ପ୍ରମୁଖ ଖବର

ଆଜି ଆସୁଛନ୍ତି ମୋଦୀ: ରାତି ୮.୩୦ରେ ଜନପଥରେ ରୋଡ୍‌ ସୋ’, ଶନିବାର କନ୍ଧମାଳ, ବଲାଙ୍ଗୀର ଓ ବରଗଡ଼ରେ ଜନସଭା
ଆଜି ଅକ୍ଷୟ ତୃତୀୟା: ରଥଯାତ୍ରା ପାଇଁ ଅନୁକୂଳ ହେବ ରଥକାଠ, ଆଜିଠୁ ୨୧ ଦିନ ଧରି ନରେନ୍ଦ୍ର ପୁଷ୍କରିଣୀରେ ଚାପ ଖେଳିବେ ମହାପ୍ରଭୁ
ଆଜି ପବିତ୍ର ଅକ୍ଷୟ ତୃତୀୟା,ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ଆରମ୍ଭ ହେବ ରଥ ନିର୍ମାଣ କାର୍ଯ୍ୟ
ଶ୍ରୀଲିଙ୍ଗରାଜ ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା ଆରମ୍ଭ, ଏହି ଅବସରରେ ଶ୍ରୀଲିଙ୍ଗରାଜ, ମା’ ପାର୍ବତୀ, ମା’ ଦୁର୍ଗା ଓ ବାସୁଦେବ ବିନ୍ଦୁସାଗରରେ ଖେଳିବେ ଚାପ
ସମ୍ବଲପୁର ଶୀତଳଷଷ୍ଠୀ; ଆଜି ଥାଳ ଉଠା ସହ କରାଯିବ କନ୍ୟା ମାତା ପିତା ଚୟନ
ଆଜିଠୁ ଖୋଲିବ କେଦାରନାଥ ଧାମ, ୪୦ କ୍ୱିଣ୍ଟାଲ ଫୁଲରେ ସଜା ହୋଇଛି ମନ୍ଦିର
ନ୍ଦ୍ରାପଡ଼ା ଲୋକସଭା କ୍ଷେତ୍ର ପାଇଁ ଆଜି ନାମାଙ୍କନ ପତ୍ର ଦାଖଲ କରିବେ ବିଜେପି ସାଂସଦ ପ୍ରାର୍ଥୀ ବୈଜୟନ୍ତ ପଣ୍ଡା

ସଫଳତାର ସହ ଚନ୍ଦ୍ରଯାନ-୩ ଉତକ୍ଷେପଣ କଲା ଭାରତ

0

ଶ୍ରୀହରିକୋଟା: ଆନ୍ଧ୍ରପ୍ରଦେଶ ଶ୍ରୀହରିକୋଟାର ସତୀଶ ଧାଓ୍ବନ ସ୍ପେସ୍ ସେଣ୍ଟରରୁ ସଫଳତାର ସହ ଚନ୍ଦ୍ରଯାନ-୩ ଉତକ୍ଷେପଣ କଲା ଭାରତ । ଦିନ ୨ଟା ୩୫ରେ ଦ୍ବିତୀୟ ଲଞ୍ଚପ୍ୟାଡରୁ GSLV-3 ହେଭି ଲିଫ୍ଟ ଲଞ୍ଚ ଭେହିକିଲରେ ଚନ୍ଦ୍ରଯାନର ସଫଳ ଲଞ୍ଚିଂ କରାଯାଇଥିବା ସୂଚନା ଦେଇଛନ୍ତି ଇସ୍ରୋ ମୁଖ୍ୟ ଏସ. ସୋମନାଥ । ତିନିଟି ସୋପାନ ସଫଳତାର ସହ ଅତିକ୍ରମ କରିଛି ଚନ୍ଦ୍ରଯାନ-ଥ୍ରୀ । ଭୂପୃଷ୍ଠ ଛାଡ଼ିବାର ୧୬ ମିନିଟ ପରେ ଏହା କକ୍ଷପଥରେ ଅବସ୍ଥାପିତ ହୋଇଛି । ୨୩ ଅଗଷ୍ଟରେ ଚନ୍ଦ୍ରପୃଷ୍ଠରେ ଏହାର ଲ୍ୟାଣ୍ଡିଂ ପ୍ରକ୍ରିୟା ଆରମ୍ଭ ହେବ । ସାଉଥ୍‌ ପୋଲରେ ଲ୍ୟାଣ୍ଡର ବିକ୍ରମ ସଫ୍ଟ ଲ୍ୟାଣ୍ଡିଂ କରିବ । ଚନ୍ଦ୍ରଯାନ-୩ର ସଫଳ ଲଞ୍ଚିଂ ପରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ଇସ୍ରୋ ମୁଖ୍ୟ ।

