ପ୍ରମୁଖ ଖବର

ଦେହରେ ନିଆଁ ଲଗାଇ ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ, ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି
ଅନଲାଇନ ଗେମ୍ ଖେଳିବାକୁ ମନା କରିବାରୁ ଜୀବନ ହାରିଲେ ନାବାଳକ
ରାକ୍ଷୀରେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗ, ପିଉସା ସମେତ ୫ ଅଟକ
ସ୍ୱାଧୀନତା ଦିବସ ପାଇଁ ଜାରି ହେଲା ଟ୍ରାଫିକ୍‌ କଟକଣା
ଭୁବନେଶ୍ୱରର ଘରୋଇ କଲେଜ ପରିସରରେ ଯୁବକଙ୍କ ଆତ୍ମାହୁତି ଉଦ୍ୟମ
ସବୁ ସରକାରୀ କାର୍ଯ୍ୟାଳୟରେ ଲାଗିବ ଏଆଇ କ୍ୟାମେରା
ବିଧାନସଭା ଆଗରେ ୭ ବର୍ଷୀୟ ଝିଅ ସହ ଦମ୍ପତିଙ୍କ ଆତ୍ମହତ୍ୟା ଉଦ୍ୟମ

ସେତୁ ଯୋଜନାରେ ସାମିଲ ହେଲା ୧୦ ପଞ୍ଚାୟତ

0

ଭୁବନେଶ୍ବର: ସେତୁ ଯୋଜନାରେ ସ୍ବାଭିମାନ ଅଞ୍ଚଳରେ ଦ୍ରୁତ ପରିବର୍ତ୍ତନକୁ ଉପଲବ୍‌ଧି କରି ଚିତ୍ରକୋଣ୍ଡା ବ୍ଲକ୍‌ର ଅବଶିଷ୍ଟ ୯ ଗୋଟି ପଞ୍ଚାୟତ ଯଥା – ଆନ୍ଦ୍ରପାଲ୍ଲୀ, ପଣସପୁଟ, ଜୋଡାମ୍ବୋ, ରାଲିଗଡା, ପେପରମେଟଲା, ବଡପଦା, ଗଜଲମାମୁଣ୍ଡି, ଜନ୍ତ୍ରୀ ଓ ଧୁଳିପୁଟ ଏବଂ କୋରୁକୁଣ୍ଡା ବ୍ଳକ୍‌ର ନାକାମାମୁଡି ପଞ୍ଚାୟତ ସହିତ ମୋଟ ୧୦ ଗୋଟି ଅନୁନ୍ନତ ପଞ୍ଚାୟତକୁ ସେତୁ ଯୋଜନାରେ ଅନ୍ତର୍ଭୁକ୍ତ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି । ଏଥି ସହିତ ସେତୁ ଯୋଜନାରେ ବ୍ୟୟ ଅଟକଳ ୫୦ କୋଟିରୁ ୧୦୦ କୋଟିକୁ କରିବା ପାଇଁ ମଧ୍ୟ ସେ ନିର୍ଦ୍ଦେଶ ଦେଇଛନ୍ତି ।

ଚିତ୍ରକୋଣ୍ଡା ବ୍ଳକ୍‌ର ୯ ଗୋଟି ବିଚ୍ଛିନ୍ନାଞ୍ଚଳ ପଞ୍ଚାୟତକୁ ଗୁରୁପ୍ରିୟା ସେତୁ ଦ୍ବାରା ସଂଯୋଗ କରାଯାଇଅଛି, ଯାହା ସ୍ବାଭିମାନ ଅଞ୍ଚଳ ନାମରେ ନାମିତ। ଏହି ଅନୁନ୍ନତ ଅଞ୍ଚଳର ଲୋକମାନଙ୍କର ସାମାଜିକ ଓ ଅର୍ଥନୈତିକ ବିକାଶ ପାଇଁ ସେତୁ ଯୋଜନା ୨୦୧୮ ମସିହାରୁ କାର୍ଯ୍ୟକାରି ହେଉଛି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ୫-ଟି ସଚିବ ଓ ଅନ୍ୟାନ୍ୟ ବରିଷ୍ଠ ପଦାଧିକାରୀ ତା.୨୮.୦୩.୨୦୨୩ରିଖରେ ମାଲକାନଗିରିର ଚିତ୍ରକୋଣ୍ଡା ବ୍ଳକ୍‌ ପରିଦର୍ଶନ କରିଥିଲେ ଓ ଲୋକମାନଙ୍କ ସ୍ବାର୍ଥ, ସେମାନଙ୍କର ଅଭାବ ଅସୁବିଧା ସଂପର୍କରେ ଆଲୋଚନା କରିଥିଲେ ।

ଏହା ବ୍ୟତୀତ ଏହି ଅଞ୍ଚଳର ଶାନ୍ତି ଓ ସୁରକ୍ଷା ପାଇଁ ନିୟୋଜିତ ଅର୍ଦ୍ଧସାମରିକ ବାହିନୀ ପ୍ରତିଷ୍ଠାନର ଭିତ୍ତିଭୂମି ଉନ୍ନତିକରଣ ଓ ସମ୍ପ୍ରସାରଣ ପାଇଁ ସେତୁ ଯୋଜନାରେ ୯ କୋଟି ୬୦ ଲକ୍ଷ ଟଙ୍କା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି ।

Leave A Reply

Your email address will not be published.