ପ୍ରମୁଖ ଖବର

କାଲିଠୁ କ୍ଷୟକ୍ଷତି ଆକଳନ କରାଯିବ: ମନ୍ତ୍ରୀ
ଲାଞ୍ଚ ନେଇ ଧରାପଡ଼ିଲେ ସିଟି-ଜିଏସ୍‌ଟି ଅଧିକାରୀ
ଏସଆଇ ପରୀକ୍ଷା ଜାଲିଆତି: ଗିରଫ ୧୧୪ ପରୀକ୍ଷାର୍ଥୀଙ୍କୁ ମିଳିଲା ଜାମିନ
ଟ୍ରକ୍‌ ପଛରେ ପିଟି ହେଲା ବସ୍, ଡ୍ରାଇଭର ଓ ହେଲ୍‌ପର ମୃତ
ରାଫେଲରେ ଉଡିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ରାଉରକେଲା-ରାଞ୍ଚି ସେକ୍ସନରେ ଟ୍ରେନ୍ ଦୁର୍ଘଟଣାଗ୍ରସ୍ତ
ଯୁକ୍ତ ୨ ଫର୍ମ ପୂରଣ ପାଇଁ ଘୁଞ୍ଚିଲା ତାରିଖ

ଜୁଲାଇ ୪ରେ ବଙ୍ଗୋପ ସାଗରରେ ଲଘୁଚାପ ସମ୍ଭାବନା

0

ଭୁବନେଶ୍ୱର, ଜୁଲାଇ ୧: ପୂର୍ବ ଭାରତରେ ପଶ୍ଚିମା ପବନ ପ୍ରବାହିତ ହେବା ଦ୍ୱାରା ଓଡ଼ିଶାରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଦୂର୍ବଳ ହୋଇପଡ଼ିଥିବା ସତ୍ୱେ ପଶ୍ଚିମ କେନ୍ଦ୍ର ବଙ୍ଗୋପ ସାଗର ଏବଂ ଏହାର ନିକଟବର୍ତୀ ଅଂଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହି ଘୂର୍ଣ୍ଣିବଳୟ ଏକ ଲଘୁଚାପରେ ପରିଣତ ହୋଇପାରେ ବୋଲି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସ୍ଥାନୀୟ ପରିବେଶ ଓ ଜଳବାୟୁ କେନ୍ଦ୍ର (ସିଇସି) ଶନିବାର ସୂଚନା ଦେଇଛି ।

ଜୁଲାଇ ୪ ରେ ଏହି ଲଘୁଚାପ ଦକ୍ଷିଣ ଓଡ଼ିଶା ଓ ଉତର ଆନ୍ଧ୍ର ପ୍ରଦେଶ ଉପକୂଳରେ ସୃଷ୍ଟି ହୋଇପାରେ ଓ ଏହାର ପ୍ରଭାବରେ ଉପକୂଳ ଓ ଦକ୍ଷିଣ ଓଡ଼ିଶା ଜିଲ୍ଲାଗୁଡ଼ିକରେ ଜୁଲାଇ ୩ ତାରିଖ ରୁ ୫ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆଭ୍ୟନ୍ତରୀଣ ଜିଲ୍ଲାଗୁଡ଼ିକରେ ଜୁଲାଇ ୫ରେ ମଧ୍ୟମରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଜୁଲାଇ ୬ ରୁ ୯ ତାରିଖ ପର୍ଯ୍ୟନ୍ତ ସାରା ରାଜ୍ୟରେ କମ୍ ବୃଷ୍ଟିପାତ ହେବ ବୋଲି ସିଇସି ପକ୍ଷରୁ କୁହାଯାଇଛି ।

ଉତ୍ତର ପଶ୍ଚିମ ବଙ୍ଗୋପ ସାଗର ଏବଂ ଏହାର ଆଖପାଖ ଅଂଚଳଗୁଡ଼ିକରେ ଜୁଲାଇ ୯ ତାରିଖରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି ଓ ଏହା ଫଳରେ ଜୁଲାଇ ୧୦ କିମ୍ବା ୧୧ରେ ମଧ୍ୟ ଏକ ଲଘୁଚାପ ସୃଷ୍ଟି ହେବ ବୋଲି ସିଇସି ପକ୍ଷରୁ ସୂଚନା ମିଳିଛି । ସେହିପରି ଜୁଲାଇ ୯ ତାରିଖରେ ଉତ୍ତର ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବୃଷ୍ଟିପାତର ତୀବ୍ରତା ବୃଦ୍ଧି ପାଇବ ।

Leave A Reply

Your email address will not be published.