ପ୍ରମୁଖ ଖବର

ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ, ଅଳ୍ପକେ ବର୍ତ୍ତିଲେ ମନ୍ତ୍ରୀ
ୟୁନିଟ୍-୧ ହାଟରେ ଲାଗିବ ଅତ୍ୟାଧୁନିକ ଫାୟାର ଫାଇଟିଂ ସିଷ୍ଟମ, ଅଗ୍ନିକାଣ୍ଡ ରୋକିବାକୁ ବିଏମସିର ମେଗା ପ୍ଲାନ
ଆଇଏସ୍‌ଆଇ ସହ ଲିଙ୍କ୍‌: ଦିଲ୍ଲୀରେ ଆଉ ୫ ଆତଙ୍କବାଦୀ ଗିରଫ
ପ୍ରବଳ ଖରା ପାଇଁ ଖୋର୍ଦ୍ଧାରେ ୧୯ରୁ ୨୫ ଜୁନ୍ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ
ଦୀର୍ଘକାଳୀନ ଅନୁପସ୍ଥିତ ଡାକ୍ତରଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
୨୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଲେ ଡେଲାଙ୍ଗ ଫରେଷ୍ଟର୍
ବିଜେପି ନେତାଙ୍କ ସହ ୩ ଜଣଙ୍କୁ ଜୀଅନ୍ତା ପୋଡ଼ିଦେଲେ ଦୁର୍ବୃତ୍ତ

ଚତୁର୍ଥ ପର୍ଯ୍ୟାୟ ୫-ଟି ସ୍କୁଲ ରୂପାନ୍ତର ନକ୍‌ସା ପ୍ରସ୍ତୁତ

0
  • ଛାତ୍ରଛାତ୍ରୀ, ପ୍ରଧାନଶିକ୍ଷକ, ସରପଞ୍ଚ ଓ ଅନ୍ୟମାନଙ୍କ ସହ 5T ସଚିବଙ୍କ ଆଲୋଚନା ଆରମ୍ଭ,

ଭୁବନେଶ୍ୱର: ୫-ଟି ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ, ଛାତ୍ରଛାତ୍ରୀ ତଥା ଅଭିବାବକମାନଙ୍କ ମଧ୍ୟରେ ବିପୁଳ ଉତ୍ସାହ ସୃଷ୍ଟି କରିଛି। ସ୍କୁଲ ଭିତ୍ତିଭୂମିର ରୂପାନ୍ତର ସହିତ ପାଠ ପଢିବା ପାଇଁ ନୂତନ ସୁବିଧା ସୁଯୋଗର ବିକାଶ ଯଥା ଇ-ଲାଇବ୍ରେରୀ, ଅଧୁନିକ ବିଜ୍ଞାନାଗାର, ସ୍ମାର୍ଟ କ୍ଲାସ ରୁମ ଇତ୍ୟାଦି ପିଲାମାନଙ୍କ ଭିତରେ ପାଠ ପଢିବା ପାଇଁ ଆଗ୍ରହ ସୃଷ୍ଟି କରିଥିବା ପରିଲକ୍ଷିତ ହେଉଛି। ଏ ପର୍ଯ୍ୟନ୍ତ ରାଜ୍ୟରେ ତିନୋଟି ପର୍ଯ୍ୟାୟରେ ୬୮୮୩ ହାଇସ୍କୁଲ ରୂପାନ୍ତର କାମ ସମ୍ପୂର୍ଣ୍ଣ ହୋଇଛି। ଡିସେମ୍ବର ୨୦୨୩ ସୁଦ୍ଧା ରାଜ୍ୟର ସମସ୍ତ ୮୬୫୪ ସରକାରୀ ହାଇସ୍କୁଲଗୁଡିକରେ ରୂପାନ୍ତର କାମ ଶେଷ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି।

ଏ ପରିପେକ୍ଷୀରେ ୫-ଟି ସଚିବ ଶ୍ରୀ ଭି.କେ. ପାଣ୍ଡିଆନ ଗତକାଲି ଓ ଆଜି ଦୁଇଦିନ ଧରି ଗଂଜାମ, ବରଗଡ, କେନ୍ଦୁଝର, କଟକ, ମୟୁରଭଞ୍ଜ, ମାଲକାନଗିର, ପୁରୀ, ଗଜପତି, ଢେଙ୍କାନାଳ ଆଦି ୯ଟି ଜିଲ୍ଲାର ୧୦୧ଟି ବ୍ଲକର ଓ ୨ଟି ମୁନିସିପାଲିଟି କର୍ପୋରେସନର ୭୫୨ଟି ହାଇସ୍କୁଲର ପ୍ରଧାନଶିକ୍ଷକ, ଛାତ୍ରଛାତ୍ରୀ, ପୁରାତନ ଛାତ୍ରଛାତ୍ରୀ, ସରପଞ୍ଚ ଓ ସ୍କୁଲ ପରିଚାଳନା କମିଟିର ସଦସ୍ୟମାନଙ୍କ ସହିତ ମାରାଥନ ବୈଠକ କରି ସେମାନଙ୍କ ସ୍କୁଲରେ ୫-ଟି ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ କିଭଳି କାର୍ଯ୍ୟକାରୀ କରାଯିବ ସେ ସମ୍ପର୍କରେ ବିସ୍ତୃତ ଆଲୋଚନା କରିଛନ୍ତି। ଆଲୋଚନା ସମୟରେ ଛାତ୍ରଛାତ୍ରୀମାନେ ବିଶେଷ ଭାବରେ ଅଂଶ ଗ୍ରହଣ କରିଥିଲେ। ସେମାନଙ୍କ ଆବଶ୍ୟକତା ସମ୍ପର୍କରେ ଖୋଲା ମତ ପୋଷଣ କରିଥିଲେ।

ସୂଚନାଯୋଗ୍ୟ ଯେ, ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନ ମଣ୍ଡଳୀ ହିଁଜଳି ଶେରଗଡରୁ ୨୦୨୧ ମସିହାରୁ ଆରମ୍ଭ ହୋଇଥିଲା ୫-ଟି ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ। ତିନୋଟି ପର୍ଯ୍ୟାୟରେ ସାରା ରାଜ୍ୟରେ ୬୮୮୩ ଟି ହାଇସ୍କୁଲର ରୂପାନ୍ତର ପ୍ରକ୍ରିୟା ସମ୍ପୂର୍ଣ୍ଣ ହୋଇଛି । ଚତୁର୍ଥ ପର୍ଯ୍ୟାୟରେ ୧୭୭୧ ହାଇସ୍କୁଲ ରୂପାନ୍ତର ଏହି ପ୍ରକ୍ରିୟାକୁ ଚୁଡାନ୍ତ ରୂପ ଦେବ। ରାଜ୍ୟର ସମସ୍ତ ୮୬୫୪ ଟି ହାଇସ୍କୁଲ ର ଭିତ୍ତିଭୂମି ରୂପାନ୍ତର ସମ୍ପୂର୍ଣ୍ଣ ହେବ। ୫-ଟି ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ ଆଜି ଅନ୍ୟ ରାଜ୍ୟମାନଙ୍କ ପାଇଁ ଏକ ମଡେଲ ହେବା ସଙ୍ଗେ ସଙ୍ଗେ ସରକାରୀ ଶିକ୍ଷାନୁଷ୍ଠାନ ପ୍ରତି ଛାତ୍ରଛାତ୍ରୀ ତଥା ଅଭିବାବକଙ୍କ ଆଗ୍ରହ ବୃଦ୍ଧିରେ ସହାୟକ ହୋଇପାରିଛି।

Leave A Reply

Your email address will not be published.