ପ୍ରମୁଖ ଖବର

ଭାରତୀୟ ପାଇଲଟ୍‌ଙ୍କ ସାହସକୁ ୟୁଏଇର ସମ୍ମାନ, ପ୍ରଦାନ କଲା ‘ଜାୟେଦ୍‌’ ପୁରସ୍କାର
କେନ୍ଦ୍ରୀୟ କର୍ମଚାରୀଙ୍କ ଡିଏ ୩% ବୃଦ୍ଧି, ଜୁଲାଇରୁ ମିଳିବ ବର୍ଦ୍ଧିତ ଭତ୍ତା
ଅପରେସନ ସିନ୍ଦୂର ପରେ ପ୍ରଥମ ଥର ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
ମଧ୍ୟପ୍ରଦେଶରୁ ରାଜ୍ୟସଭା ଉପନିର୍ବାଚନ ଲଢ଼ିବେ ହରଦୀପ ସିଂହ ପୁରୀ
ସ୍ପେନରେ ଦୁଇ ହାଇସ୍ପିଡ୍‌ ଟ୍ରେନ୍‌ ଧକ୍କା, ୩୯ ମୃତ
ଆନ୍ଧ୍ରରେ ସ୍ଥଳଭାଗ ଛୁଇଁ ଓଡ଼ିଶାମୁହାଁ ‘ଅର୍ଣ୍ଣବ’, ୨୪ ଘଣ୍ଟା ସତର୍କ ରହିବାକୁ ଏସ୍‌ଆର୍‌ସିଙ୍କ ପରାମର୍ଶ

ସୋଆକୁ ଶ୍ରେଷ୍ଠ ଘରୋଇ ବହୁବିଧ ବିଶ୍ୱବିଦ୍ୟାଳୟ ସମ୍ମାନ

0

ଭୁବନେଶ୍ୱର: ଉଚ୍ଚଶିକ୍ଷା କ୍ଷେତ୍ରରେ ପ୍ରଭାବୀ ନେତୃତ୍ୱ ନିମନ୍ତେ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର) ମନୋଜରଞ୍ଜନ ନାୟକଙ୍କୁ ସମ୍ମାନିତ କରାଯାଇଛି । ଲିଙ୍କ୍‌ଡ ଇନ୍ ପକ୍ଷରୁ ଆୟୋଜିତ ତଥା ଅବ୍‌ଜରଭ୍ ନାଓ ମେଡିଆ ନେଟୱର୍କ ଓ ତେଲେଙ୍ଗାନା ସରକାରଙ୍କ ସହଭାଗିତାରେ ହାଇଦ୍ରାବାଦ ଠାରେ ଜୁଲାଇ ୨୦ରେ ଆୟୋଜିତ ଦ୍ୱିତୀୟ ଏଜୁକେସନ୍ ଲିଡର୍ସ କନ୍‌କ୍ଲେଭ୍ ଓ ଆୱାର୍ଡସ କାର୍ଯ୍ୟକ୍ରମରେ ପ୍ରଫେସର ନାୟକଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଛି ।

ସେହିପରି ଆୟୋଜକଙ୍କ ପକ୍ଷରୁ ସୋଆକୁ ୨୦୨୩ ବର୍ଷ ନିମନ୍ତେ ଶ୍ରେଷ୍ଠ ଘରୋଇ ବହୁବିଧ ବିଶ୍ୱବିଦ୍ୟାଳୟ ସମ୍ମାନ ମଧ୍ୟ ପ୍ରଦାନ କରାଯାଇଛି । କାର୍ଯ୍ୟକ୍ରମରେ ଏହି ଦୁଇଟି ସମ୍ମାନ ସୋଆର ପ୍ରତିଷ୍ଠାତା ସଭାପତିଙ୍କ ଓଏସ୍‌ଡି ଶ୍ରୀ ପ୍ରୀତମ ନାୟକ ଅବଜରଭ ନାଓର ସହ ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଶ୍ରୀମତି ତାନିଆ ଟିକୁଙ୍କ ଠାରୁ ଗ୍ରହଣ କରିଥିଲେ ।

ଏହି ଅବସରରେ ତେଲେଙ୍ଗାନା ସରକାରଙ୍କ ବରିଷ୍ଠ ପ୍ରଶାସନିକ ଅଧିକାରୀ ଶ୍ରୀ ନବୀନ ମିତଲ ଓ ଶ୍ରୀ ଏ. କାର୍ତିକେୟ ଓ ଅବଜରଭ ନାଓର ସହ ପ୍ରତିଷ୍ଠାତା ତଥା ସିଇଓ ଶ୍ରୀ ଜୀତ ଶର୍ମା ଉପସ୍ଥିତ ଥିଲେ । ବିଭିନ୍ନ ଶିକ୍ଷାନୁଷ୍ଠାନର ୩୦୦ରୁ ଊର୍ଦ୍ଧ୍ୱ ଶିକ୍ଷାବିତ୍ ଓ କର୍ପୋରେଟ ଜଗତରୁ ୧୦୦ ରୁ ଊର୍ଦ୍ଧ୍ୱ ନେତୃବୃନ୍ଦ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ।

Leave A Reply

Your email address will not be published.