ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ଫୁଲୁଛି ଯମୁନା: ଭାସୁଛି ରାଜଧାନୀ ଦିଲ୍ଲୀ

0

ନୂଆଦିଲ୍ଲୀ:  ଯମୁନା ନଦୀରେ ବନ୍ୟା ଯୋଗୁଁ ଭାସୁଛି ରାଜଧାନୀ ଦିଲ୍ଲୀ । ବିଭିନ୍ନ ରାସ୍ତା ଉପରେ ନଈ ଭଳି ପାଣିର ସୁଅ ଛୁଟୁଛି ନଦୀ ଜଳସ୍ତର ବଢ଼ିବାରୁ ଦିଲ୍ଲୀରେ ସମସ୍ତ ସ୍କୁଲ୍‌ ଏବଂ କଲେଜ ଆସନ୍ତା ରବିବାର ପର୍ଯ୍ୟନ୍ତ ବନ୍ଦ ରହିଛି। ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଦିଲ୍ଲୀ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷଙ୍କ ସହ ବୈଠକ କରିବାପରେ ରାଜ୍ୟରେ ସମସ୍ତ ସ୍କୁଲ୍‌ ଏବଂ କଲେଜ ବନ୍ଦ କରିବାପାଇଁ ନିର୍ଦ୍ଦେଶ ଦେଇଛନ୍ତି।

ସେହିପରି ଏମର୍ଜେନ୍ସି ‌ସେବା ବ୍ୟତୀତ ଅନ୍ୟ ସମସ୍ତ ସରକାରୀ ଅଫିସ ମଧ୍ୟ ବନ୍ଦ ରହିବ। ଘରୋଇ ଅଫିସଗୁଡ଼ିକ ୱାର୍କ ଫ୍ରମ ହୋମ୍‌ ଫର୍ମୁଲାରେ ଚାଲିବାପାଇଁ ନିର୍ଦ୍ଦେଶ ଦିଆଯାଇଛି।। ସେହିପରି ଏମରଜେନ୍ସି ସେବା ବ୍ୟତୀତ ଅନ୍ୟ ସମସ୍ତ ସରକାରୀ ଅଫିସ ବନ୍ଦ ରହିବ । ଘରୋଇ ଅଫିସଗୁଡ଼ିକ ୱାର୍କ ଫ୍ରମ ହୋମ୍ ଫର୍ମୁଲାରେ ଚାଲିବାପାଇଁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀରେ ବନ୍ୟା ସ୍ଥିତି ମୁକାବିଲା ପାଇଁ ୧୨ ଏନଡିଆରଏଫ୍ ଟିମ୍ ମୁତୟନ ହୋଇଛନ୍ତି ।

ବିଭିନ୍ନ ମେଡିକାଲରେ ପାଣି ପଶିଯିବାରୁ ରୋଗୀମାନଙ୍କୁ ଅନ୍ୟତ୍ର ସ୍ଥାନାନ୍ତର କରାଯାଇଛି । ଉତ୍ତର ଦିଲ୍ଲୀରେ ଏକ ସରକାରୀ ପରିଚାଳିତ ଟ୍ରମା ସେଣ୍ଟରରେ ପାଣି ପଶିଯିବାରୁ ୪୦ ରୋଗୀଙ୍କୁ ଏଠାରୁ ଏଲଏନଜେପି ହସ୍ପିଟାଲକୁ ସ୍ତାନାନ୍ତର କରାଯାଇଛି । ଦିଲ୍ଲୀ ବିଧାନସଭା ନିକଟରୁ ମାତ୍ର ୩୫୦ ମିଟର ଦୂରରେ ନଦୀ ଜଳ ପହଞ୍ଚି ସାରିଛି । ଏପରିକି ସୁପ୍ରିମକୋର୍ଟ ନିକଟରେ ମଧ୍ୟ ପହଞ୍ଚିବାକୁ ଗଲାଣି ପାଣି । 

Leave A Reply

Your email address will not be published.