ପ୍ରମୁଖ ଖବର

୨୦୩୬ ସୁଦ୍ଧା ୫୦୦ ବିଲିୟନ ଡଲାର ଛୁଇଁବ ଓଡ଼ିଶାର ଅର୍ଥନୀତି: ମୁଖ୍ୟମନ୍ତ୍ରୀ
ଭୁବନେଶ୍ଵରରେ ମହାକାଶଚାରୀ ଶୁଭାଂଶୁ ଶୁକ୍ଳା
ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଏଆରଆଇ
ଶ୍ରୀରାମ ମନ୍ଦିରରେ ଉଡ଼ିଲା ଧର୍ମଧ୍ୱଜା

ସାମ୍ବାଦିକଙ୍କ ସ୍ବାସ୍ଥ୍ୟ ବୀମା ଦୁଇ ଲକ୍ଷରୁ ୫ ଲକ୍ଷ ଟଙ୍କାକୁ ବୃଦ୍ଧି

0

ଭୁବନେଶ୍ୱର: ସାମ୍ବାଦିକଙ୍କ ସ୍ବାସ୍ଥ୍ୟ ବୀମା ଦୁଇ ଲକ୍ଷରୁ ୫ ଲକ୍ଷ ଟଙ୍କାକୁ ବୃଦ୍ଧି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କାର୍ଯ୍ୟରତ ସାମ୍ବାଦିକମାନଙ୍କ ପାଇଁ କାର୍ଯ୍ୟକାରୀ ହୋଇଥିବା ଗୋପବନ୍ଧୁ ସ୍ବାସ୍ଥ୍ୟ ବୀମା ଯୋଜନାରେ ବୀମା ରାଶିର ପରିମାଣ ଦୁଇ ଲକ୍ଷ ଟଙ୍କାରୁ ୫ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯିବା ନେଇ ଘୋଷଣା କରାଯାଇଛି ।

ଏହା ଦ୍ବାରା ରାଜ୍ୟର ୮ ହଜାର ୭୧୭ କାର୍ଯ୍ୟରତ ସାମ୍ବାଦିକ ଓ ତାଙ୍କ ପରିବାର ଉପକାର ପାଇବେ । ଗୋପବନ୍ଧୁ ସ୍ବାସ୍ଥ୍ୟ ବୀମା ଯୋଜନାରେ କାର୍ଯ୍ୟରତ ସାମ୍ବାଦିକ ଓ ତାଙ୍କ ପରିବାରକୁ ଦୁଇ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ମିଳୁଥିଲା । ବର୍ତ୍ତମାନ ଏହା ପାଞ୍ଚ ଲକ୍ଷ ଟଙ୍କାକୁ ବୃଦ୍ଧି ପାଇବା ଦ୍ୱାରା ସାମ୍ବାଦିକ ଓ ତାଙ୍କ ପରିବାର ଉନ୍ନତ ଚିକିତ୍ସା ସେବା ପାଇ ପାରିବେ।

Leave A Reply

Your email address will not be published.