ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ମଙ୍ଗଳବାର ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା

0

ଭୁବନେଶ୍ୱର: ମଙ୍ଗଳବାର ଦିନ ଦକ୍ଷିଣ ଓଡ଼ିଶା ଓ ଉତର ଆନ୍ଧ୍ରପ୍ରଦେଶ ଉପକୂଳବର୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ତତ୍‌ସଂଲଗ୍ନ ଉତ୍ତର-ପଶ୍ଚିମ ଅଂଚଳରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର (ସିଇସି) ପକ୍ଷରୁ ସୂଚନା ଦିଆଯାଇଛି ।
ଏହାର ପ୍ରଭାବରେ ମଙ୍ଗଳବାର ଓ ବୁଧବାର ଦୁଇଦିନ ଧରି ଦକ୍ଷିଣ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ବର୍ଷା ହେବାର ସମ୍ଭାବନା ଥିବା ବେଳେ କିଛି ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ସିଇସି ପକ୍ଷରୁ କୁହାଯାଇଛି । ଗଞ୍ଜାମ, ଗଜପତି, ରାୟଗଡ଼ା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ଖୋର୍ଦ୍ଧା ଓ ପୁରୀ ବ୍ୟତୀତ କଟକ ଓ ଜଗତସିଂହପୁରର ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ଥିବା ଜଣାପଡ଼ିଛି ।

ଜୁଲାଇ ୨୬ ବେଳକୁ ଏହି ଲଘୁଚାପ ଅବପାତର ରୂପ ନେବା ସହ ଜୁଲାଇ ୨୮ ତାରିଖରୁ ଉତର ଓଡ଼ିଶା ଜିଲ୍ଲାଗୁଡିକରେ ବର୍ଷା ହେବାର ସମ୍ଭାବନା ରହିଛି । ତେବେ ଜୁଲାଇ ୩୦ ସୁଦ୍ଧା ଅନ୍ୟ ଗୋଟିଏ ଲଘୁଚାପ ସୃଷ୍ଟି ହୋଇପାରେ ଓ ଏହାର ପ୍ରଭାବରେ ଜୁଲାଇ ୩୧ ରୁ ଅଗଷ୍ଟ ୩ ତାରିଖ ମଧ୍ୟରେ ଉତ୍ତର ଓଡ଼ିଶାର ଜିଲ୍ଲାଗୁଡ଼ିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ସିଇସି ପକ୍ଷରୁ କୁହାଯାଇଛି ।

Leave A Reply

Your email address will not be published.