ପ୍ରମୁଖ ଖବର

କୁଆଖାଇରେ ଭାସିଯାଇଥିବା ୨ ଯୁବକଙ୍କ ମଧ୍ୟରୁ ଜଣଙ୍କ ମୃତଦେହ ଉଦ୍ଧାର, ଅନ୍ୟ ନିଖୋଜ
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
୧୨ରେ ବଙ୍ଗୋପସାଗରରେ ନୂଆ ଘୂର୍ଣ୍ଣିବଳୟ, ଉତ୍ତର-ଉପକୂଳ ଓଡ଼ିଶାକୁ ରେଡ୍ ୱାର୍ଣ୍ଣିଂ
ଆଇଟି ନିୟମ ହେବ ଅଧିକ କଡ଼ା: ୩ ଘଣ୍ଟାରେ ହଟିବ ବେଆଇନ ଏଆଇ ବିଷୟବସ୍ତୁ
ବ୍ୟାଙ୍କକ ସ୍କୁଲରେ ଗୁଳିକାଣ୍ଡ: ୭ ମୃତ, ୨୦ ଛାତ୍ର ଆହତ
୫୮.୩୬ ଲକ୍ଷ ଭୋଟରଙ୍କୁ ନୋଟିସ୍‌, ୧୨,୫୭୨ ଅଯୋଗ୍ୟ ଘୋଷିତ

ସେତୁ ଯୋଜନାରେ ସାମିଲ ହେଲା ୧୦ ପଞ୍ଚାୟତ

0

ଭୁବନେଶ୍ବର: ସେତୁ ଯୋଜନାରେ ସ୍ବାଭିମାନ ଅଞ୍ଚଳରେ ଦ୍ରୁତ ପରିବର୍ତ୍ତନକୁ ଉପଲବ୍‌ଧି କରି ଚିତ୍ରକୋଣ୍ଡା ବ୍ଲକ୍‌ର ଅବଶିଷ୍ଟ ୯ ଗୋଟି ପଞ୍ଚାୟତ ଯଥା – ଆନ୍ଦ୍ରପାଲ୍ଲୀ, ପଣସପୁଟ, ଜୋଡାମ୍ବୋ, ରାଲିଗଡା, ପେପରମେଟଲା, ବଡପଦା, ଗଜଲମାମୁଣ୍ଡି, ଜନ୍ତ୍ରୀ ଓ ଧୁଳିପୁଟ ଏବଂ କୋରୁକୁଣ୍ଡା ବ୍ଳକ୍‌ର ନାକାମାମୁଡି ପଞ୍ଚାୟତ ସହିତ ମୋଟ ୧୦ ଗୋଟି ଅନୁନ୍ନତ ପଞ୍ଚାୟତକୁ ସେତୁ ଯୋଜନାରେ ଅନ୍ତର୍ଭୁକ୍ତ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି । ଏଥି ସହିତ ସେତୁ ଯୋଜନାରେ ବ୍ୟୟ ଅଟକଳ ୫୦ କୋଟିରୁ ୧୦୦ କୋଟିକୁ କରିବା ପାଇଁ ମଧ୍ୟ ସେ ନିର୍ଦ୍ଦେଶ ଦେଇଛନ୍ତି ।

ଚିତ୍ରକୋଣ୍ଡା ବ୍ଳକ୍‌ର ୯ ଗୋଟି ବିଚ୍ଛିନ୍ନାଞ୍ଚଳ ପଞ୍ଚାୟତକୁ ଗୁରୁପ୍ରିୟା ସେତୁ ଦ୍ବାରା ସଂଯୋଗ କରାଯାଇଅଛି, ଯାହା ସ୍ବାଭିମାନ ଅଞ୍ଚଳ ନାମରେ ନାମିତ। ଏହି ଅନୁନ୍ନତ ଅଞ୍ଚଳର ଲୋକମାନଙ୍କର ସାମାଜିକ ଓ ଅର୍ଥନୈତିକ ବିକାଶ ପାଇଁ ସେତୁ ଯୋଜନା ୨୦୧୮ ମସିହାରୁ କାର୍ଯ୍ୟକାରି ହେଉଛି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ୫-ଟି ସଚିବ ଓ ଅନ୍ୟାନ୍ୟ ବରିଷ୍ଠ ପଦାଧିକାରୀ ତା.୨୮.୦୩.୨୦୨୩ରିଖରେ ମାଲକାନଗିରିର ଚିତ୍ରକୋଣ୍ଡା ବ୍ଳକ୍‌ ପରିଦର୍ଶନ କରିଥିଲେ ଓ ଲୋକମାନଙ୍କ ସ୍ବାର୍ଥ, ସେମାନଙ୍କର ଅଭାବ ଅସୁବିଧା ସଂପର୍କରେ ଆଲୋଚନା କରିଥିଲେ ।

ଏହା ବ୍ୟତୀତ ଏହି ଅଞ୍ଚଳର ଶାନ୍ତି ଓ ସୁରକ୍ଷା ପାଇଁ ନିୟୋଜିତ ଅର୍ଦ୍ଧସାମରିକ ବାହିନୀ ପ୍ରତିଷ୍ଠାନର ଭିତ୍ତିଭୂମି ଉନ୍ନତିକରଣ ଓ ସମ୍ପ୍ରସାରଣ ପାଇଁ ସେତୁ ଯୋଜନାରେ ୯ କୋଟି ୬୦ ଲକ୍ଷ ଟଙ୍କା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି ।

Leave A Reply

Your email address will not be published.