ପ୍ରମୁଖ ଖବର

୭୫ ବର୍ଷରେ ଭେଟେରାନ ଅଭିନେତା ନାନା ପାଟେକରଙ୍କ ପରଲୋକ
ସାଉଦିର ଦୁଇ ବିମାନବନ୍ଦରରେ ହୁତି ଆକ୍ରମଣ, ୩ ମୃତ; ୩୬ ଆହତ
ଏଆଇ ନିୟନ୍ତ୍ରଣ ପାଇଁ ମାସକରେ ଆସିବ ପରାମର୍ଶପତ୍ର
କ୍ୟାନସର ଔଷଧ ଦାମରେ ବଡ଼ ହ୍ରାସ, ୩୦%ରେ ଅଟକିବ ଟ୍ରେଡ୍‌ ମାର୍ଜିନ୍‌
ପାଟନାରେ ତେଜସ୍ୱୀଙ୍କ ସମେତ ୩ ନେତା ଅଟକ
ତିର୍ତ୍ତୋଲରେ ବାଣ ବିସ୍ଫୋରଣ: ବାପ-ପୁଅ ମୃତ, ଶିକ୍ଷକ ଗୁରୁତର
ସାହିତ୍ୟରେ ନୋବେଲ ପାଇଁ ଆନ୍ନେ କାରସନ ମନୋନୀତ
ଜିଏସ୍‌ଟି ନିୟମରେ ବଡ଼ ପରିବର୍ତ୍ତନ, ଛୋଟ ବ୍ୟବସାୟୀଙ୍କୁ ମିଳିବ ଆଶ୍ୱସ୍ତି

ଚନ୍ଦ୍ରୟାନ-୩ ମିଶନର ସଫଳତା ନେଇ ତିରୁପତି ମନ୍ଦିରରେ ପୂଜାର୍ଚ୍ଚନା କରିଛନ୍ତି ଇସ୍ରୋର ବୈଜ୍ଞାନିକ

0

ତିରୁପତି: ଚନ୍ଦ୍ରଯାନ ୩ ପାଇଁ କାଉଣ୍ଟଡାଉନ୍ ଆରମ୍ଭ । ଆସନ୍ତାକାଲି ଅପରାହ୍ଣ ୨ଟା ୩୫ରେ ଶ୍ରୀହରିକୋଟାରୁ ଉତକ୍ଷେପଣ ହେବ। ୨୪ ଘଣ୍ଟା ଧରି ଚାଲିଥିବା ‘ଲଞ୍ଚ ରିହର୍ସାଲ୍’ ଶେଷ ହୋଇଛି ବୋଲି ଇସ୍ରୋ ମଙ୍ଗଳବାର ଟ୍ୱିଟ୍ କରିଛି। ତାପୂର୍ବରୁ ଆନ୍ଧ୍ରପ୍ରଦେଶର ତିରୁପତି ଭେଙ୍କଟଚଲାପାଥି ମନ୍ଦିର ପୂଜାର୍ଚ୍ଚନା କରିଛନ୍ତି ଇସ୍ରୋର ବୈଜ୍ଞାନିକ । ଚନ୍ଦ୍ରୟାନ-୩ ମିଶନର ସଫଳତା ନେଇ କାମ କରିଛନ୍ତି । ଆଜି ଦିନ ଗୋଟାଏରୁ କାଉଣ୍ଟଡାଉନ ଆରମ୍ଭ ହେବ । ସେପଟେ ଇସ୍ରୋର ପ୍ରସ୍ତୁତି ଚୁଡାନ୍ତ ହୋଇଛି । ଏଥରକ ଚନ୍ଦ୍ର ପୃଷ୍ଠରେ ସଫଳ ଲ୍ୟାଣ୍ଡିଂକୁ ଫୋକସ କରାଯାଇଥିବାବେଳେ ଏନେଇ ପୂର୍ବାପେକ୍ଷା ଅଧିକ ଇନ୍ଧନ, ବିଫଳ ନହେବା ପାଇଁ ଅଧିକ ପଦକ୍ଷେପ ଏବଂ ଏକ ବିଶାଳ ଲ୍ୟାଣ୍ଡିଂ ସାଇଟ ପ୍ରସ୍ତୁତ କରାଯାଇଛି । ଲଞ୍ଚର ମାସକ ପରେ ଚନ୍ଦ୍ରୟାନ-୩ ତା’ର କକ୍ଷ ପଥରେ ଅବସ୍ଥାପିତ ହେବ । ତେବେ ଲ୍ୟାଣ୍ଡର ବିକ୍ରମ, ରୋଭର ପ୍ରଜ୍ଞାନ ଅଗଷ୍ଟ ୨୩ରେ ଚନ୍ଦ୍ରରେ ଚନ୍ଦ୍ରୟାନ-୩କୁ ଲ୍ୟାଣ୍ଡ କରିବେ ବୋଲି ଅନୁମାନ କରାଯାଉଛି । ଯଦି ଚନ୍ଦ୍ରଯାନ-୩ ସଫଳ ହୁଏ ତେବେ ଚନ୍ଦ୍ରପୃଷ୍ଠରେ ପାଦ ଥାପିବାରେ ଭାରତ ହୋଇଯିବ ବିଶ୍ୱର ଚତୁର୍ଥ ଦେଶ। ଏହା ପୂର୍ବରୁ ଆମେରିକା, ଚୀନ ଏବଂ ରୁଷିଆ ଚନ୍ଦ୍ରପୃଷ୍ଠରେ ସଫଳ ଅବତରଣ କରିସାରିଛନ୍ତି।

