ପ୍ରମୁଖ ଖବର

ୟୁପିଆଇ କାରବାରରେ ନୂଆ ଶୁଳ୍କ ଲାଗୁ ନେଇ ଅନିଶ୍ଚିତତା, ୨୦୨୭ ଯାଏଁ ଘୁଞ୍ଚିପାରେ ତାରିଖ
ନନ୍ଦିଗ୍ରାମରେ ବିଜେପିର ବଡ଼ ବିଜୟ, ୧.୨୨ ଲକ୍ଷ ଭୋଟରେ ଜିତିଲେ ହସିରାଣୀ
ମୋଦିଙ୍କ ନାମରେ ନାମିତ ହେବ ଜେୱର ଅନ୍ତର୍ଜାତୀୟ ବିମାନବନ୍ଦର
ଭାରତୀୟ ପାଇଲଟ୍ ସ୍ମିତ୍ ମଚ୍ଛରଙ୍କୁ ଇସ୍ରାଏଲର ସର୍ବୋଚ୍ଚ ବୀରତ୍ୱ ସମ୍ମାନ

ସିବିଏସଇ ସ୍କୁଲରେ ଓଡିଆ ସମେତ ଅନ୍ୟ ଆଞ୍ଚଳିକ ଭାଷାରେ ପଢ଼ା ଯିବ ପାଠ

0

ଭୁବନେଶ୍ବର: ଏଣିକି ସିବିଏସଇ ସ୍କୁଲରେ ଓଡିଆ ଓ ଆଞ୍ଚଳିକ ଭାଷାରେ ପାଠ ପଢ଼ି ପାରିବେ ଛାତ୍ରଛାତ୍ରୀ । ଏହି ସୂଚନା ଦେଇଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । କହିଛନ୍ତି, ସିବିଏସଇ ଅନୁବନ୍ଧିତ ସବୁ ସ୍କୁଲରେ ଆଞ୍ଚଳିକ ଭାଷାରେ ପାଠପଢ଼ା ଲାଗି ସିବିଏସଇ ସର୍କୁଲାର ଜାରି କରିଛି । ଆଜି ଯାଏଁ ସିବିଏସଇ ସ୍କୁଲରେ କେବଳ ଇଂରାଜୀ ଓ ହିନ୍ଦୀରେ ପଢ଼ାଇବାର ବ୍ୟବସ୍ଥା ଥିଲା । ଏବେ ପ୍ରଥମରୁ ଦ୍ଵାଦଶ ଶ୍ରେଣୀ ଯାଏଁ ପାଠ୍ୟକ୍ରମ ଏ ଦୁଇ ଭାଷା ସମେତ ଓଡ଼ିଆ ଓ ଅନ୍ୟ ଆଞ୍ଚଳିକ ଭାଷାରେ ପଢାଯାଇପାରିବ  ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

ଏହାଦ୍ୱାରା ଛାତ୍ରଛାତ୍ରୀ ଭଲ ଭାବେ ପାଠକୁ ବୁଝିପାରିବେ । ଏନେଇ କୌଣସି ଛାତ୍ରଛାତ୍ରୀଙ୍କୁ ବାଧ୍ୟ କରାଯିବନି । ଯିଏ ଚାହିଁବ, ଆଞ୍ଚଳିକ ଭାଷାରେ ପାଠ ପଢ଼ି ପାରିବ । ସ୍କୁଲ ଗୁଡ଼ିକ ଧୀରେ ଧୀରେ ଏ ବ୍ୟବସ୍ଥାକୁ ଆପଣେଇବେ । ଯାହା ଦ୍ୱାରା ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ଉଜ୍ଜଳ ହେବ। ସ୍କୁଲ ଗୁଡିକ ଧିରେ ଧିରେ ଏହି ବ୍ୟବସ୍ଥାକୁ ଆପଣାଇବେ । ୧୨ଟି ଆଞ୍ଚଳିକ ଭାଷାରେ ପାଠ ପଢ଼ାଇବାର ବ୍ୟବସ୍ଥା କରିବାକୁ ଗତକାଲି ସିବିଏସଇ ବିଜ୍ଞପ୍ତି ଜାରି କରିଛି ।

Leave A Reply

Your email address will not be published.