ପ୍ରମୁଖ ଖବର

ପଶ୍ଚିମବଙ୍ଗରେ ଟିଏମସି ସାଂସଦଙ୍କ ବାପି ହଲଦରଙ୍କ ଅଫିସ ଉପରେ ଆକ୍ରମଣ
ଚେତାବନୀ ସତ୍ତ୍ୱେ କାନାଡାରେ ପୁଣି ଅଦିନିଆ ରଥଯାତ୍ରା, ଇସ୍କନକୁ ନେଇ ବଢ଼ିଲା ବିବାଦ
ମମତାଙ୍କ ବୈଠକକୁ ଆସିଲେନି ଟିଏମସିର ୬୦ ବିଧାୟକ
୩ ମାସ ମଧ୍ୟରେ ୫ ହଜାର ନର୍ସିଂ ପଦବୀ ପୂରଣ, ଖୁବ୍‌ଶୀଘ୍ର ବିଜ୍ଞପ୍ତି: ସ୍ୱାସ୍ଥ୍ୟମନ୍ତ୍ରୀ
ପୁଣି ବଢ଼ିଲା ବାଣିଜ୍ୟିକ ଏଲପିଜି ସିଲିଣ୍ଡର ଦର

ଓଡିଶାକୁ ମିଳିଲା ଶ୍ରେଷ୍ଠ ରାଜ୍ୟ ଭାବେ ‘ଭୂମି ସମ୍ମାନ’ ପୁରସ୍କାର

0

ନୂଆଦିଲ୍ଲୀ: ମଙ୍ଗଳବାର ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନ ପରିସରରେ ଭାରତ ସରକାରଙ୍କ ଗ୍ରାମୀଣ ବିକାଶ ମନ୍ତ୍ରଣାଳୟ ତରଫରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ କରକମଲରେ ଭୂମି ସଂସ୍କାର କ୍ଷେତ୍ରରେ ଭାରତର ଶ୍ରେଷ୍ଠ ୭୫ ଜିଲ୍ଲାକୁ ଭୂମି ସମ୍ମାନ ପୁରସ୍କାର ପ୍ରଦାନ କରାଯାଇଛି। ଡିଜିଟାଲ୍‌ ଇଣ୍ଡିଆ ଲ୍ୟାଣ୍ଡ ରେକର୍ଡ ଆଧୁନିକୀକରଣ କାର୍ଯ୍ୟକ୍ରମ (ଡିଆଇଏଲ୍‌ଆର୍‌ଏମ୍‌ପି)ର ଲକ୍ଷ୍ୟଗୁଡ଼ିକୁ ପୂରଣ କରିବା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଓଡ଼ିଶାକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭାରତର ଶ୍ରେଷ୍ଠ ରାଜ୍ୟ ଭାବେ ‘ଭୂମି ସମ୍ମାନ’ ପୁରସ୍କାର ପ୍ରଦାନ କରିଛନ୍ତି ।

ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନଠାରେ ଅନୁଷ୍ଠିତ ଏକ ବର୍ଣ୍ଣାଢ଼୍ୟ କାର୍ଯ୍ୟକ୍ରମରେ ଓଡ଼ିଶାକୁ ଏହି ପୁରସ୍କାର ପ୍ରଦାନ କରାଯାଇଛି । ଦେଶର ସମୁଦାୟ ୭୬୬ ଜିଲ୍ଲା ମଧ୍ୟରୁ ୬୮ଟି ଜିଲ୍ଲାକୁ ଡିଆଇଏଲ୍‌ଆର୍‌ଏମ୍‌ପି ଅନ୍ତର୍ଗତ ଛଅଗୋଟି ବର୍ଗରେ ପ୍ଲାଟିନମ୍‌ ପୁରସ୍କାର ମିଳିଛି । ତନ୍ମଧ୍ୟରୁ ଓଡ଼ିଶାର ୧୯ଟି ଜିଲ୍ଲା ଏହି ପୁରସ୍କାର ପାଇବା ସମଗ୍ର ଓଡ଼ିଶାବାସୀଙ୍କ ପାଇଁ ଗୌରବର ବିଷୟ ।

ଓଡ଼ିଶାର ଅନୁଗୁଳ, ବୌଦ୍ଧ, ବରଗଡ, ଭଦ୍ରକ, ଦେଓଗଡ, ଢେଙ୍କାନାଳ, ଗଜପତି, ଗଂଜାମ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡା, କେନ୍ଦୁଝର, ଖୋର୍ଦ୍ଧା, କୋରାପୁଟ, ନବରଙ୍ଗପୁର, ନୟାଗଡ, ନୂଆପଡା, ରାୟଗଡା ଓ ସମ୍ବଲପୁର ଆଦି ୧୯ଟି ଜିଲ୍ଲା ଏହି ପ୍ଲାଟିନମ ପୁରସ୍କାର ନିମନ୍ତେ ବିବେଚିତ ହୋଇଥିଲେ । ରାଷ୍ଟ୍ରପତି ଏହି ଜିଲ୍ଲାମାନଙ୍କର ଜିଲ୍ଲାପାଳ ବା ଅତିରିକ୍ତ ଜିଲ୍ଲାପାଳମାନଙ୍କୁ ‘ଭୂମି ସମ୍ମାନ’ ପୁରସ୍କାର ପ୍ରଦାନ କରିଥିଲେ ।

ଭୂମି ସଂସ୍କାର ନିମନ୍ତେ ଜିଲ୍ଳାରେ ନିଆଯାଇଥିବା ତ୍ୱରିତ ଓ ସଫଳ କାର୍ଯ୍ୟକ୍ରମ ପାଇଁ ଯଥା- ଜମି ପଟ୍ଟାର କମ୍ପୁଟରୀକରଣ, ଜମି ରେଜିଷ୍ଟ୍ରେସନ କାର୍ଯ୍ୟକ୍ରମର ସରଳୀକରଣ ଓ ସ୍ଵଚ୍ଛତା ଅନୁପାଳନ, ଆଧୁନିକ ରେକର୍ଡ଼ ରୁମ ପରିଚାଳନା ଓ ଜମି ଜମା କାଗଜ ପତ୍ରର ସ୍କାନିଂ ଏବଂ କମ୍ପୁଟରୀକରଣ, ତହସିଲ ଓ ରେଜିଷ୍ଟ୍ରେସନ କାର୍ଯ୍ୟଳୟ ମଧ୍ୟରେ ସଂଯୋଜନା ପ୍ରଭୃତି କ୍ଷେତ୍ରରେ ଗଞ୍ଜାମ ଜିଲ୍ଲାର ୨୩ ଗୋଟି ତହସିଲରେ ଆଶାନୁରୂପକ ଉନ୍ନତି ପ୍ରଦର୍ଶନ ସହ ସଫଳତା ହାସଲ କରିଥିବା ହେତୁ ଭାରତ ସରକାରଙ୍କ ତରଫରୁ ଏହି ସମ୍ମାନ ରାଷ୍ଟ୍ରପତିଙ୍କ ଦ୍ୱାରା ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନ ପରିସରରେ ଏକ ବର୍ଣ୍ଣାଢ୍ୟ ଉତ୍ସବରେ ପ୍ରଦାନ କରାଯାଇଛି।

Leave A Reply

Your email address will not be published.