ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ଯୁକ୍ତ ୩ରେ ନାମ ଲେଖା ପାଇଁ ପ୍ରଥମ ପର୍ଯ୍ୟାୟ କଟ ଅଫ ମାର୍କ ପ୍ରକାଶ

0

ଭୁବନେଶ୍ୱର: ପ୍ରକାଶ ପାଇଛି ଯୁକ୍ତ ୩ରେ ନାମ ଲେଖା ପାଇଁ ପ୍ରଥମ ପର୍ଯ୍ୟାୟ କଟ ଅଫ ମାର୍କ। ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ଆଜି ତାଲିକା ପ୍ରକାଶ ପାଇଥିବା ବେଳେ ଇନଟିଗ୍ରେଟେଡ଼ ବିଏଡ଼ ଥିବା କଲେଜରେ କଟଅଫ ଆଗରେ ରହିଛି। କଳା ଓ ବିଜ୍ଞାନରେ ବିଜେବି ଓ ରେଭେନ୍ସାକୁ ଅନ୍ୟ କଲେଜ ଟପିଥିବା ବେଳେ ବିଜ୍ଞାନରେ ପୁରୀ ଏସସିଏସ କଲେଜର କଟ ଅଫ ଆଗରେ ରହିଛି।

କଳାରେ ବାଲେଶ୍ୱରର ଫକୀରମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଓ ଏମପିସି ସ୍ବୟଂଶାସିତ ମହାବିଦ୍ୟାଳୟ ଆଗରେ ରହିଛନ୍ତି। ପୁରୀ ଏସସିଏସରେ ରସାୟନ ବିଜ୍ଞାନରେ ୯୪.୫୦ ପ୍ରତିଶତ, ଗଣିତରେ ୯୪ ପ୍ରତିଶତ, ଉଦ୍ଭିଦ ବିଜ୍ଞାନରେ ୯୫.୬୦ ପ୍ରତିଶତ, ଏମପିସି ବାରିପଦାରେ ଜୀବ ବିଜ୍ଞାନରେ ୯୪.୮୩ ପ୍ରତିଶତ କଟ-ଅଫ୍ ରହିଛି

ସେହିପରି ଫକୀରମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଓ ଏମପିସି ସ୍ବୟଂଶାସିତ ମହାବିଦ୍ୟାଳୟରେ ରାଜନୀତି ବିଜ୍ଞାନରେ କଟ୍-ଅଫ୍ ୯୧.୮୩ ପ୍ରତିଶତ ରହିଛି। ବାଣିଜ୍ୟରେ ରେଭେନ୍ସା ବିଶ୍ୱବିଦ୍ୟାଳୟ(୮୬.୮୩ ପ୍ରତିଶତ), ବିଜେବି ସ୍ବୟଂଶାସିତ ମହାବିଦ୍ୟାଳୟ(୮୫.୮୩ପ୍ରତିଶତ), ଜେକେବିକେ କଲେଜ(୮୧ ପ୍ରତିଶତ) କଟ ଅଫ ମାର୍କ ରହିଛି।

Leave A Reply

Your email address will not be published.