ଇସ୍ରୋ ମୁଖ୍ୟ ଏସ.ସୋମନାଥ କହିଛନ୍ତି ଯେ ଚନ୍ଦ୍ରଯାନ ଚନ୍ଦ୍ର ଅଭିମୁଖେ ଯାତ୍ରା ଆରମ୍ଭ କରିସାରିଛି । ଏହି ମିସନ ମାଧ୍ୟମରେ ଚନ୍ଦ୍ର ଉପରେ ପୃଥିବୀର ବିକିରଣର ଅଧ୍ୟୟନ କରାଯିବ । ସେହିପରି ଚନ୍ଦ୍ର ପୃଷ୍ଠର ମାଟି ଓ ଧୂଳିର ଅଧ୍ୟୟନ ବି କରାଯିବ । ଯଦି ଚନ୍ଦ୍ରଯାନ-୩ ସଫ​ଳତାର ସହ ଚନ୍ଦ୍ରରେ ଅବତରଣ କରେ, ତେବେ ଏହା କରିବାରେ ଭାରତ ଚତୁର୍ଥ ଦେଶ ହୋଇଯିବ। ଏହା ପୂର୍ବରୁ ଆମେରିକା, ରୁଷିଆ ଓ ଚାଇନା ନିଜର ମହାକାଶଯାନକୁ ଚନ୍ଦ୍ରରେ ଅବତରଣ କରିସାରିଛନ୍ତି।

ଚନ୍ଦ୍ରଯାନ-୩ ମହାକାଶଯାନରେ ୩ଟି ଲ୍ୟାଣ୍ଡର/ରୋଭର ଏବଂ ପ୍ରୋପଲସନ ମଡ୍ୟୁଲ ରହିଛି । ପ୍ରାୟ ୪୦ ଦିନ ପରେ ଅର୍ଥାତ୍ ଅଗଷ୍ଟ ୨୩ କିମ୍ବା ୨୪ତାରିଖରେ ଚନ୍ଦ୍ରଯାନ-୩ର ଲ୍ୟାଣ୍ଡର ଓ ରୋଭର ଚନ୍ଦ୍ରର ଦକ୍ଷିଣ ମେରୁରେ ଅବତରଣ କରିବେ । ଦୁହେଁ ୧୪ ଦିନ ଧରି ଚନ୍ଦ୍ରର କକ୍ଷପଥରେ ପରିକ୍ରମଣ କରିବା ପରେ ଚନ୍ଦ୍ରପୃଷ୍ଠରେ ଓହ୍ଲାଇବେ । କିନ୍ତୁ ପ୍ରୋପଲସନ ମଡ୍ୟୁଲ ଚନ୍ଦ୍ରର ପରିକ୍ରମଣ କରି ଚନ୍ଦ୍ରକୁ ପୃଥିବୀକୁ ଆସୁଥିବା ବିକିରଣ ଉପରେ ଅଧ୍ୟୟନ କରିବ ।

Leave A Reply

Your email address will not be published.