ୍କାର, ବାଧ୍ୟତାମୂଳକ ଅବସର ଦିଆଯାଇଛି ବା ସେମାନଙ୍କ ପେନ୍‌ସନ ସ୍ଥାୟୀ ଭାବେ ବନ୍ଦ କରାଯାଇଛି ।

Leave A Reply

Your email address will not be published.