ପ୍ରମୁଖ ଖବର

ଲୋକସେବା ଭବନରେ ରିଲ୍ସ କଲେ ନିଆଯିବ କଡା କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ
ଖଣ୍ଡଗିରି ମାଘ ମେଳାରେ ଲାଗିବ ୧୦୦ଟି ସିସିଟିଭି, ହେବନି ଅଶ୍ଳୀଳ ନୃତ୍ୟ
ବସ୍ ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା: ୩ ମୃତ
ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ପରଲୋକ
ବୋଲେରୋ-ସ୍କୁଟି ଧକ୍କାରେ ନାବାଳକ ମୃତ: ୪ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଯୁକ୍ତ ୩ରେ ନାମ ଲେଖା ପାଇଁ ପ୍ରଥମ ପର୍ଯ୍ୟାୟ କଟ ଅଫ ମାର୍କ ପ୍ରକାଶ

0

ଭୁବନେଶ୍ୱର: ପ୍ରକାଶ ପାଇଛି ଯୁକ୍ତ ୩ରେ ନାମ ଲେଖା ପାଇଁ ପ୍ରଥମ ପର୍ଯ୍ୟାୟ କଟ ଅଫ ମାର୍କ। ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ଆଜି ତାଲିକା ପ୍ରକାଶ ପାଇଥିବା ବେଳେ ଇନଟିଗ୍ରେଟେଡ଼ ବିଏଡ଼ ଥିବା କଲେଜରେ କଟଅଫ ଆଗରେ ରହିଛି। କଳା ଓ ବିଜ୍ଞାନରେ ବିଜେବି ଓ ରେଭେନ୍ସାକୁ ଅନ୍ୟ କଲେଜ ଟପିଥିବା ବେଳେ ବିଜ୍ଞାନରେ ପୁରୀ ଏସସିଏସ କଲେଜର କଟ ଅଫ ଆଗରେ ରହିଛି।

କଳାରେ ବାଲେଶ୍ୱରର ଫକୀରମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଓ ଏମପିସି ସ୍ବୟଂଶାସିତ ମହାବିଦ୍ୟାଳୟ ଆଗରେ ରହିଛନ୍ତି। ପୁରୀ ଏସସିଏସରେ ରସାୟନ ବିଜ୍ଞାନରେ ୯୪.୫୦ ପ୍ରତିଶତ, ଗଣିତରେ ୯୪ ପ୍ରତିଶତ, ଉଦ୍ଭିଦ ବିଜ୍ଞାନରେ ୯୫.୬୦ ପ୍ରତିଶତ, ଏମପିସି ବାରିପଦାରେ ଜୀବ ବିଜ୍ଞାନରେ ୯୪.୮୩ ପ୍ରତିଶତ କଟ-ଅଫ୍ ରହିଛି

ସେହିପରି ଫକୀରମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଓ ଏମପିସି ସ୍ବୟଂଶାସିତ ମହାବିଦ୍ୟାଳୟରେ ରାଜନୀତି ବିଜ୍ଞାନରେ କଟ୍-ଅଫ୍ ୯୧.୮୩ ପ୍ରତିଶତ ରହିଛି। ବାଣିଜ୍ୟରେ ରେଭେନ୍ସା ବିଶ୍ୱବିଦ୍ୟାଳୟ(୮୬.୮୩ ପ୍ରତିଶତ), ବିଜେବି ସ୍ବୟଂଶାସିତ ମହାବିଦ୍ୟାଳୟ(୮୫.୮୩ପ୍ରତିଶତ), ଜେକେବିକେ କଲେଜ(୮୧ ପ୍ରତିଶତ) କଟ ଅଫ ମାର୍କ ରହିଛି।

Leave A Reply

Your email address will not be published.