ଆନ୍ଧ୍ର ପ୍ରଦେଶର ଶ୍ରୀହରିକୋଟାସ୍ଥିତ ସତୀଶ ଧାଓ୍ବନ ସ୍ପେସ୍ ଷ୍ଟେସନ ଲଞ୍ଚ ପ୍ୟାଡରେ ଚନ୍ଦ୍ରାୟନ ପହଞ୍ଚି ଇତିମଧ୍ୟରେ ରିହର୍ସାଲ ଶେଷ ହୋଇଛି । LVM-3 ରକେଟ ଯୋଗେ ଚନ୍ଦ୍ରୟାନ-୩ ଉତକ୍ଷେପଣ କରାଯିବ । ଏହି ଅଭିଯାନ ଲାଗି ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ଲ୍ୟାଣ୍ଡର ମଡ୍ୟୁଲ ଯାହାର ନାମ ବିକ୍ରମ, ଏକ ପ୍ରପଲସନ ମଡ୍ୟୁଲ ଓ ଏକ ରୋଭର ଯାହାର ନାମ ପ୍ରଜ୍ଞାନ ପ୍ରସ୍ତୁତ ହୋଇଛି । ଚନ୍ଦ୍ରପୃଷ୍ଠରେ ସେଫ ଓ ସଫ୍ଟ ଲ୍ୟାଣ୍ଡିଂ ସହ ରୋଭିଂକୁ ଅଧିକ ସୁଗମ କରିବା ଚନ୍ଦ୍ରୟାନ-୩ର ଲକ୍ଷ୍ୟ । ଏହା ସହ ଚନ୍ଦ୍ର ପୃଷ୍ଠରେ ରୋଭରର ପ୍ରଦିକ୍ଷଣ, ବିଭିନ୍ନ ବୈଜ୍ଞାନିକ ଗବେଷଣା ଆଦି ଲାଗି ଏହି ଅଭିଯାନ ଉଦ୍ଦିଷ୍ଟ । ୨୦୦୮-୦୯ରେ ହୋଇଥିବା ଚନ୍ଦ୍ରୟାନ-୧ ମିଶନ ଦ୍ବାରା ଚନ୍ଦ୍ର ପୃଷ୍ଠରେ ଜଳର ସନ୍ଧାନ ମିଳିଥିଲା । ମାତ୍ର ୨୦୧୯ ଅଗଷ୍ଟରେ ହୋଇଥିବା ଚନ୍ଦ୍ରୟାନ-୨ ବିଫଳ ହୋଇଥିଲା । କିନ୍ତୁ ଚନ୍ଦ୍ରୟାନ-୨ରେ ଚନ୍ଦ୍ର ପୃଷ୍ଠକୁ ପଠାଯାଇଥିବା ଅର୍ବିଟର ଏବେ ବି ସଫଳତାର ସହ କାର୍ଯ୍ୟ କରୁଛି । ତେବେ ଚନ୍ଦ୍ରପୃଷ୍ଠରେ ଚନ୍ଦ୍ରୟାନ-୩ ସଫ୍ଟ ଲ୍ୟାଣ୍ଡିଂ କରିବ ବୋଲି ଆଶା ପ୍ରକାଶ କରିଛନ୍ତି ଇସ୍ରୋ ମୁଖ୍ୟ ଏସ. ସୋମନାଥ । ଚନ୍ଦ୍ର ପୃଷ୍ଠରେ ଚନ୍ଦ୍ରୟାନ-୩ ସୁରକ୍ଷିତ ଲ୍ୟାଣ୍ଡିଂ କଲେ ଏଭଳି କରିବାରେ ଆମେରିକା, ରୁଷ, ଚୀନ ପରେ ଚତୁର୍ଥ ଦେଶ ହେବ ଭାରତ ।

Leave A Reply

Your email address will not be published.